ପାର୍ବଣ ଋତୁରେ ମହଙ୍ଗା ମାଡ଼ରୁ ମିଳିଲା ଆଶ୍ବସ୍ତି, ଅକ୍ଟୋବରରେ ୪ ମାସ ସର୍ବନିମ୍ନ ସ୍ତରରେ ଖୁଚୁରା ମୁଦ୍ରାସ୍ପିତି

ନୂଆଦିଲ୍ଲୀ,୧୩ା୧୧: ଅକ୍ଟୋବର ୨୦୨୩ ରେ ଚାରି ମାସର ସର୍ବନିମ୍ନ ସ୍ତରରେ ପହଞ୍ଚିଛି ଖୁଚୁରା ମୁଦ୍ରାସ୍ଫୀତି। ଜୁଲାଇ ୨୦୨୩ ପରେ କ୍ରମାଗତ ତୃତୀୟ ମାସ ପାଇଁ ଖୁଚୁରା ମୁଦ୍ରାସ୍ଫୀତି ହ୍ରାସ ପାଇଛି। ଖାଦ୍ୟ ସାମଗ୍ରୀର ମୂଲ୍ୟ ହ୍ରାସ ହେତୁ ଅକ୍ଟୋବର ୨୦୨୩ ରେ ଗ୍ରାହକ ମୂଲ୍ୟ ସୂଚକାଙ୍କ ୪.୮୭ ପ୍ରତିଶତକୁ ଖସି ଆସିଛି, ଯାହା ସେପ୍ଟେମ୍ବର ମାସରେ ୫.୦୨ ପ୍ରତିଶତ ଥିଲା। ଏହାପୂର୍ବରୁ ଅଗଷ୍ଟ ମାସରେ ଖୁଚୁରା ମୁଦ୍ରାସ୍ଫୀତି ୬.୮୩ ପ୍ରତିଶତରେ ଏବଂ ଜୁଲାଇ ମାସରେ ୧୫ ମାସର ଉଚ୍ଚତାରେ ୭.୪୪ ପ୍ରତିଶତ ରହିଥିଲା। ଗତ ବର୍ଷ, ଅକ୍ଟୋବର ୨୦୨୨ ରେ ଖୁଚୁରା ମୁଦ୍ରାସ୍ଫୀତି ହାର ୬.୭୭ ପ୍ରତିଶତ ଥିଲା।

ଅର୍ଥ ମନ୍ତ୍ରାଳାୟ ପକ୍ଷରୁ ସୋମବାର ଖୁଚୁରା ମୁଦ୍ରାସ୍ପିତି ତଥ୍ୟ ଜାରି କରାଯାଇଛି। ଏହି ତଥ୍ୟ ଅନୁଯାୟୀ ଖାଦ୍ୟ ମୁଦ୍ରାସ୍ପିତିରେ ସାମାନ୍ୟ ହ୍ରାସ ପାଇଛି। ଅକ୍ଟୋବର ମାସରେ ଖାଦ୍ୟ ମାହାଙ୍ଗା ହାର ୫.୬୧ ପ୍ରତିଶତ ରହିଛି, ଯାହା ସେପ୍ଟେମ୍ବର ମାସରେ ୬.୬୨ ପ୍ରତିଶତ ରହିଥିଲା। ଯେତେବେଳେ କି ୨୦୨୨ ଅକ୍ଟୋବରରେ ଏହା ୭.୦୧ ଥିଲା। ଅକ୍ଟୋବର ମାସରେ ଗ୍ରାମୀଣ ଅଞ୍ଚଳରେ ଖୁଚୁରା ମହଙ୍ଗା ହାର ୫.୧୨ ପ୍ରତିଶତ ଥିଲା ଏବଂ ଖାଦ୍ୟ ମହଙ୍ଗା ହାର ୬.୭୧ ପ୍ରତିଶତ ଥିଲା। ଯେତେବେଳେ ସହରୀ ଅଞ୍ଚଳରେ ଏହା ୪.୬୨ ପ୍ରତିଶତ ଥିଲା ଏବଂ ଖାଦ୍ୟ ମହଙ୍ଗା ହାର ୬.୩୫ ପ୍ରତିଶତ ଥିଲା। ଅର୍ଥାତ ଉଭୟ କ୍ଷେତ୍ରରେ ଗ୍ରାମୀଣ ଅଞ୍ଚଳରେ ଅଧିକ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri