ଖିମ୍‌ଜୀକୁ ରିଟେଲ ଜୁଏଲେରି ଏମ୍‌ଡି ଆଣ୍ଡ ସିଇଓ ଆୱାର୍ଡ

ଭୁବନେଶ୍ୱର, ୭।୧ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ‘ଖିମ୍‌ଜୀ ଜୁଏଲର୍ସ’କୁ ନିକଟରେ ଆଉ ଏକ ଜାତୀୟ ସ୍ତରର ସମ୍ମାନ ‘ରିଜିଓନାଲ ରିଟେଲ ଚେନ୍‌ ଅଫ୍‌ ଦି ଇୟର (ଇଷ୍ଟ) ପୁରସ୍କାର’ ପ୍ରଦାନ କରାଯାଇଛି। ଏପରିକି ଭାରତର ପୂର୍ବାଞ୍ଚଳରୁ ଜୁଏଲେରି ଶିଳ୍ପରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଖିମ୍‌ଜୀ ଜୁଏଲର୍ସକୁ ରିଟେଲ ଜୁଏଲେରି ଏମ୍‌ଡି ତଥା ସିଇଓ ଆଓ୍ବାର୍ଡସରେ ସମ୍ମାନିତ କରାଯାଇଛି। ଉଲ୍ଲେଖଯୋଗ୍ୟ, ରିଟେଲ ଜୁଏଲେରି ଗ୍ରୁପ୍‌ ଦ୍ୱାରା ମୁମ୍ବାଇଠାରେ ଆୟୋଜିତ ଏକ ସ୍ବତନ୍ତ୍ର ସମ୍ମାନ ସମାରୋହରେ ଯୋଗଦେଇ ଖିମ୍‌ଜୀ ଜୁଏଲର୍ସର ଡାଇରେକ୍ଟର ମିତେଶ ଖିମ୍‌ଜୀ ବଲିଉଡ୍‌ ଅଭିନେତ୍ରୀ ସାନ୍ୟା ମାଲହୋତ୍ରା ଏବଂ ମିସ୍‌ ଇଣ୍ଡିଆ ଇଣ୍ଟରନ୍ୟାଶନାଲ-୨୦୨୧ର ବିଜେତା ତଥା ଅଭିନେତ୍ରୀ ଜୋୟା ଆଫ୍ରୋଜ୍‌ଙ୍କ ଠାରୁ ଉପରୋକ୍ତ ସମ୍ମାନ ଗ୍ରହଣ କରିଥିଲେ। ଏହି ପରିପ୍ରେକ୍ଷୀରେ ଭାରତର ସର୍ବବୃହତ୍‌ ଜୁଏଲେରି ବ୍ରାଣ୍ଡ୍‌ ସମୂହର ଏମ୍‌ଡି ଏବଂ ସିଇଓମାନେ ସାମିଲ ହୋଇଥିଲେ। ଏ ସମ୍ପର୍କରେ ମିତେଶ ଖିମ୍‌ଜୀ କହିଛନ୍ତି, ଜୁଏଲେରି ଶିଳ୍ପର ଏଭଳି ଏକ ଭବ୍ୟ ସମାବେଶରେ ସ୍ବୀକୃତି ଲାଭକରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଆମର ସମକକ୍ଷମାନଙ୍କ ମଧ୍ୟରେ ସ୍ବୀକୃତି ଲାଭ କରିବା ଆମର ମୂଲ୍ୟବୋଧ, କଠିନ ପରିଶ୍ରମ, କର୍ତ୍ତବ୍ୟପରାୟଣତା, ଉତ୍ପାଦବର୍ଗ ଏବଂ ଗ୍ରାହକ ହିତୈଷୀ ନୀତିଗୁଡିକ ପ୍ରତି ଆମର ପ୍ରତିବଦ୍ଧତାର ନିଦର୍ଶନ ହୋଇଛି। ବିଶେଷକରି ଏହି ମୂଲ୍ୟବୋଧ ଏବଂ କାର୍ଯ୍ୟଗୁଡିକ ବଜାରରେ ଅନ୍ୟ ସମସ୍ତଙ୍କଠାରୁ ଆମକୁ ପୃଥକ୍‌ କରୁଛି ଏବଂ ଏହି ସମୁଦାୟ ଶ୍ରେୟ ୧୧୦୦ରୁ ଅଧିକ ଲୋକଙ୍କର ଏକ ଟିମ୍‌କୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ରବିବାର ବି ଖୋଲା ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୩।୯: ବ୍ୟାଙ୍କ ୟୁନିଅନଗୁଡ଼ିକ ପକ୍ଷରୁ ତିନିଦିନିଆ ବ୍ୟାଙ୍କ ହଡତାଳ ଡାକରା ଦିଆଯାଇଥିବା ବେଳେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା…

ଆଜି ‘ନୋ UPI ଡେ’: QR କୋଡ୍‌ରେ କଳା କପଡ଼ା ବାନ୍ଧିଲେ ବ୍ୟବସାୟୀ; ପକେଟ୍‌ରେ ରଖନ୍ତୁ ନଗଦ

ନୂଆଦିଲ୍ଲୀ,୨୩।୯: UPI ପେମେଣ୍ଟକୁ ନେଇ ପ୍ରସ୍ତାବିତ ନୂଆ ନିୟମ ବିରୋଧରେ ମଧ୍ୟପ୍ରଦେଶର ବ୍ୟବସାୟୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆଜି ରାଜ୍ୟର ବିଭିନ୍ନ ବଡ଼ ସହରରେ ‘ନୋ UPI ଡେ’…

LPG ଦର ନେଇ ନୂଆ ଖବର: ୬୦୦ ଟଙ୍କା ଯାଏ କମିଲା ଗ୍ୟାସ ଦାମ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୩।୯: କମର୍ସିଆଲ LPG ସିଲିଣ୍ଡରକୁ ନେଇ ଏବେ ବଜାରରେ ଏକ ଭିନ୍ନ ଚିତ୍ର ସାମ୍ନାକୁ ଆସିଛି। କିଛି ଅଞ୍ଚଳରେ ସରକାରୀ ଦରଠାରୁ ଯଥେଷ୍ଟ କମ ମୂଲ୍ୟରେ ୧୯…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?