ଲାଞ୍ଚ ମାମଲାରେ ଅବସରପ୍ରାପ୍ତ ରାଜସ୍ବ ନିରୀକ୍ଷକଙ୍କୁ ୪ ବର୍ଷ ଜେଲ୍‌

କେନ୍ଦୁଝର,୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଏକ ଲାଞ୍ଚ ମାମଲାର ଶୁଣାଣି କରି କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ରଶ୍ମିତା ଦଳେଇ ତତ୍କାଳୀନ ରାଇସୁଆଁ ରାଜସ୍ବ ନିରୀକ୍ଷକଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ ଏବଂ ୪ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି।

ଘଟଣାରୁ ପ୍ରକାଶ ଯେ, ସଦର ତହସିଲ ରାଇସୁଆଁ ଆର୍‌ଆଇ ସର୍କଲ ଅନ୍ତର୍ଗତ ରାଇସୁଆଁ ହର୍ଷପୁର ଗ୍ରାମର ଅଜିତ କୁମାର ନାଏକଙ୍କ ସହ ସେହି ଗ୍ରାମର ଟିକେଶ୍ୱର ସାହୁଙ୍କର ଜମି ବିବାଦ ହୋଇଥିଲା। ଜମି ଚିହ୍ନଟ ପାଇଁ ଅଜିତ କୁମାର ନାଏକ ସଦର ଥାନାରେ ୧୦.୪.୨୦୧୭ରେ ରିପୋର୍ଟ କରିଥିଲେ। ପୋଲିସ ପକ୍ଷରୁ ଜମି ଚିହ୍ନଟ ପାଇଁ ଆର୍‌ଆଇଙ୍କୁ ଚିଠି କରାଯାଇଥିଲା। ଅଭିଯୋଗକାରୀ ଅଜିତ କୁମାର ନାଏକ ରାଜସ୍ବ ନିରୀକ୍ଷକ ବାଞ୍ଛାନିଧି ଶତପଥୀଙ୍କୁ ଦେଖା କରିବାରୁ ୧୧.୪.୨୦୧୭ସୁଦ୍ଧା ୨ହଜାର ଟଙ୍କା ଏବଂ ସରକାରୀ ଫି’ ୨ଶହ ଟଙ୍କା ଦେଲେ ୧୨.୪.୨୧୭ରେ ମାପଚୁପ କରାଯିବ ବୋଲି କହିଥିଲେ। ଜମି ଚିହ୍ନଟ ପାଇଁ ୨ ହଜାର ଟଙ୍କା ଲାଞ୍ଚ ମାଗିବାରୁ ୧୦.୪.୨୦୧୭ରେ ଅଭିଯୋଗକାରୀ ଭିଜିଲାନ୍ସ ଡିଏସ୍‌ପି, କେନ୍ଦୁଝରଙ୍କ ମାଧ୍ୟମରେ ଏସ୍‌ପି ଭିଜିଲାନ୍ସ, ବାଲେଶ୍ୱରଙ୍କୁ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ଭିଜିଲାନ୍ସ ପକ୍ଷରୁ ୧୭.୨୦୧୭ରେ ଏକ ଲାଞ୍ଚ ମାମଲା ରୁଜୁ କରାଯାଇଥିଲା। ୧୧.୪.୨୦୧୭ରେ ରାଇସୁଆଁ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟରୁ ୨ହଜାର ଟଙ୍କା ଲାଞ୍ଚ ଅର୍ଥ ଜବତ କରି ରାଜସ୍ବ ନିରୀକ୍ଷକ ବାଞ୍ଛାନିଧି ଶତପଥୀଙ୍କୁ ଗିରଫ କରିଥିଲେ। ଏହି ମାମଲାର ଶୁଣାଣି କରି ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ରଶ୍ମିତା ଦଳେଇ ଭିଜିଲାନ୍ସ ବିଭାଗର ତଦନ୍ତ ରିପୋର୍ଟ ଏବଂ ୧୨ ଜଣ ସାକ୍ଷୀ ପ୍ରମାଣକୁ ଆଧାର କରି ଉପରୋକ୍ତ ଦଣ୍ଡାଦେଶ କରିଛନ୍ତି। ଜରିମାନା ଅନାଦେୟ ଅଧିକ ୨ ମାସ ଦଣ୍ଡ ଆଦେଶ ହୋଇଛି। ଲାଞ୍ଚ ଅର୍ଥ ନେଇ ଅଫିସ ଡ୍ର’ ରେ ରଖିଥିବା ତତ୍କାଳୀନ ପିଅନ ତରଣୀସେନ ପାତ୍ର ସାକ୍ଷୀ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ଦଣ୍ଡିତ ହୋଇଥିବା ଆର୍‌ଆଇଙ୍କ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ୍‌କୁ ପଠାଇ ଦିଆଯାଇଛି। ଏହି ମାମଲାରେ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଦେବଦତ୍ତ ବିଶ୍ୱାଳ ମାମଲା ପରିଚାଳନା କରୁଥିଲେ। ଦଣ୍ଡିତ ଅବସରପ୍ରାପ୍ତ ଆର୍‌ଆଇଙ୍କ ଘର ଭଦ୍ରକ ଜିଲା ବାସୁଦେବପୁର ଗ୍ରାମରେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri