ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଲୁଟ୍‌: ସ୍ତ୍ରୀଙ୍କ ବେକରେ ମାରଣାସ୍ତ୍ର ଲଗାଇ ନେଲେ ୧୨ ଭରି ସୁନା ଅଳଙ୍କାର, ଦେଢ଼ ଲକ୍ଷ ଟଙ୍କା

ବ୍ରହ୍ମପୁର ଅଫିସ,୩୦।୮: ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ଶଟ୍‌ଡାଉନ୍‌ ଜାରିରହିଛି । ପୋଲିସ ପାଟ୍ରୋଲିଂକୁ ମଧ୍ୟ କଡାକଡି କରାଯାଇଛି। ଏହାସତ୍ତ୍ୱେ ଡକାୟତ ଗ୍ୟାଙ୍ଗ ସକ୍ରିୟ ରହିଛନ୍ତି। ଶନିବାର ବିଳମ୍ବିତ ରାତିରେ ସଦର ଥାନା ଅନ୍ତର୍ଗତ ନିମଖଣ୍ଡି ମହାନ୍ତି ସାହିରେ ରହୁଥିବା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପଞ୍ଚାନନ ଶତପଥୀଙ୍କ ଘରେ ଦୁର୍ବୃତ୍ତ କଳାକନାବୁଲାଇଛନ୍ତି। ଆଲମାରୀରେ ଥିବା ୧.୫୨ ଲକ୍ଷ ଟଙ୍କା , ୧୨ ଭରି ସୁନା ଗହଣା ଓ ଘରର ଅତ୍ୟାବଶ୍ୟକ କାଗଜପତ୍ର ଲୁଟି ନେଇଛନ୍ତି ।
ସୂଚନାଯୋଗ୍ୟ, ଘରେ ସମସ୍ତେ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ପଛପଟ କବାଟ ଭାଙ୍ଗି ଘରେ ପଶିଥିଲେ। ପରେ ପଞ୍ଚାନନଙ୍କ ସ୍ତ୍ରୀ ବାସନ୍ତିଙ୍କ ବେକରେ ମାରଣାସ୍ତ୍ର ଲଗାଇ ସେ ପିନ୍ଧିଥିବା ସୁନା ଅଳଙ୍କାର ଓହ୍ଲାଇ ନେଇଥିଲେ। ଅନ୍ୟପଟେ ପଞ୍ଚାନନଙ୍କ ୨ ପୁଅ ବିଭୂତି ଓ ବିଦ୍ୟାଧର ଘରର ଉପର ମହଲାରେ ଶୋଇଥିବା ବେଳେ ସେମାନେ ଘଟଣା ସମ୍ପର୍କରେ ଜାଣିପାରି ନ ଥିଲେ । ଖବରପାଇ ସଦର ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସାଇଣ୍ଟିଫିକ୍‌ ଟିମ ସହାୟତାରେ ତଦନ୍ତ ଚଳାଇଛନ୍ତି । ଘର ଆଗରେ ସିସି କ୍ୟମରା ଲଗାଯାଇଥିବା ବେଳେ ଦୁବୃର୍ର୍ମାନେ ଯୋଜନାବଦ୍ଧ ଭାବେ ପଛପଟ ଦେଇ ଘରକୁ ପଶିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri