ଟ୍ୟାକ୍ସ ପରେ ମହଙ୍ଗା ମାଡ଼ରୁ ଲୋକଙ୍କୁ ମିଳିଲା ଆଶ୍ବସ୍ତି, ପାଞ୍ଚ ମାସରେ ସର୍ବନିମ୍ନ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ,୧୨।୨: ଜାନୁଆରୀରେ ଖୁଚୁରା ମୁଦ୍ରାସ୍ଫୀତି ହ୍ରାସ ପାଇ ୪.୩୧ ପ୍ରତିଶତ ହୋଇଛି। ଖାଦ୍ୟ ସାମଗ୍ରୀ ଶସ୍ତା ହେବା ଯୋଗୁଁ ମୁଦ୍ରାସ୍ଫୀତି ହ୍ରାସ ପାଇଛି। ଡିସେମ୍ବରରେ ଉପଭୋକ୍ତା ମୂଲ୍ୟ ସୂଚକାଙ୍କ (ସିପିଆଇ) ଆଧାରିତ ଖୁଚୁରା ମୁଦ୍ରାସ୍ଫୀତି ୫.୨୨ ପ୍ରତିଶତ ଏବଂ ଗତ ବର୍ଷ ଜାନୁଆରୀରେ ୫.୧ ପ୍ରତିଶତ ଥିଲା।

ବୁଧବାର ପ୍ରକାଶିତ ସରକାରୀ ତଥ୍ୟ ଅନୁଯାୟୀ, ଜାନୁଆରୀରେ ଖାଦ୍ୟ ମୁଦ୍ରାସ୍ଫୀତି ୬.୦୨ ପ୍ରତିଶତ ରହିଛି, ଯାହା ଡିସେମ୍ବରରେ ୮.୩୯ ପ୍ରତିଶତ ଏବଂ ଗତ ବର୍ଷ ସମାନ ମାସରେ ୮.୩ ପ୍ରତିଶତ ଥିଲା। ଖୁଚୁରା ମୁଦ୍ରାସ୍ଫୀତି ୨ ପ୍ରତିଶତ ମାର୍ଜିନ ସହିତ ୪ ପ୍ରତିଶତରେ ରହିବା ନିଶ୍ଚିତ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ଦାୟିତ୍ୱ ଅଟେ।

ବୁଧବାର ପ୍ରକାଶିତ ସଂଖ୍ୟା ବିଶେଷଜ୍ଞ ଏବଂ ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା ଖୁଚୁରା ମୁଦ୍ରାସ୍ଫୀତି ସମ୍ପର୍କରେ କରାଯାଇଥିବା ଆକଳନ ଅପେକ୍ଷା ଭଲ ରହିଛି। କହି ରଖୁଛୁ ଯେ ବିଶେଷଜ୍ଞମାନେ ଜାନୁଆରୀରେ ଖୁଚୁରା ମୁଦ୍ରାସ୍ଫୀତି ୪.୫ ପ୍ରତିଶତ ରହିବ ବୋଲି ଆକଳନ କରୁଥିଲେ। ସମ୍ପ୍ରତି ଭାରତୀୟ ରିଜର୍ଭ ବ୍ୟାଙ୍କର MPC ବୈଠକ ପରେ, ଗଭର୍ଣ୍ଣର ଏହି ତ୍ରୈମାସିକ ପାଇଁ ମୁଦ୍ରାସ୍ଫୀତି ହାର ୪.୪% ହେବ ବୋଲି ଆକଳନ ଲକରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri