ଅବସରପ୍ରାପ୍ତ ଆର୍‌ଆଇଙ୍କୁ ଅଢ଼େଇ ବର୍ଷ ଜେଲଦଣ୍ଡ

ଭୁବନେଶ୍ୱର,୫।୩(ବ୍ୟୁରୋ): ଏକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ୨୪ ବର୍ଷ ପରେ ଶନିବାର ରାୟ ପ୍ରକାଶ ପାଇଛି। ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ ଥିବା ପୁରୁଣା ଭୁବନେଶ୍ୱରର ପୂର୍ବତନ ତଥା ଅବସରପ୍ରାପ୍ତ ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ଦାଶରଥି ମାଝିଙ୍କୁ ୨ ବର୍ଷ ୬ ମାସ ଜେଲଦଣ୍ଡ ହୋଇଛି। ଏଥିସହ ତାଙ୍କୁ ୫୦ ହଜାର ଟଙ୍କାର ଅର୍ଥଦଣ୍ଡରେ ମଧ୍ୟ ଦଣ୍ଡିତ କରାଯାଇଛି। ଜରିମାନା ଅନାଦାୟେ ଅଧିକ ୪ମାସ ଜେଲଦଣ୍ଡ ଭୋଗିବାକୁ ଭୁବନେଶ୍ୱର ଅତିରିକ୍ତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ବିଚାରପତି ସସ୍ମିତା ପାଢ଼ୀ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ଏହି ଦଣ୍ଡାଦେଶକୁ ଆଧାର କରି ଦାଶରଥିଙ୍କ ପେନ୍‌ଶନ ବନ୍ଦ କରିବାକୁ ଭିଜିଲାନ୍ସ ପକ୍ଷରୁ କମ୍ପିଟେଣ୍ଟ ଅଥରିଟିଙ୍କୁ ଜଣାଇବାକୁ ପ୍ରକ୍ରିୟା ଆରମ୍ଭ କରିଛି।
ମାମଲାର ବିବରଣୀ ଅନୁଯାୟୀ, ଦାଶରଥି ପୁରୁଣା ଭୁବନେଶ୍ୱରରେ ଆର୍‌ଆଇ ଥିବାବେଳେ ତାଙ୍କ ବିରୋଧରେ ଦୁର୍ନୀତି ଓ ଲାଞ୍ଚ କାରବାର ଅଭିଯୋଗ ଆସିଥିଲା। ଏନେଇ ୧୯୯୮ ମସିହା ମାର୍ଚ୍ଚ ୧୮ରେ ଭିଜିଲାନ୍ସ ଟିମ୍‌ ତାଙ୍କ ଘରେ ଚଢ଼ାଉ କରିଥିଲା। ଚଢ଼ାଉ ଓ ଯାଞ୍ଚ ବେଳେ ତାଙ୍କ ନିକଟରୁ ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠାବ ହୋଇଥିଲା। ଏହା ତାଙ୍କ ପ୍ରକୃତ ଆୟଠୁ ୯୮% ଅଧିକ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଥିଲା। ଏନେଇ ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ଏକ ମାମଲା (ନଂ.୧୬/୧୯୯୮) ରୁଜୁ କରାଯାଇ ତଦନ୍ତ କରାଯିବା ସହ ଦାଶରଥିଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। ତେବେ ୨୦୦୨ରେ ଭିଜିଲାନ୍ସ ପକ୍ଷରୁ କୋର୍ଟରେ ଏହି ମାମଲାର ଚାର୍ଜଶିଟ୍‌ ଦାଖଲ କରାଯିବା ପରେ ଶୁଣାଣି ପ୍ରକ୍ରିୟା ଆରମ୍ଭ ହୋଇଥିଲା। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ସରକାରୀ ଓକିଲ କାମଦେବ ତ୍ରିପାଠୀ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅନ୍ତୋଷ, ଟିପିଏସ୍‌ଓଡିଏଲ୍‌ କାର୍ଯ୍ୟାଳୟ ଘେରାଉ ଚେତାବନୀ ତେଜିଲା

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଅଞ୍ଚଳରେ ବିଦ୍ୟୁତ୍‌ ସେବାକୁ ନେଇ ଦିନକୁ ଦିନ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ବିନା ସୂଚନାରେ ପ୍ରତିଦିନ ୨ରୁ ୫…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ସେବା ସେତୁରେ ଲୋକଙ୍କ ଗୁହାରି ଶୁଣିଲା ପ୍ରଶାସନ, ସମାଧାନର ଭରସା ଦେଲେ ଅଧିକାରୀ

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତ ପରିସରରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ…

ବଳାତ୍କାର ମାମଲାରେ ଆସିଲା ବଡ଼ ରାୟ: ପୀଡ଼ିତାଙ୍କୁ…

ନବରଙ୍ଗପୁର, ୧୨/୧୦ (ସଦାଶିବ ପ୍ରହରାଜ): ଏକ ବଳାତ୍କାର ମାମଲାର ବିଚାର କରି ନବରଙ୍ଗପୁର ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ବାସୁଦେବ ଆଚାର୍ଯ୍ୟ ଅଭିଯୁକ୍ତ ଡେଭିଡ୍ ଗରଡ଼ାଙ୍କୁ…

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?