ଜେଲ ଗଲେ ଅବସରପ୍ରାପ୍ତ ସେନା କର୍ମଚାରୀ

ଭୁବନେଶ୍ୱର,୯ା୯ (ବ୍ୟୁରୋ): ଖଣ୍ଡଗିରି ଥାନା ଅନ୍ତର୍ଗତ ଭରତପୁର ଅଞ୍ଚଳରେ ପଡୋଶୀଙ୍କ ସହ ବଚସାକୁ କେନ୍ଦ୍ରକରି ଗୁଳି ମାଡ଼ କରିଥିବା ଅଭିଯୁକ୍ତ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଭରତପୁର ବିଜୁନଗର ବସ୍ତିରେ ରହୁଥିବା ଅଶ୍ୱିନୀ କୁମାର ରାଉତ। ଏ ନେଇ ପୋଲିସ ମାମଲା (ନଂ.୫୪୭/୨୦) ରୁଜୁ କରିବା ସହ ଏକ ଲାଇସେନ୍ସପ୍ରାପ୍ତ ବନ୍ଧୁକ ଓ ୪ଟି ଗୁଳି ଜବତ କରିଛି। ଏଥିସହ ମଙ୍ଗଳବାର ଅଶ୍ୱିନୀଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ସୂଚନା ମୁତାବକ, ଅଭିଯୁକ୍ତ ଅଶ୍ୱିନୀ ସେନାରୁ ଅବସର ନେବାପରେ ଶହୀଦନଗର ଅଞ୍ଚଳରେ ଥିବା ଏକ ବ୍ୟାଙ୍କରେ ସିକ୍ୟୁରିଟି ଗାର୍ଡ କାର୍ଯ୍ୟ କରୁଥିଲେ। ତାଙ୍କ ନିକଟରେ ଲାଇସେନ୍ସପ୍ରାପ୍ତ ବନ୍ଧୁକ ରହିଥିଲା। ଅଶ୍ୱିନୀ ପ୍ରାୟତଃ ରାତିରେ ଡ୍ୟୁଟି ସାରି ଘରକୁ ଫେରୁଥିବାବେଳେ ନିଶାସକ୍ତ ଅବସ୍ଥାରେ ଖରାପ ଭାଷାରେ ଲୋକଙ୍କୁ ଗାଳିଗୁଲଜ କରନ୍ତି। ଏହାକୁ ନେଇ ବିଜୁ ବସ୍ତିରେ ଅନେକ ଲୋକଙ୍କ ସହ ତାଙ୍କର ବଚସା ହୋଇଥିଲା। ସୋମବାର ରାତିରେ ଅଶ୍ୱିନୀଙ୍କ ପଡୋଶୀ କୁଞ୍ଜ ବିହାରୀ ବେହେରାଙ୍କ ସହ ବଚସା ହୋଇଥିଲା। ଅଶ୍ୱିନୀ କୁଞ୍ଜଙ୍କ ସ୍ତ୍ରୀଙ୍କୁ ଖରାପ ଭାଷାରେ ଗାଳିଗୁଲଜ କରିବାକୁ ନେଇ ଉଭୟଙ୍କ ଭିତରେ ଜୋର୍‌ରେ ପାଟିତୁଣ୍ଡ ହୋଇଥିଲା। ଏହି ସମୟରେ ଅଶ୍ୱିନୀ ହଠାତ ଉତ୍‌କ୍ଷିପ୍ତ ହୋଇ କୁଞ୍ଜଙ୍କ ଉପରକୁ ତାଙ୍କ ବନ୍ଧୁକରୁ ଗୁଳି ଚଳାଇଥିଲେ। ଗୁଳିଟି କୁଞ୍ଜଙ୍କ ବାମ ହାତରେ ପଶିଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯିବା ପରେ ଅସ୍ତ୍ରୋପଚାର କରି ଗୁଳି କଢା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri