ଜେଲ ଗଲେ ଅବସରପ୍ରାପ୍ତ ସେନା କର୍ମଚାରୀ

ଭୁବନେଶ୍ୱର,୯ା୯ (ବ୍ୟୁରୋ): ଖଣ୍ଡଗିରି ଥାନା ଅନ୍ତର୍ଗତ ଭରତପୁର ଅଞ୍ଚଳରେ ପଡୋଶୀଙ୍କ ସହ ବଚସାକୁ କେନ୍ଦ୍ରକରି ଗୁଳି ମାଡ଼ କରିଥିବା ଅଭିଯୁକ୍ତ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଭରତପୁର ବିଜୁନଗର ବସ୍ତିରେ ରହୁଥିବା ଅଶ୍ୱିନୀ କୁମାର ରାଉତ। ଏ ନେଇ ପୋଲିସ ମାମଲା (ନଂ.୫୪୭/୨୦) ରୁଜୁ କରିବା ସହ ଏକ ଲାଇସେନ୍ସପ୍ରାପ୍ତ ବନ୍ଧୁକ ଓ ୪ଟି ଗୁଳି ଜବତ କରିଛି। ଏଥିସହ ମଙ୍ଗଳବାର ଅଶ୍ୱିନୀଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ସୂଚନା ମୁତାବକ, ଅଭିଯୁକ୍ତ ଅଶ୍ୱିନୀ ସେନାରୁ ଅବସର ନେବାପରେ ଶହୀଦନଗର ଅଞ୍ଚଳରେ ଥିବା ଏକ ବ୍ୟାଙ୍କରେ ସିକ୍ୟୁରିଟି ଗାର୍ଡ କାର୍ଯ୍ୟ କରୁଥିଲେ। ତାଙ୍କ ନିକଟରେ ଲାଇସେନ୍ସପ୍ରାପ୍ତ ବନ୍ଧୁକ ରହିଥିଲା। ଅଶ୍ୱିନୀ ପ୍ରାୟତଃ ରାତିରେ ଡ୍ୟୁଟି ସାରି ଘରକୁ ଫେରୁଥିବାବେଳେ ନିଶାସକ୍ତ ଅବସ୍ଥାରେ ଖରାପ ଭାଷାରେ ଲୋକଙ୍କୁ ଗାଳିଗୁଲଜ କରନ୍ତି। ଏହାକୁ ନେଇ ବିଜୁ ବସ୍ତିରେ ଅନେକ ଲୋକଙ୍କ ସହ ତାଙ୍କର ବଚସା ହୋଇଥିଲା। ସୋମବାର ରାତିରେ ଅଶ୍ୱିନୀଙ୍କ ପଡୋଶୀ କୁଞ୍ଜ ବିହାରୀ ବେହେରାଙ୍କ ସହ ବଚସା ହୋଇଥିଲା। ଅଶ୍ୱିନୀ କୁଞ୍ଜଙ୍କ ସ୍ତ୍ରୀଙ୍କୁ ଖରାପ ଭାଷାରେ ଗାଳିଗୁଲଜ କରିବାକୁ ନେଇ ଉଭୟଙ୍କ ଭିତରେ ଜୋର୍‌ରେ ପାଟିତୁଣ୍ଡ ହୋଇଥିଲା। ଏହି ସମୟରେ ଅଶ୍ୱିନୀ ହଠାତ ଉତ୍‌କ୍ଷିପ୍ତ ହୋଇ କୁଞ୍ଜଙ୍କ ଉପରକୁ ତାଙ୍କ ବନ୍ଧୁକରୁ ଗୁଳି ଚଳାଇଥିଲେ। ଗୁଳିଟି କୁଞ୍ଜଙ୍କ ବାମ ହାତରେ ପଶିଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯିବା ପରେ ଅସ୍ତ୍ରୋପଚାର କରି ଗୁଳି କଢା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri