ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଲୁଟ୍‌: ସ୍ତ୍ରୀଙ୍କ ବେକରେ ମାରଣାସ୍ତ୍ର ଲଗାଇ ନେଲେ ୧୨ ଭରି ସୁନା ଅଳଙ୍କାର, ଦେଢ଼ ଲକ୍ଷ ଟଙ୍କା

ବ୍ରହ୍ମପୁର ଅଫିସ,୩୦।୮: ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ଶଟ୍‌ଡାଉନ୍‌ ଜାରିରହିଛି । ପୋଲିସ ପାଟ୍ରୋଲିଂକୁ ମଧ୍ୟ କଡାକଡି କରାଯାଇଛି। ଏହାସତ୍ତ୍ୱେ ଡକାୟତ ଗ୍ୟାଙ୍ଗ ସକ୍ରିୟ ରହିଛନ୍ତି। ଶନିବାର ବିଳମ୍ବିତ ରାତିରେ ସଦର ଥାନା ଅନ୍ତର୍ଗତ ନିମଖଣ୍ଡି ମହାନ୍ତି ସାହିରେ ରହୁଥିବା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପଞ୍ଚାନନ ଶତପଥୀଙ୍କ ଘରେ ଦୁର୍ବୃତ୍ତ କଳାକନାବୁଲାଇଛନ୍ତି। ଆଲମାରୀରେ ଥିବା ୧.୫୨ ଲକ୍ଷ ଟଙ୍କା , ୧୨ ଭରି ସୁନା ଗହଣା ଓ ଘରର ଅତ୍ୟାବଶ୍ୟକ କାଗଜପତ୍ର ଲୁଟି ନେଇଛନ୍ତି ।
ସୂଚନାଯୋଗ୍ୟ, ଘରେ ସମସ୍ତେ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ପଛପଟ କବାଟ ଭାଙ୍ଗି ଘରେ ପଶିଥିଲେ। ପରେ ପଞ୍ଚାନନଙ୍କ ସ୍ତ୍ରୀ ବାସନ୍ତିଙ୍କ ବେକରେ ମାରଣାସ୍ତ୍ର ଲଗାଇ ସେ ପିନ୍ଧିଥିବା ସୁନା ଅଳଙ୍କାର ଓହ୍ଲାଇ ନେଇଥିଲେ। ଅନ୍ୟପଟେ ପଞ୍ଚାନନଙ୍କ ୨ ପୁଅ ବିଭୂତି ଓ ବିଦ୍ୟାଧର ଘରର ଉପର ମହଲାରେ ଶୋଇଥିବା ବେଳେ ସେମାନେ ଘଟଣା ସମ୍ପର୍କରେ ଜାଣିପାରି ନ ଥିଲେ । ଖବରପାଇ ସଦର ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସାଇଣ୍ଟିଫିକ୍‌ ଟିମ ସହାୟତାରେ ତଦନ୍ତ ଚଳାଇଛନ୍ତି । ଘର ଆଗରେ ସିସି କ୍ୟମରା ଲଗାଯାଇଥିବା ବେଳେ ଦୁବୃର୍ର୍ମାନେ ଯୋଜନାବଦ୍ଧ ଭାବେ ପଛପଟ ଦେଇ ଘରକୁ ପଶିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ଅଗଷ୍ଟ ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?