ନୀଲଜୀ ୟୁଜିବିର ଦଶ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହରିଲୁଟ୍‌ ଘଟଣା: ଅବସରପ୍ରାପ୍ତ ମ୍ୟାନେଜର, କ୍ୟାଶିୟର ଗିରଫ

ସିନାପାଲି,୬।୭(ଡି.ଏନ.ଏ)-ନୂଆପଡା ଜିଲା ସିନାପାଲି ଥାନା ଅନ୍ତର୍ଗତ ନୀଲଜୀ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କର ଦଶଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ହଡ଼ପ ଅଭିଯୋଗରେ ପୋଲିସ ସୋମବାର ବ୍ୟାଙ୍କର ଅବସରପ୍ରାପ୍ତ ମ୍ୟାନେଜର ଓ କ୍ୟାଶିୟରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଅବସରପ୍ରାପ୍ତ ମ୍ୟାନେଜର ନୀଳାଦ୍ରି ବେଶ୍ରା ଓ କ୍ୟାଶିୟର ଜବଦୁ ପାଣ୍ଡେ । ଉଭୟଙ୍କୁ କୋର୍ଟଚାଲାଣ କରାଯାଇଛି ।
ସୂଚନା ଅନୁସାରେ, ନୀଲଜୀ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କର ଶାଖା ପରିଚାଳକ ନୀଳାଦ୍ରି ବେଶ୍ରା ଗତ ୩୦ ତାରିଖରେ ଚାକିରୀରୁ ଅବସର ଗ୍ରହଣ କରିଥିଲେ। ଏହାପରେ ରାକେଶ ବେହେରା ନୂଆ ଶାଖା ପରିଚାଳକ ଭାବେ ଯୋଗଦାନ କରିଥିଲେ। ଅବସର ଗ୍ରହଣ ପରେ ବେଶ୍ରା ନୂତନ ଶାଖା ପରିଚାଳକଙ୍କୁ ଦାୟିତ୍ୱ ଦେବାବେଳେ ପ୍ରାୟ ୧୦ ଲକ୍ଷ ୪୧ ହଜାର ୭୬୦ ଟଙ୍କା କମ୍‌ ଥିବା ଜଣାପଡିଥିଲା। ନୂତନ ଶାଖା ପରିଚାଳକ ବେହେରା ଏ ସଂକ୍ରାନ୍ତରେ ରିଜିଓନାଲ ମ୍ୟାନେଜରଙ୍କୁ ଜଣାଇଥିଲେ । ସେ ଆସି ତଦନ୍ତ କଲା ପରେ ପ୍ରକ୍‌ୃତ ତଥ୍ୟ ପଦାକୁ ଆସିଥିଲା। ଏହି ଘଟଣାକୁ ନେଇ ଗତ ୨ ତାରିଖରେ ନୂତନ ବ୍ୟାଙ୍କ ମ୍ୟାନେଜର ସିନାପାଲି ଥାନାରେ ଏକ ଏତଲା ଦେଇଥିଲେ। ତାଙ୍କ ଏତଲାକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ.୧୦୮/୨୦) ରୁଜୁ କରି ତଦନ୍ତ ଜାରି ରଖିଥିଲା। ତଦନ୍ତ ବେଳେ ସମ୍ପୃକ୍ତ କ୍ୟାଶିୟର ଜଦବୁ ପାଣ୍ଡେ ନିଜ ଝିଅ ବାହାଘର ବେଳେ ସମସ୍ତ ଟଙ୍କା ଉଠାଇଥିବା ସ୍ବୀକାର କରିଥିଲେ ଏବଂ ଏବେ ହଡପ ସମସ୍ତ ଟଙ୍କା ସିନାପାଲି ଥାନାରେ ଫେରସ୍ତ କରିଥିବା ପୋଲିସ ପ୍ରକାଶ କରିଛି। ବ୍ୟାଙ୍କର ଟଙ୍କା ଉଭୟ କ୍ୟାଶଇୟର ଓ ମ୍ୟାନେଜରଙ୍କ ଯୁଗ୍ମ ଦାୟିତ୍ୱରେ ରହିବା କଥା। ତେଣୁ ନିଜ ଦାୟିତ୍ୱରେ ଅବହେଳା କରିଥିବାରୁ ଅବସରପ୍ରାପ୍ତ ମ୍ୟାନେଜର ବେଶ୍ରାଙ୍କ ନାମରେ ମାମଲା ରୁଜୁ କରାଯାଇଥିବା ପୋଲିସ କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ, ଶିକ୍ଷା, ବିଜୁଳି ସାତସପନ

ନୂଆପଡ଼ା,୧୮।୪(ମକାରୁ ବେମାଲ)ସ୍ବାଧୀନତାର ଦୀର୍ଘ ବର୍ଷ ପରେ ବି ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ। କେନ୍ଦ୍ର ଓ ରାଜ୍ୟ ସରକାର ମାଳମାଳ ଯୋଜନା କରୁଥିଲେ ମଧ୍ୟ ଲୋକ...

ରୋଷେଇ ଘରେ ପଶି ରାଜକୀୟ ଖାଦ୍ୟ ଖାଇଲା ଭାଲୁ: ରାଜମହଲ ଲୋକେ ଭୟଭୀତ

ଖଡ଼ିଆଳ,୧୨।୪(ସୁଜିତ୍‌ କୁମାର ପ୍ରଧାନ):ନୂଆପଡା ଜିଲା ଖଡ଼ିଆଳ ସହରରେ ବୁଧବାର ରାତିରେ ବୁଲୁଥିବା ଭାଲୁ ଶେଷରେ ଖଡ଼ିଆଳ ରାଜବାଟି ରୋଷେଇ ଘରେ ପଶିଥିଲା। ଖଡ଼ିଆଳ ରାଜା ସାହେବଙ୍କ...

ଏହି ଜିଲାରେ ସବୁ ଦଳରେ ବାହାରୁଛି କେଁ

ନୂଆପଡ଼ା,୯।୪(ମକାରୁ ବେମାଲ)ଛତିଶଗଡକୁ ଲାଗି ରହିଥିବା ରାଜ୍ୟର ଏକ ଉପାନ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀ ନୂଆପଡା। ଏହି ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ଦଳରୁ ଏକାଧିକ ଆଶାୟୀ ରହିଥିଲେ।...

ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିଲେ: ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ କନଷ୍ଟେବଳଙ୍କ ଜୀବନ

କଟକ,୮ା୪ (କାର୍ତ୍ତିକ ସାହୁ) ତାମିଲନାଡୁ ରାଜ୍ୟର ତ୍ରିଚୀଠାରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ଓଡ଼ିଶା ପୋଲିସ୍‌ କନଷ୍ଟେବଳ ପ୍ରମୋଦ କୁମାର ମାଝି(ସି/୨୨୨)ଙ୍କ ଅକାଳ ମୃତ୍ୟୁ ଘଟିଛି।...

କଦଳୀ ଚାଷ କରି ଲକ୍ଷପତି

ନୂଆପଡା,୫।୪ (ମକାରୁ ବେମାଲ):ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ମିଛାପାଲି ପଞ୍ଚାୟତ ବରକୋଟ ଗାଁର ଚାଷୀ କଦଳୀ ଚାଷ କରି ନିଜେ ସ୍ବାବଲମ୍ବୀ ହୋଇ ଅନ୍ୟକୁ...

ଭିଜିଲାନ୍ସ ଜାଲରେ ରାଜସ୍ବ ବିଭାଗ ସ୍ବତନ୍ତ୍ର ଅଧିକାରୀ

ନୂଆପଡ଼ା,୨୯ା୩(ମକାରୁ ବେମାଲ):ନୂଆପଡା ଜିଲା ରାଜସ୍ବ ବିଭାଗ ସ୍ବତନ୍ତ୍ର ଅଧିକାରୀ ନରେନ୍ଦ୍ର କୁମାର ଚନ୍ଦ୍ରକାର ଜମିଜମା ମାମଲାର ସମାଧାନ ପାଇଁ ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ...

ଟ୍ରକକୁ ପିଟିଲା ଟ୍ରକ: ଜୀବନ୍ତ ଜଳିଗଲେ ଡ୍ରାଇଭର

ନୂଆପଡ଼ା,୨୨।୩: ନୂଆପଡ଼ା ଜିଲା ସିନାପାଲି ଥାନା ବିଜୁ ଏକ୍ସପ୍ରେସ ୱେ ଚଟିଆଗୁଡ଼ା ଗାଁ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆଗରେ ଯାଉଥିବା ଏକ...

ବସୁଧାରୁ ମିଳୁନି ପାଣି, ଖୋଲାକୂଅ ଭରସା

ନୂଆପଡ଼ା,୨୨।୩(ମକାରୁ ବେମାଲ): ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ପଞ୍ଚାୟତ ଗାତିବେଡା ଗାଁରେ ଜଳ ସଙ୍କଟ ଦେଖାଦେଇଥିବା ବେଳେ କୂଅ ପାଣି ଉପରେ ଲୋକେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri