ଜୁନ୍‌ରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫ ପ୍ରତିଶତ ଆକଳନ

ଭୁବନେଶ୍ୱର,୧୨ା୭(ଅନୁରାଧା ମହାରଣା): ଜୁନ୍‌ ମାସରେ ଭାରତର ଖୁଚୁରା ମୁଦ୍ରାସ୍ଫୀତି ହାର ପ୍ରାୟ ୫ ପ୍ରତିଶତ ହେବ ବୋଲି ଆଶା କରାଯାଉଛି। ଗୁରୁବାର ଏକ ସାକ୍ଷାତ୍‌କାରରେ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ ଏପରି କହିଛନ୍ତି। ଏହା ସହ ସେ ଆହୁରି ମଧ୍ୟ କହିଛନ୍ତି, ମୁଦ୍ରାସ୍ଫୀତି ହାର ୪ ପ୍ରତିଶତରେ ନ ପହଞ୍ଚତ୍ବା ପର୍ଯ୍ୟନ୍ତ ସୁଧ ହାର ହ୍ରାସ କରିବା ବିଷୟରେ କଥା କହିବା ଠିକ୍‌ ହେବ ନାହିଁ। ଗଭର୍ନର ଦାସଙ୍କ ଏପରି ମତ ପରେ ନିକଟ ଭବିଷ୍ୟତରେ ସୁଧ ହାରରେ କୌଣସି ହ୍ରାସ ହେବ ନାହିଁ ବୋଲି ଆଶା କରାଯାଉଛି। ତେବେ ନ୍ୟୁଟ୍ରାଲ ମୁଦ୍ରାସ୍ଫୀତି ହାର ବିଷୟରେ ଆର୍‌ବିଆଇ ଚିନ୍ତା କରୁଥିବା ଦାସ କହିଛନ୍ତି।

ସୂଚନା ଥାଉକି, ଆର୍‌ବିଆଇର ଲଗାତର ବୈଠକ ସତ୍ତ୍ୱେ ସୁଧ ହାର ହ୍ରାସ ପାଇନାହିଁ। ଗତ ମାସରେ ଅନୁଷ୍ଠିତ ହୋଇଥିବା ମୁଦ୍ରାନୀତି ସମୀକ୍ଷା ବୈଠକରେ କ୍ରମାଗତ ଅଷ୍ଟମ ଥର ପାଇଁ ରିଜର୍ଭ ବ୍ୟାଙ୍କ ମୁଦ୍ରାସ୍ପୀତି ହାରରେ କୌଣସି ପରିବର୍ତ୍ତନ କରିନାହିଁ। ତେବେ ମୁଦ୍ରାନୀତି କମିଟିର ୬ ଜଣ ସଦସ୍ୟଙ୍କ ମଧ୍ୟରୁ ୨ ଜଣ ସୁଧ ହାର ହ୍ରାସ କରିବାକୁ ସପକ୍ଷରେ ମତ ଦେଇଛନ୍ତି। ମାତ୍ର ଗଭର୍ନର ଶକ୍ତିକାନ୍ତଙ୍କ ମତାନୁସାରେ ବର୍ତ୍ତମାନ ପର୍ଯ୍ୟନ୍ତ ଆର୍‌ବିଆଇ ମୁଦ୍ରାସ୍ଫୀତି ନିୟନ୍ତ୍ରଣରେ ରଖିବା ଲକ୍ଷ୍ୟ ହାସଲ କରିବା ଉପରେ ସମ୍ପୂର୍ଣ୍ଣ ଧ୍ୟାନ ଦେବା ଉଚିତ। ରଏଟର୍ସ ଦ୍ୱାରା କରାଯାଇଥିବା ସର୍ଭେ ଅନୁଯାୟୀ ଜୁନ୍‌ରେ ଦେଶରେ ଖୁଚୁରା ମୁଦ୍ରାସ୍ଫୀତି ହାର ସାମାନ୍ୟ ବୃଦ୍ଧି ପାଇ ୪.୮ ପ୍ରତିଶତକୁ ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ମେ ମାସରେ ଏହି ହାର ୪.୭୫ ପ୍ରତିଶତ ଥିଲା। ଦେଶରେ ଖୁଚୁରା ମୁଦ୍ରାସ୍ଫୀତି ହାରର ସରକାରୀ ତଥ୍ୟ ଶୁକ୍ରବାର ପ୍ରକାଶ ପାଇବ।

ଶକ୍ତିକାନ୍ତ ଏହା ମଧ୍ୟ କହିଛନ୍ତି , ଦେଶର ବିକାଶର ଗତି ବଳବତ୍ତର ରହିଛି ଏବଂ ମାର୍ଚ୍ଚ ୨୦୨୫ରେ ଶେଷ ଆର୍ଥିକ ବର୍ଷରେ ୭.୨ ପ୍ରତିଶତ ଅର୍ଥନୈତିକ ଅଭିବୃଦ୍ଧି ହାସଲ କରିବ। କେବଳ ଏତିକି ନୁହେଁ, ସେ ମଧ୍ୟ ଆଶାବ୍ୟକ୍ତ କରିଛନ୍ତି, ଭାରତୀୟ ଅର୍ଥ ବ୍ୟବସ୍ଥା ୮ ପ୍ରତିଶତ ଅଭିବୃଦ୍ଧି ହାର ଆଡ଼କୁ ଗତି କରୁଛି ଏବଂ ଦେଶର ଆର୍ଥିକ ଭବିଷ୍ୟତକୁ ନେଇ ସେ ଅତ୍ୟନ୍ତ ଆଶାବାଦୀ। ଶକ୍ତିକାନ୍ତ କହିଛନ୍ତି , ରିଜର୍ଭ ବ୍ୟାଙ୍କ ଏକ ନ୍ୟୁଟ୍ରାଲ ସୁଧ ହାର ଉପରେ ତର୍ଜମା କରୁଛି। ଆର୍‌ବିଆଇ ମୁଦ୍ରାସ୍ଫୀତି ନିୟନ୍ତ୍ରଣ କରିବାର ଲକ୍ଷ୍ୟ ହାସଲ କରିବ ଏବଂ ଦେଶର ଅଭିବୃଦ୍ଧି ହାର ସର୍ବୋଚ୍ଚ ସ୍ତରରେ ରହିବ ସେତେବେଳେ। ଏହି ନିରପେକ୍ଷ ସୁଧ ହାରକୁ ନେଇ ଆର୍‌ବିଆଇର ଆକଳନ ଆସନ୍ତା ମାସେ କିମ୍ବା ୨ ମାସ ମଧ୍ୟରେ ପ୍ରକାଶ ପାଇବ ବୋଲି ଶକ୍ତିକାନ୍ତ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri