ମାଗଣାରେ ଶିକ୍ଷାଦାନ କରୁଛନ୍ତି ଅବସରପ୍ରାପ୍ତ ଶିକ୍ଷକ

ନୂଆପଡ଼ା ଅଫିସ,୨୬।୧୨:ନୂଆପଡା ଜିଲା ବୋଡେନ ବ୍ଲକ ଅନ୍ତର୍ଗତ ଡମଝର ପଞ୍ଚାୟତ ରୁଣିବସା ଗାଁର ଜଣେ ଅବସରପ୍ରାପ୍ତ ଶିକ୍ଷକ ଛାତ୍ରୀଛାତ୍ରମାନଙ୍କୁ ମାଗଣାରେ ଶିକ୍ଷାଦାନ କରୁଛନ୍ତି। ରୁଣିବସା ଗାଁର ବିଦ୍ୟା ସାଗର ବେହେରା ଶିକ୍ଷକତାରୁ ଅବସର ନେବା ପରେ ମଧ୍ୟ ଛାତ୍ରୀଛାତ୍ରଙ୍କ ଉଜ୍ୱଳ ଭବିଷ୍ୟତ ପାଇଁ ଶିକ୍ଷାଦାନ କରି ଆସୁଛନ୍ତି। ଗାଁରେ ଜଗନ୍ନାଥ ଶିକ୍ଷା କେନ୍ଦ୍ର ନାମରେ ଏକ ଶିକ୍ଷା କେନ୍ଦ୍ର ଖୋଲି ୨୨ ବର୍ଷ ହେଲା ପ୍ରତିଦିନ ଗାଁ ବା ଅଞ୍ଚଳର ପ୍ରଥମରୁ ପଞ୍ଚମ ଶ୍ରେଣୀ ପିଲାମାନଙ୍କୁ ମାଗଣାରେ ଶିକ୍ଷାଦାନ କରୁଛନ୍ତି। ପ୍ରତିଦିନ ସକାଳ ୭ରୁ ୮.୩୦ ପର୍ଯ୍ୟନ୍ତ ଓ ସନ୍ଧ୍ୟା ୫ରୁ ୬.୩୦ ପର୍ଯ୍ୟନ୍ତ ଦେଢ ଘଣ୍ଟା ଶିକ୍ଷାଦାନ କରନ୍ତି। ଖାଲି ଶିକ୍ଷାଦାନ ନୁହେଁ ପିଲାମାନଙ୍କୁ ପାଠ୍ୟ ପୁସ୍ତକ ଉପକରଣ ମାଗଣାରେ ପ୍ରଦାନ କରୁଛନ୍ତି। ଅବସର ପ୍ରାପ୍ତ ଶିକ୍ଷକଙ୍କ କାର୍ଯ୍ୟରେ ଖୁସିବ୍ୟକ୍ତ କରି ପୂର୍ବତନ ସରପଞ୍ଚ ପୂର୍ଣ୍ଣଚନ୍ଦ୍ର ବେହେରା ଓ ଖଗେଶ୍ୱର ତାଣ୍ଡି ଛାତ୍ରୀଛାତ୍ରମାନଙ୍କୁ ମାଗଣାରେ ପାଠ୍ୟ ପୁସ୍ତକ ଓ ପଠନ ଉପକରଣ ପ୍ରଦାନ କରିଛନ୍ତି। ଅବସର ପ୍ରାପ୍ତ ଶିକ୍ଷକ ବେହେରାଙ୍କ ଏହି ମହତ୍ନ କାର୍ଯ୍ୟକୁ ଲୋକେ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri