ଗୁରୁଦିବସରେ ସମ୍ବର୍ଦ୍ଧିତ ହେଲେ ଅବସରପ୍ରାପ୍ତ ଶିକ୍ଷକ

ଦାରିଙ୍ଗବାଡ଼ି,୫ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଦାରିଙ୍ଗବାଡି ବ୍ଲକ ସଭାଗୃହଠାରେ ଦାରିଙ୍ଗବାଡ଼ି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଅବସରପ୍ରାପ୍ତ ଶିକ୍ଷକମାନଙ୍କୁ ସମ୍ବର୍ଦ୍ଧନା ଦିଆଯିବା ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରଯାଇଥିଲା। ସଂଘର ସମ୍ପାଦକ ତଥା ସିମନବାଡ଼ି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଦେଶୀ ନାୟକଙ୍କ ଅଧ୍ୟକ୍ଷତା କାର୍ଯ୍ୟକ୍ରମରେ ଦାରିଙ୍ଗବାଡ଼ି ବ୍ଲକ ଚେୟାରମ୍ୟାନ ସୁଶାନ୍ତ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଅନ୍ୟତମ ଅତିଥି ଭାବେ ବିଡିଓ ଗଦାଧର ପାତ୍ର, ତହସିଲଦାର ଚାର୍ଲସ ନାୟକ, ବିଇଓ ରସାନନ୍ଦ କର, କବି ପତିତପାବନ ରାଉତ, ରାପଡାବାଡ଼ି ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଚାରୁଶିଳା ମଲିକ ପ୍ରମୁଖ ଯୋଗ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ୮ ଅବସରପ୍ରାପ୍ତ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଶିକ୍ଷକ ଶ୍ୟାମସୁନ୍ଦର ଦିଗାଳ, ରଞ୍ଜୁ ବଳିୟାରସିଂ, ମୋହନ ସାହୁ, ରୋହିତ ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ।