‘ମନିଟରିଂ ପାଇଁ ଅବସରପ୍ରାପ୍ତ ବିଚାରପତି ଜେ.ପି. ଦାସଙ୍କୁ ହାଇକୋର୍ଟ ମନୋନୀତ କରିଛନ୍ତି’

ବଲାଙ୍ଗୀର ଅଫିସ, ୨୮ା୩:ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡର ତଦନ୍ତକୁ ମନିଟରିଂ କରିବା ପାଇଁ ଅବସରପ୍ରାପ୍ତ ବିଚାରପତି ଜେ.ପି. ଦାସଙ୍କୁ ହାଇକୋର୍ଟ ମୁଖ୍ୟ ବିଚାରପତି ମନୋନୀତ କରିଛନ୍ତି। ସୂଚନା ଅଧିକାର ଆଇନ ଯୋଗେ ଓଡ଼ିଶା ହାଇକୋର୍ଟଙ୍କ ଜନସୂଚନା ଅଧିକାରୀ ତଥା ଆଡିସନାଲ ଡେପୁଟି ରେଜିଷ୍ଟ୍ରାର(ଜେ ଆଣ୍ଡ ଇ) ନିର୍ମଳେନ୍ଦୁଜୀ ଏ ସଂକ୍ରାନ୍ତୀୟ ତଥ୍ୟ ବଲାଙ୍ଗୀରର ବିଶିଷ୍ଟ ସୂଚନା ଅଧିକାର କର୍ମୀ ହେମନ୍ତ କୁମାର ପଣ୍ଡାଙ୍କୁ ପ୍ରଦାନ କରଛନ୍ତି। ପଣ୍ଡା କହିଛନ୍ତି, ରାଜ୍ୟ ସରକାରଙ୍କ ଗୃହ ବିଭାଗର ସ୍ବତନ୍ତ୍ର ସଚିବ ଗତ ଜାନୁୟାରୀ ୩୦ରେ ଚିଠି ନଂ. ୭୬/ସି ମାଧ୍ୟମରେ ହାଇକୋର୍ଟଙ୍କୁ ଚିଠି ଲେଖି ଜଣେ କାର୍ଯ୍ୟରତ, ଅବସରପ୍ରାପ୍ତ ବିଚାରପତି କିମ୍ବା ଜିଲା ଓ ସେସନ୍ସ ଜଜ୍‌ଙ୍କୁ ନବ ଦାସଙ୍କ ହତ୍ୟାକାଣ୍ଡ ତଦନ୍ତକୁ ତଦାରଖ କରିବା ପାଇଁ ନିବେଦନ କରିଥିଲେ। ଏହି ଚିଠିକୁ ଭିତ୍ତିକରି ହାଇକୋର୍ଟ ମୁଖ୍ୟ ବିଚାରପତି ଘଟଣାର ତଦନ୍ତକୁ ମନିଟରିଂ କରିବା ପାଇଁ ଅବସରପ୍ରାପ୍ତ ବିଚାରପତି ଜେ.ପି.ଦାସଙ୍କୁ ମନୋନୀତ କରିଥିବା କଥା ଫେବୃୟାରୀ ୧ତାରିଖରେ ଚିଠି ନମ୍ବର ୦୩/ଆର୍‌ଜି ମାଧ୍ୟମରେ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଜଣାଇଦେଇଥିଲେ।
ନବ ଦାସଙ୍କୁ ଗତ ଜାନୁୟାରୀ ୨୯ରେ ଜଣେ ପୋଲିସ କର୍ମଚାରୀ ଗୁଳିକରି ହତ୍ୟା କରିଥିଲେ। ତା’ପରଦିନ ଅର୍ଥାତ୍‌ ୩୦ତାରିଖରେ ରାଜ୍ୟ ସରକାର ହାଇକୋର୍ଟଙ୍କୁ ଅନୁରୋଧ ପତ୍ର ଦେଇଛନ୍ତି ଓ ଫେବୃୟାରୀ ୧ରେ ଅବସରପ୍ରାପ୍ତ ବିଚାରପତି ଦାସଙ୍କୁ ମନୋନୀତ କରି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ପକ୍ଷରୁ ଜଣାଇ ଦିଆଯାଇଛି। ତେଣୁ ତଦନ୍ତକୁ ହାଇକୋର୍ଟ ମନିଟର୍ଡ କରିବା ପାଇଁ ରାଜ୍ୟ ସରକାରଙ୍କ ଆନ୍ତରିକତାକୁ ପ୍ରଶ୍ନ କରାଯାଇ ନ ପାରେ ବୋଲି ପଣ୍ଡା କହିଛନ୍ତି। ପୂର୍ବରୁ ନୟାଗଡ଼ ଯଦୁପୁରର କୋମଳମତି ଶିଶୁ ପରୀ ହତ୍ୟାକଣ୍ଡର ତଦନ୍ତକୁ ହାଇକୋର୍ଟ ମନିଟର୍ଡ ବୋଲି ମିଛ ପ୍ରଚାର କରାଯାଉଥିବା ବେଳେ ରାଜ୍ୟ ସରକାରଙ୍କ ନିବେଦନକୁ ହାଇକୋର୍ଟ ଅଗ୍ରାହ୍ୟ କରି ଦେଇଥିବା କଥା ସୂଚନା ଅଧିକାର କର୍ମୀ ପଣ୍ଡା ପ୍ରଥମେ ଗଣମାଧ୍ୟମରେ ତଥ୍ୟ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri