ଅବସରପ୍ରାପ୍ତ କର୍ମଚାରୀଙ୍କ ବିଭିନ୍ନ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ମାଲକାନଗିରି,୩ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ବିଭିନ୍ନ ଦାବି ନେଇ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ସଂଘର ସମ୍ପାଦକ ରବିନ୍ଦ୍ର ମହାରଣାଙ୍କ ନେତୃତ୍ୱରେ ସୁବାସ ଛକ ସଂଘ କାର୍ଯ୍ୟାଳୟ ପରିସରରୁ ଶତାଧିକ ଅବସରପ୍ରାପ୍ତ କର୍ମଚାରୀ ଏକ ଶୋଭାଯାତ୍ରାରେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଦାବିପତ୍ର ପ୍ରଦାନ କରିଥିଲେ। ଦାବିଗୁଡ଼ିକ ମଧ୍ୟରେ ଅବସରପ୍ରାପ୍ତ ସରକାରୀ କର୍ମଚାରୀମାନଙ୍କୁ ମାସିକ ସ୍ବାସ୍ଥ୍ୟ ଭତ୍ତା ସହ ସ୍ବାସ୍ଥ୍ୟ ବୀମାଭୁକ୍ତ, ପୁରାତନ ପେନସନ୍‌ ଯୋଜନା ଲାଗୁ, ଜାନୁୟାରୀ ୨୦୨୦ରୁ ଜୁଲାଇ ୨୦୨୧ ପର୍ଯ୍ୟନ୍ତ ସ୍ଥଗିତ ୧୮ ମାସର ବର୍ଦ୍ଧିତ ଭତ୍ତା ପ୍ରଦାନ, ୬୫ ବର୍ଷ ପରେ ଅତିରିକ୍ତ ଭତ୍ତା ପ୍ରଦାନ, ସର୍ବନିମ୍ନ ପେନ୍‌ସନ୍‌ ୮୩୦୦ରୁ ୧୨୦୦୦କୁ ବୃଦ୍ଧି, ସମସ୍ତ ବରିଷ୍ଠ ନାଗରିକଙ୍କୁ ରେଲବାଇ ଯାତାୟାତରେ ରିହାତି ପ୍ରଦାନ ଆଦି ଦାବି କରିଛନ୍ତି। ଏଥିସହ ମାଲକାନଗିରି ଜିଲାରେ ଅବସରପ୍ରାପ୍ତ କର୍ମଚାରୀ ତଥା ବରିଷ୍ଠ ନାଗରିକମାନଙ୍କ ପାଇଁ ପ୍ରତି ମାସରେ ସ୍ବାସ୍ଥ୍ୟ ପରୀକ୍ଷା ସହ ଉତ୍ତମ ଚିକିତ୍ସା ଯୋଗାଇଦେବା, ବ୍ୟାଙ୍କଗୁଡ଼ିକରେ ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ବତନ୍ତ୍ର କାଉଣ୍ଟର ଖୋଲିବା, ୮୦ ବର୍ଷରୁ ଊର୍ଦ୍ଧ୍ୱ ନାଗରିକମାନଙ୍କ ପେନ୍‌ସନ୍‌ ତାଙ୍କ ନିଜ ଘରେ ପ୍ରଦାନ କରିବା, ପୋଲିସ ବିଭାଗ ଦ୍ୱାରା ବରିଷ୍ଠ ନାଗରିକମାନଙ୍କ ପରିଚୟପତ୍ର ପ୍ରଦାନ ଆଦି ସ୍ଲୋଗାନ ଦେଇ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏହି କାର୍ଯ୍ୟକ୍ରମରେ ସଭାପତି ରତିକୃଷ୍ଣ ପାତ୍ର, ଦୁର୍ଯ୍ୟୋଧନ ପାତ୍ର, ପ୍ରକାଶ ପଟ୍ଟନାୟକ, ସଭାପତି ସୀମାଞ୍ଚଳ ପାଣିଗ୍ରାହୀ, ଉପସଭାପତି ନବ ସାହୁ, ସହ ସମ୍ପାଦକ ସୀମାଞ୍ଚଳ ପଣ୍ଡା, କୋଷାଧ୍ୟକ୍ଷ ମଦନମୋହନ ନାୟକ, ବାଲାରାଜୁ ପାଢ଼ୀଙ୍କ ସହ ଶତାଧିକ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri