Posted inଜାତୀୟ

ମଣିପୁର ହିଂସାକାଣ୍ଡକୁ ନେଇ ଦୁଃଖ ପ୍ରକାଶ କଲେ ଅବସରପ୍ରାପ୍ତ ଲେଫ୍ଟନାଣ୍ଟ ଜେନରାଲ, କହିଲେ କେତେବେଳେ ବି ମୃତ୍ୟୁ…

ଇମ୍ଫାଲ,୧୭।୬: ଦୀର୍ଘ ୪୦ଦିନ ଧରି ଜଳୁଛି ମଣିପୁର। ଦୁଇ ସମ୍ପ୍ରଦାୟ ମଧ୍ୟରେ ଜାତିଗତ ହିଂସା ଏବେ ଭୟଙ୍କର ରୂପ ନେଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଶାନ୍ତି ପାଇଁ ନିବେଦନ ସତ୍ତ୍ୱେ କୌଣସି ଲାଭ ମିଳୁନାହିଁ। ଏହି ସମୟରେ ଲେଫ୍ଟନାଣ୍ଟ ଜେନରାଲ (ଅବସରପ୍ରାପ୍ତ) ବେଦ ପ୍ରକାଶ ମଲିକ ମଣିପୁରର ପରିସ୍ଥିତିକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି।

ମଣିପୁରର ପରିସ୍ଥିତି ସମ୍ପର୍କରେ ଲେଫ୍ଟନାଣ୍ଟ ଜେନରାଲ ନିଶିକାନ୍ତ ସିଂ ଟ୍ବିଟ୍‌ କରି କହିଛନ୍ତି, “ମୁଁ ମଣିପୁରର ଜଣେ ସାଧାରଣ ନାଗରିକ। ଅବସର ପରେ ଆରାମରେ ଜୀବନ ଜିଇଁବାକୁ ଚାହୁଁଛି। ରାଜ୍ୟ ଏପରି ପରିସ୍ଥିତି ଦେଇ ଗତି କରୁଛି ଯେ, ନିଜର କେତେବେଳେ ବି ମୃତ୍ୟୁ ହୋଇପାରେ। ଲିବିୟା, ଲେବାନନ, ନାଇଜେରିଆ, ସିରିଆରେ ପରି ମୋ ରାଜ୍ୟ ହୋଇଯାଇଛି। ଏପରି ଲାଗୁଛି ମଣିପୁରକୁ ଏପରି ଭୟାନକ ସ୍ଥିତିରେ ଛାଡି ଦିଆଯାଇଛି। କେହି ଶୁଣୁଛନ୍ତି କି? ”

ନିଶିକାନ୍ତ ସିଂଙ୍କ ଏହି ଟ୍ବିଟ୍‌କୁ ରିଟ୍ବିଟ୍‌ କରି ପୂର୍ବତନ ସେନା ଅଧିକାରୀ କହିଛନ୍ତି, ମଣିପୁରର ଅବସରପ୍ରାପ୍ତ ଲେଫ୍ଟନାଣ୍ଟ ଜେନେରାଲଙ୍କ କଥା ଶୁଣି ଦୁଃଖ ଲାଗୁଛି। ମଣିପୁରର ଆଇନ ଶୃଙ୍ଖଳା ପରିସ୍ଥିତି ଉଚ୍ଚ ସ୍ତରରେ ତଦନ୍ତ କରାଯାଉ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri