ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲା: ଅବସରପ୍ରାପ୍ତ ଫରେଷ୍ଟରଙ୍କୁ ୨ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୬ା୧୨: ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗୋପୀନାଥପୁର ଗ୍ରାମର ଅଶୋକ କୁମାର ହୋତା ଭଞ୍ଜନଗର ସମ୍ମନ୍ବିତ ଜଳ ବିଭାଜିକା ପ୍ରକଳ୍ପ କର୍ମଚାରୀ ତଥା ବନପାଳ ଭାବେ ୧୯୯୭ରେ କାମ କରୁଥିଲେ। ସେହି ସମୟରେ ତାଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ସୋମବାର ଉକ୍ତ ମାମଲାର ଶୁଣାଣି ବେଳେ ଅଶୋକଙ୍କୁ ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। ୩୧ ଜଣ ସାକ୍ଷୀଙ୍କ ବୟାନ ଓ ଭିଜିଲାନ୍ସ ପକ୍ଷରୁ କୋର୍ଟରେ ଦାଖଲ କରାଯାଇଥିବା ଚାର୍ଜଶିଟକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଜଜ ତାଙ୍କୁ ୨ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ ସହ ୫ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟେ ଅତିରିକ୍ତ ୨ ମାସ ଜେଲ ଦଣ୍ଡରେ ଦଣ୍ଡିତ ପାଇଁ ରାୟ ପ୍ରକାଶ କରିଛନ୍ତି ବୋଲି ପିପି ସୁରେନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ୧୯୯୭ ମାର୍ଚ୍ଚ ୨୯ରେ ଅଶୋକଙ୍କର ୪ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ଏକ କାଳୀନ ଚଢାଉ କରିଥିଲା। ତାଙ୍କର ଆକଳନ ହୋଇଥିବା ସ୍ଥାବର ଓ ଅସ୍ଥାବର ସମ୍ପତ୍ତିରୁ ୨ଲକ୍ଷ ୮୩ ହଜାର ୬୫୮ଟଙ୍କାର ହିସାବ ସେ ଭିଜିଲାନ୍ସକୁ ଦେଇପାରି ନ ଥିଲେ। ଯାହାକି ତାଙ୍କ ଆୟର ଶତକଡା ୪୮.୨୮ ପ୍ରତିଶତ ଅଧିକ ରହିଥିଲା। ଭିଜିଲାନ୍ସ ତାଙ୍କୁ ମାମଲା ନମ୍ବର ୧୬/୯୭ ରେ ଗିରଫ କରି ପରେ ଜାମିନରେ ଛାଡ଼ିଥିଲା। ତତ୍କାଳୀନ ତଦନ୍ତକାରୀ ଅଧିକାରୀ ତଥା ଇନ୍ସପେକ୍ଟର ଦୟାନିଧି ଗୋଛାୟତ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri