ହଠାତ୍‌ ଛାତିରେ ହେଲା ଯନ୍ତ୍ରଣା, ଚାଲିଗଲା ଅବସରପ୍ରାପ୍ତ କିରାଣିଙ୍କ ଜୀବନ

ବଲାଙ୍ଗୀର,୮ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଇନ୍ଦିରା ନଗର ନିବାସୀ କିଶୋର କୁମାର ରାଉତ (୬୨ )ଙ୍କ ହୃଦ୍‌ଘାତରେ ବୁଧବାର ପରଲୋକ ହୋଇଛି। ସମ୍ବଲପୁର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ପରଲୋକ ହୋଇଛି। ହଠାତ୍‌ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ହସ୍ପିଟାଲକୁ ପରିବାର ଲୋକେ ନେଇଥିଲେ। ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ସେ ଜଣେ ମିଷ୍ଟାଭାଷୀ ଓ ମେଳାପୀ ବ୍ୟକ୍ତି ଭାବେ ପରିଚିତ ଥିଲେ। ସେ ସୁବର୍ଣ୍ଣପୁର ଡିଷ୍ଟିକ ପୋଲିସ ଅଫିସରେ କିରାଣିଭାବରେ କାମ କରି ୨୦୨୪ରେ ଅବସର ଗ୍ରହଣ କରିଥିଲେ। ମୃତ୍ୟୁ ବେଳେ ଭାଇ ଶ୍ରୀକାନ୍ତ ରାଉତ ଓ ପରିବାର ଲୋକେ ଉପସ୍ଥିତ ଥିଲେ। କିଶୋରଙ୍କ ମୃତ୍ୟୁ ଖବର ଶୁଣିବା ପରେ ବହୁ ବିଶିଷ୍ଟ ବ୍ୟକ୍ତି ଓ ପଡ଼ାବାସୀ ତାଙ୍କ ଇନ୍ଦିରାନଗର ନିକଟସ୍ଥ ବାସଭବନକୁ ଯାଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

Dharitri – The Most Trusted Odia Daily of Odisha

Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri