ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି ହାର ପହଞ୍ଚତ୍ଛି। ୨୦୨୪ ସେପ୍ଟେମ୍ବର ପାଇଁ ପ୍ରକାଶିତ ଗ୍ରାହକ ମୂଲ୍ୟ ସୂଚକାଙ୍କ (ସିପିଆଇ ଇଣ୍ଡେକ୍ସ) ଅନୁଯାୟୀ, ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫% ଅତିକ୍ରମକରି ୫.୪୯%ରେ ପହଞ୍ଚିଛି। ତେବେ ଅଗଷ୍ଟରେ ଖୁଚୁରା ମୁଦ୍ରାସ୍ଫୀତି ହାର ୩.୬୫% ଥିବାବେଳେ ଜୁଲାଇରେ ୩.୫୪ ପ୍ରତିଶତ ଥିଲା। ଏହି କ୍ରମରେ ଖୁଚୁରା ମୁଦ୍ରାସ୍ଫୀତି ଆର୍‌ବିଆଇର ଟଲରାନ୍ସ ବ୍ୟାଣ୍ଡକୁ ୪% ଅତିକ୍ରମ କରିଛି। ପରିସଂଖ୍ୟାନ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ଖୁଚୁରା ମୁଦ୍ରାସ୍ଫୀତି ତଥ୍ୟ ଅନୁସାରେ ଗ୍ରାମାଞ୍ଚଳରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୮୭% ଏବଂ ସହରାଞ୍ଚଳରେ ଏହା ୫.୦୫% ରହିଛି। ମନ୍ତ୍ରଣାଳୟ କହିଛି, ହାଇ ବେସ୍‌ ଇଫେକ୍ଟ ଏବଂ ପାଗ ଯୋଗୁ ଏହା ଘଟିଛି। ସେପ୍ଟେମ୍ବରରେ ଖାଦ୍ୟ ମୁଦ୍ରାସ୍ଫୀତି ହାରରେ ମଧ୍ୟ ବହୁତ ବୃଦ୍ଧି ଘଟି ଏହା ୯.୨୪ ପ୍ରତିଶତରେ ପହଞ୍ଚିଛି। ଗ୍ରାମାଞ୍ଚଳରେ ଖାଦ୍ୟ ମୁଦ୍ରାସ୍ଫୀତି ହାର ୯.୦୮ ପ୍ରତିଶତ ଏବଂ ସହରାଞ୍ଚଳରେ ଏହା ୯.୫୬ ପ୍ରତିଶତ ରହିଛି। ଅଗଷ୍ଟରେ ଖାଦ୍ୟ ମୁଦ୍ରାସ୍ଫୀତି ହାର ୫.୬୬% ଥିଲା। ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଥିବା ହୋଲ୍‌ସେଲ ମୁଦ୍ରାସ୍ଫୀତି ତଥ୍ୟ ଅନୁଯାୟୀ ହୋଲ୍‌ସେଲ ମୁଦ୍ରାସ୍ଫୀତି ହାରରେ ବୃଦ୍ଧି ଘଟିଛି। ପରିସଂଖ୍ୟାନ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ଖୁଚୁରା ମୁଦ୍ରାସ୍ଫୀତି ତଥ୍ୟ ଅନୁଯାୟୀ ସେପ୍ଟେମ୍ବରରେ ପନିପରିବା ମୁଦ୍ରାସ୍ଫୀତି ହାରରେ ବହୁ ବୃଦ୍ଧି ଘଟିଛି। ଅଗଷ୍ଟରେ ପନିପରିବାର ମୁଦ୍ରାସ୍ଫୀତି ହାର ୧୦.୭୧% ଥିଲା। ଏହା ସେପ୍ଟେମ୍ବରରେ ୩୫.୯୯% ରହିଛି। କ୍ଷୀର ଏବଂ ଏହାର ଆନୁଷଙ୍ଗିକ ଦ୍ରବ୍ୟର ମୁଦ୍ରାସ୍ଫୀତି ହାର ମଧ୍ୟ ବୃଦ୍ଧି ପାଇଛି ଏବଂ ଅଗଷ୍ଟରେ ଏହା ୨.୯୮% ଥିବାବେଳେ ସେପ୍ଟେମ୍ବରରେ ୩.୦୩% ରହିଛି। ଡାଲିର ମୁଦ୍ରାସ୍ଫୀତି ହ୍ରାସ ପାଇଛି ଏବଂ ଅଗଷ୍ଟରେ ୧୩.୬୦% ତୁଳନାରେ ଏହା ୯.୮୧%କୁ ଖସି ଆସିଛି। ଶସ୍ୟ ଏବଂ ଆନୁଷଙ୍ଗିକ ଦ୍ରବ୍ୟର ମୁଦ୍ରାସ୍ଫୀତି ହାର ମଧ୍ୟ ହ୍ରାସ ପାଇଛି ଏବଂ ସେପ୍ଟେମ୍ବରରେ ୬.୮୪% ରହିଛି ଯାହା ଅଗଷ୍ଟରେ ୭.୩୧% ଥିଲା। ଚିନିର ମୁଦ୍ରାସ୍ଫୀତି ହାର ୩.୪୬%କୁ ହ୍ରାସ ପାଇଛି । ସେହିପରି ଅଣ୍ଡାର ମୁଦ୍ରାସ୍ଫୀତି ହାର ୬.୩୧%କୁ ହ୍ରାସ ପାଇଛି। ମାଂସ ଏବଂ ମାଛର ମୁଦ୍ରାସ୍ଫୀତି ହାର ୨.୬୬% କୁ ଖସି ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri