ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି ହାର ପହଞ୍ଚତ୍ଛି। ୨୦୨୪ ସେପ୍ଟେମ୍ବର ପାଇଁ ପ୍ରକାଶିତ ଗ୍ରାହକ ମୂଲ୍ୟ ସୂଚକାଙ୍କ (ସିପିଆଇ ଇଣ୍ଡେକ୍ସ) ଅନୁଯାୟୀ, ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫% ଅତିକ୍ରମକରି ୫.୪୯%ରେ ପହଞ୍ଚିଛି। ତେବେ ଅଗଷ୍ଟରେ ଖୁଚୁରା ମୁଦ୍ରାସ୍ଫୀତି ହାର ୩.୬୫% ଥିବାବେଳେ ଜୁଲାଇରେ ୩.୫୪ ପ୍ରତିଶତ ଥିଲା। ଏହି କ୍ରମରେ ଖୁଚୁରା ମୁଦ୍ରାସ୍ଫୀତି ଆର୍‌ବିଆଇର ଟଲରାନ୍ସ ବ୍ୟାଣ୍ଡକୁ ୪% ଅତିକ୍ରମ କରିଛି। ପରିସଂଖ୍ୟାନ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ଖୁଚୁରା ମୁଦ୍ରାସ୍ଫୀତି ତଥ୍ୟ ଅନୁସାରେ ଗ୍ରାମାଞ୍ଚଳରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୮୭% ଏବଂ ସହରାଞ୍ଚଳରେ ଏହା ୫.୦୫% ରହିଛି। ମନ୍ତ୍ରଣାଳୟ କହିଛି, ହାଇ ବେସ୍‌ ଇଫେକ୍ଟ ଏବଂ ପାଗ ଯୋଗୁ ଏହା ଘଟିଛି। ସେପ୍ଟେମ୍ବରରେ ଖାଦ୍ୟ ମୁଦ୍ରାସ୍ଫୀତି ହାରରେ ମଧ୍ୟ ବହୁତ ବୃଦ୍ଧି ଘଟି ଏହା ୯.୨୪ ପ୍ରତିଶତରେ ପହଞ୍ଚିଛି। ଗ୍ରାମାଞ୍ଚଳରେ ଖାଦ୍ୟ ମୁଦ୍ରାସ୍ଫୀତି ହାର ୯.୦୮ ପ୍ରତିଶତ ଏବଂ ସହରାଞ୍ଚଳରେ ଏହା ୯.୫୬ ପ୍ରତିଶତ ରହିଛି। ଅଗଷ୍ଟରେ ଖାଦ୍ୟ ମୁଦ୍ରାସ୍ଫୀତି ହାର ୫.୬୬% ଥିଲା। ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଥିବା ହୋଲ୍‌ସେଲ ମୁଦ୍ରାସ୍ଫୀତି ତଥ୍ୟ ଅନୁଯାୟୀ ହୋଲ୍‌ସେଲ ମୁଦ୍ରାସ୍ଫୀତି ହାରରେ ବୃଦ୍ଧି ଘଟିଛି। ପରିସଂଖ୍ୟାନ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ଖୁଚୁରା ମୁଦ୍ରାସ୍ଫୀତି ତଥ୍ୟ ଅନୁଯାୟୀ ସେପ୍ଟେମ୍ବରରେ ପନିପରିବା ମୁଦ୍ରାସ୍ଫୀତି ହାରରେ ବହୁ ବୃଦ୍ଧି ଘଟିଛି। ଅଗଷ୍ଟରେ ପନିପରିବାର ମୁଦ୍ରାସ୍ଫୀତି ହାର ୧୦.୭୧% ଥିଲା। ଏହା ସେପ୍ଟେମ୍ବରରେ ୩୫.୯୯% ରହିଛି। କ୍ଷୀର ଏବଂ ଏହାର ଆନୁଷଙ୍ଗିକ ଦ୍ରବ୍ୟର ମୁଦ୍ରାସ୍ଫୀତି ହାର ମଧ୍ୟ ବୃଦ୍ଧି ପାଇଛି ଏବଂ ଅଗଷ୍ଟରେ ଏହା ୨.୯୮% ଥିବାବେଳେ ସେପ୍ଟେମ୍ବରରେ ୩.୦୩% ରହିଛି। ଡାଲିର ମୁଦ୍ରାସ୍ଫୀତି ହ୍ରାସ ପାଇଛି ଏବଂ ଅଗଷ୍ଟରେ ୧୩.୬୦% ତୁଳନାରେ ଏହା ୯.୮୧%କୁ ଖସି ଆସିଛି। ଶସ୍ୟ ଏବଂ ଆନୁଷଙ୍ଗିକ ଦ୍ରବ୍ୟର ମୁଦ୍ରାସ୍ଫୀତି ହାର ମଧ୍ୟ ହ୍ରାସ ପାଇଛି ଏବଂ ସେପ୍ଟେମ୍ବରରେ ୬.୮୪% ରହିଛି ଯାହା ଅଗଷ୍ଟରେ ୭.୩୧% ଥିଲା। ଚିନିର ମୁଦ୍ରାସ୍ଫୀତି ହାର ୩.୪୬%କୁ ହ୍ରାସ ପାଇଛି । ସେହିପରି ଅଣ୍ଡାର ମୁଦ୍ରାସ୍ଫୀତି ହାର ୬.୩୧%କୁ ହ୍ରାସ ପାଇଛି। ମାଂସ ଏବଂ ମାଛର ମୁଦ୍ରାସ୍ଫୀତି ହାର ୨.୬୬% କୁ ଖସି ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଇଖାନା ଯାଇଥିବା ବେଳେ ପଡ଼ିଗଲା କାନ୍ଥ, ଅକାଳରେ ଚାଲିଗଲା ଜୀବନ

ପାଇକମାଳ,୨୮ା୧( ବଡ ଶତପଥୀ) : ବରଗଡ଼ ଜିଲା ପାଇକମାଳ ବ୍ଲକ୍ ମାଣ୍ଡୋସିଲ ଗାଁରେ ଅଭାବନୀୟ ଘଟଣା । ମଙ୍ଗଳବାର ଭୋର ୫ଟାରେ ପାଇଖାନା କାନ୍ଥ ପଡ଼ି ଜଣେ…

ନବନିର୍ମାଣ କୃଷକ ସଙ୍ଗଠନର ଓଡ଼ିଶା ବନ୍ଦ ଡାକରା, ଥୁଆମୂଳ ରାମପୁରରେ ମିଶ୍ରିତ ପ୍ରଭାବ

ଥୁଆମୂଳ ରାମପୁର, ୨୮ା୧ (ଦୁର୍ଗା କୀର୍ତ୍ତି): ରାଜ୍ୟରେ ଧାନ ବିକ୍ରିରେ ଅବ୍ୟବସ୍ଥା, ସ୍ମାର୍ଟ ମିଟର ନାମରେ ଟାଟା ପାୱାରର ଶୋଷଣ ଏବଂ ପରିବହନ କ୍ଷେତ୍ରରେ ମାତ୍ରାଧିକ ଜରିମାନା…

IPL ୨୦୨୬ରେ ଏସବୁ ଖେଳାଳିଙ୍କୁ ମିଳିପାରେ ସୁଯୋଗ: ତାଲିକାରେ ଷ୍ଟିଭ୍ ସ୍ମିଥ୍, ଉମେଶ ଯାଦବ

ମୁମ୍ବାଇ,୨୮ା୧: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ର ଆଗାମୀ ସିଜିନ୍ ଆଉ କିଛିଦିନ ପରେ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ବିସିସିଆଇ ପକ୍ଷରୁ ‘ରେଜିଷ୍ଟର୍ଡ ଆଭେଲେବଲ୍ ପ୍ଲେୟାର…

ଯୋଗାଣ ମନ୍ତ୍ରୀଙ୍କ କଡ଼ା ତାଗିଦ, ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ ଦେଢ଼ଗୁଣା…

ଭୁବନେଶ୍ବର,୨୮ା୧:  ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ । ମୃତକଙ୍କ ନାଁରେ ଚାଉଳ ଉଠାଉଥିଲେ ଆକ୍ସନ୍ ହେବ କହିଛନ୍ତି କୃଷ୍ଣଚନ୍ଦ୍ର…

୩୦ ବର୍ଷ ପରେ ଅସ୍ତ ହେବେ ଶନି, ହୋଲି ପରେ ଖୋଲିବ ଏହି ୩ ରାଶିର ଭାଗ୍ୟ

ନଅଟି ଗ୍ରହ ମଧ୍ୟରୁ ଗୋଟିଏ ଶନି ମହାରାଜଙ୍କୁ ନ୍ୟାୟ, ଶୃଙ୍ଖଳା ଏବଂ ଦାୟିତ୍ୱର କାରକ ବୋଲି ବିବେଚନା କରାଯାଏ। ଏହା ବ୍ୟକ୍ତିର ଜୀବନର ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ…

“ରାଜନୀତିରେ ମୂଲ୍ୟ ଦେବାକୁ ପଡ଼େ”: ଅଜିତଙ୍କ ମୃତ୍ୟୁ ପରେ ଏପରି କାହିଁକି କହିଲେ ରାଜ ଠାକରେ

ପୁଣେ,୨୮।୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଆକସ୍ମିକ ନିଧନରେ ଅନେକ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି। ଏପରି ସମୟରେ ମହାରାଷ୍ଟ୍ର ନବନିର୍ମାଣ ସେନା (MNS) ମୁଖ୍ୟ ରାଜ…

ରାଉରକେଲାକୁ ୮୮୮୪ କୋଟିର ଭେଟି, ବମ୍ପର ନିଯୁକ୍ତି ସୃଷ୍ଟି ହେବ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୮।୧: ରାଉରକେଲାରେ ଏଣ୍ଟରପ୍ରାଇଜ ଓଡ଼ିଶାର ରଜତ ଜୟନ୍ତୀ ସଂସ୍କରଣ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଉରକେଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଆଜି ବଡ଼ ଘୋଷଣା…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri