ରିଷିଡ଼ା,୨ା୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷକ ନେତ୍ରାନନ୍ଦ ବାରିକ (୭୨)ଙ୍କ ଶନିବାର ନିଜ ବାସଭବନରେ ପରଲୋକ ହୋଇଛି। ସେ କିଛିଦିନ ହେବ ଅସୁସ୍ଥତା ଯୋଗୁ ଶଯ୍ୟାଶାୟୀ ଥିଲେ। ମୃତ୍ୟୁଶଯ୍ୟା ନିକଟରେ ପରିବାର ସଦସ୍ୟଙ୍କ ସମେତ ବନ୍ଧୁ ପରିଜନ ଉପସ୍ଥିତ ଥିଲେ।
ବଡ଼ପୁଅ ରମେଶ ଓ ସାନପୁଅ ରାଜୁ ମୁଖାଗ୍ନି ଦେଇଥିଲେ। ତାଙ୍କର ମୃତ୍ୟୁ ଖବର ଶୁଣି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରିବା ସହ ପରିବାର ବର୍ଗଙ୍କୁ ସମବେଦନା ଜଣାଇଥିଲେ।

