ଲାଞ୍ଚ ମାମଲାରେ ଅବସରପ୍ରାପ୍ତ ରାଜସ୍ବ ନିରୀକ୍ଷକଙ୍କୁ ୪ ବର୍ଷ ଜେଲ୍‌

କେନ୍ଦୁଝର,୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଏକ ଲାଞ୍ଚ ମାମଲାର ଶୁଣାଣି କରି କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ରଶ୍ମିତା ଦଳେଇ ତତ୍କାଳୀନ ରାଇସୁଆଁ ରାଜସ୍ବ ନିରୀକ୍ଷକଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ ଏବଂ ୪ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି।

ଘଟଣାରୁ ପ୍ରକାଶ ଯେ, ସଦର ତହସିଲ ରାଇସୁଆଁ ଆର୍‌ଆଇ ସର୍କଲ ଅନ୍ତର୍ଗତ ରାଇସୁଆଁ ହର୍ଷପୁର ଗ୍ରାମର ଅଜିତ କୁମାର ନାଏକଙ୍କ ସହ ସେହି ଗ୍ରାମର ଟିକେଶ୍ୱର ସାହୁଙ୍କର ଜମି ବିବାଦ ହୋଇଥିଲା। ଜମି ଚିହ୍ନଟ ପାଇଁ ଅଜିତ କୁମାର ନାଏକ ସଦର ଥାନାରେ ୧୦.୪.୨୦୧୭ରେ ରିପୋର୍ଟ କରିଥିଲେ। ପୋଲିସ ପକ୍ଷରୁ ଜମି ଚିହ୍ନଟ ପାଇଁ ଆର୍‌ଆଇଙ୍କୁ ଚିଠି କରାଯାଇଥିଲା। ଅଭିଯୋଗକାରୀ ଅଜିତ କୁମାର ନାଏକ ରାଜସ୍ବ ନିରୀକ୍ଷକ ବାଞ୍ଛାନିଧି ଶତପଥୀଙ୍କୁ ଦେଖା କରିବାରୁ ୧୧.୪.୨୦୧୭ସୁଦ୍ଧା ୨ହଜାର ଟଙ୍କା ଏବଂ ସରକାରୀ ଫି’ ୨ଶହ ଟଙ୍କା ଦେଲେ ୧୨.୪.୨୧୭ରେ ମାପଚୁପ କରାଯିବ ବୋଲି କହିଥିଲେ। ଜମି ଚିହ୍ନଟ ପାଇଁ ୨ ହଜାର ଟଙ୍କା ଲାଞ୍ଚ ମାଗିବାରୁ ୧୦.୪.୨୦୧୭ରେ ଅଭିଯୋଗକାରୀ ଭିଜିଲାନ୍ସ ଡିଏସ୍‌ପି, କେନ୍ଦୁଝରଙ୍କ ମାଧ୍ୟମରେ ଏସ୍‌ପି ଭିଜିଲାନ୍ସ, ବାଲେଶ୍ୱରଙ୍କୁ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ଭିଜିଲାନ୍ସ ପକ୍ଷରୁ ୧୭.୨୦୧୭ରେ ଏକ ଲାଞ୍ଚ ମାମଲା ରୁଜୁ କରାଯାଇଥିଲା। ୧୧.୪.୨୦୧୭ରେ ରାଇସୁଆଁ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟରୁ ୨ହଜାର ଟଙ୍କା ଲାଞ୍ଚ ଅର୍ଥ ଜବତ କରି ରାଜସ୍ବ ନିରୀକ୍ଷକ ବାଞ୍ଛାନିଧି ଶତପଥୀଙ୍କୁ ଗିରଫ କରିଥିଲେ। ଏହି ମାମଲାର ଶୁଣାଣି କରି ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ରଶ୍ମିତା ଦଳେଇ ଭିଜିଲାନ୍ସ ବିଭାଗର ତଦନ୍ତ ରିପୋର୍ଟ ଏବଂ ୧୨ ଜଣ ସାକ୍ଷୀ ପ୍ରମାଣକୁ ଆଧାର କରି ଉପରୋକ୍ତ ଦଣ୍ଡାଦେଶ କରିଛନ୍ତି। ଜରିମାନା ଅନାଦେୟ ଅଧିକ ୨ ମାସ ଦଣ୍ଡ ଆଦେଶ ହୋଇଛି। ଲାଞ୍ଚ ଅର୍ଥ ନେଇ ଅଫିସ ଡ୍ର’ ରେ ରଖିଥିବା ତତ୍କାଳୀନ ପିଅନ ତରଣୀସେନ ପାତ୍ର ସାକ୍ଷୀ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ଦଣ୍ଡିତ ହୋଇଥିବା ଆର୍‌ଆଇଙ୍କ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ୍‌କୁ ପଠାଇ ଦିଆଯାଇଛି। ଏହି ମାମଲାରେ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଦେବଦତ୍ତ ବିଶ୍ୱାଳ ମାମଲା ପରିଚାଳନା କରୁଥିଲେ। ଦଣ୍ଡିତ ଅବସରପ୍ରାପ୍ତ ଆର୍‌ଆଇଙ୍କ ଘର ଭଦ୍ରକ ଜିଲା ବାସୁଦେବପୁର ଗ୍ରାମରେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?