ଅବସରପ୍ରାପ୍ତ କର୍ମଚାରୀ ସଂଘର କର୍ମକର୍ତ୍ତା ନିର୍ବାଚନ: ଯୁଧିଷ୍ଠିର ସଭାପତି, ନାଗେଶ୍ବର ସମ୍ପାଦକ

ଦିଗପହଣ୍ଡି,୧୧।୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। କର୍ମକର୍ତ୍ତା ନିର୍ବାଚନ ନିମନ୍ତେ ଆୟୋଜିତ ସଂଘର ପରିବର୍ଦ୍ଧିତ ଆଲୋଚନା ସଭାରେ ପ୍ରଥମେ ସଂଘର ଆୟବ୍ୟୟ ଉପସ୍ଥାପନ କରାଯାଇ ଅନୁମୋଦିତ କରାଯିବା ପରେ ସଂଘର ସାଙ୍ଗଠନିକ ଅଭିବୃଦ୍ଧି ଏବଂ ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଥିଲା। ଏହାପରେ ଆଗାମୀ ବର୍ଷ ପାଇଁ ନୂତନ କର୍ମକର୍ତ୍ତା ଚୟନ କରାଯାଇ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ. ଯୁଧିଷ୍ଠିର ସ୍ବାଇଁଙ୍କୁ ସର୍ବସମ୍ମତ କ୍ରମେ ସଭାପତି ରୂପେ ନିର୍ବାଚିତ କରାଯାଇଥିଲା।

ସେହିଭଳି ସୁବାଷ ଚନ୍ଦ୍ର ପାଢ଼ୀ-ଉପସଭାପତି, କେ. ନାଗେଶ୍ବର ରାଓ – ସମ୍ପାଦକ, ଭବାନୀ ପ୍ରସାଦ ପାଢ଼ୀ- ସହସମ୍ପାଦକ, ନରହରି ସାହୁଙ୍କୁ କୋଷାଧ୍ୟକ୍ଷ ରୂପେ ମନୋନୀତ କରାଯାଇଥିଲା। ବରିଷ୍ଠ ସଦସ୍ୟ ଗଣେଶ ମହାରଣାଙ୍କୁ ସମୀକ୍ଷକ ଏବଂ ସୂର୍ଯ୍ୟ ନାରାୟଣ ପାତ୍ର, ସୁବାସ ଚୌଧୁରୀ, କୃଷ୍ଣଚନ୍ଦ୍ର ବ୍ରହ୍ମା, ସୁରେନ୍ଦ୍ର ପଟ୍ଟନାୟକ, ପଦ୍ମ ଚରଣ ମେକାପଙ୍କୁ ନେଇ ସଂଘର ଏକ ଉପଦେଷ୍ଟା ମଣ୍ଡଳୀ ଗଠନ କରାଯାଇଥିଲା। ଏଥିରେ ଭୀମସେନ ପଣ୍ଡା, ସୁଷମା ପାଠୀ, ଅରୁଣ ରଥ, ପୀତବାସ ରଥ, ଦଣ୍ଡପାଣି ସାହୁ, ପୀତାମ୍ବର ମହାରଣା, ରାଜକିଶୋର ଚୌଧୁରୀ, ସୁବାଷ ଚନ୍ଦ୍ର ଗୌଡ, ବିମ୍ବାଧର ବେହେରା ଏବଂ ହରିଶ୍ଚନ୍ଦ୍ର ପାଢୀଙ୍କୁ ନେଇ ଏକ କାର୍ଯ୍ୟକାରୀ କମିଟି ମଧ୍ୟ ଗଠିତ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri