ଅଗଷ୍ଟରେ ଖୁଚୁରା ମୁଦ୍ରାସ୍ଫୀତି ୬.୮୩%

ଭୁବନେଶ୍ୱର,୧୩।୯ (ଅଭୟ ଦାଶ): ଚଳିତ ବର୍ଷ ଅଗଷ୍ଟ ମାସରେ ଦେଶର ଖୁଚୁରା ମୁଦ୍ରାସ୍ଫୀତି ହାର ୬.୮୩%କୁ ଖସି ଆସିଛି ବୋଲି ମଙ୍ଗଳବାର ପରିସଂଖ୍ୟାନ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏପରିକି ୨୦୨୩ ଜୁଲାଇରେ ଦେଶର ଖୁଚୁରା ମୁଦ୍ରାସ୍ଫୀତି ହାର ୭.୪୪%ରେ ରହିଥିଲା। ବିଶେଷକରି ଘରୋଇ ବଜାରରେ ଗତ କିଛି ସପ୍ତାହ ହେଲା ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହ୍ରାସ ପାଇବାରୁ ଖୁଚୁରା ମୁଦ୍ରାସ୍ଫୀତି ହାର ଚଳିତ ବର୍ଷ ଅଗଷ୍ଟରେ ସାମାନ୍ୟ ହ୍ରାସ ଘଟିଛି ବୋଲି କୁହାଯାଉଛି। ସେହିଭଳି ଚଳିତ ବର୍ଷ ଅଗଷ୍ଟରେ ଦେଶର ଖାଦ୍ୟ ମୁଦ୍ରାସ୍ଫୀତି ହାର ହ୍ରାସ ପାଇ ୯.୯୪% ରହିଥିଲାବେଳେ ୨୦୨୩ ଜୁଲାଇରେ ତାହା ୧୧.୫୧% ଥିଲା। ଅପରପକ୍ଷରେ ଗ୍ରାମାଞ୍ଚଳରେ ଦରବୃଦ୍ଧି ହାର ୭.୬୩% ରୁ ଖସି ୭.୦୨% ଏବଂ ସହରାଞ୍ଚଳରେ ଦରବୃଦ୍ଧି ୭.୨୦% ରୁ ଖସି ୬.୫୯% ରେ ରହିଛି। ସେହିପରି ସିପିଆଇ କୋର୍‌ ମୁଦ୍ରାସ୍ଫୀତି ୨୦୨୩ ଅଗଷ୍ଟରେ ୪.୦୮%ରେ ରହିଥିେବେଳେ ୨୦୨୩ ଜୁଲାଇରେ ଏହାର ପରିମାଣ ୪.୦୯%ରେ ରହିଥିଲା। ଉଲ୍ଲେଖଯୋଗ୍ୟ, ବିଗତ ୧୫ ମାସର ମୁଦ୍ରାସ୍ଫୀତି ସର୍ବୋଚ୍ଚ ସ୍ତରରେ ରହିଥିବା ବେଳେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଦର ବୃଦ୍ଧିକୁ ଘଟଣାକୁ ଗୁରୁତର ସହ ବିଚାର କରୁଛି। ଏପରିକି ଆରବିଆଇ ଦର ବୃଦ୍ଧିକୁ ୪% କୁ ଆଣିବା ପାଇଁ ବ୍ୟାପକ ଯୋଜନା କରୁଛି। ନିକଟରେ ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସ କହିଥିଲେ,ଦେଶର ପନିପରିବା ଦର ହ୍ରାସ ପାଉଥିବାରୁ ମୁଦ୍ରାସ୍ଫୀତି କମ୍‌ କରିବାରେ ଏହା ବେଶ୍‌ ସହାୟକ ହେବ। ସୂଚନାଯୋଗ୍ୟ, ଆର୍‌ବିଆଇ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪ % ରହିବା ନେଇ ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri