ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଅବସରପ୍ରାପ୍ତ ଶିକ୍ଷକଙ୍କ ଜୀବନ

କୋକସରା,୧୨ା୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ୨୬ ନମ୍ବର ଜାତୀୟ ରାଜପଥ କୋକସରା ଗ୍ରାମ ଏୟାରଟେଲ ଟାଓ୍ବାର ନିକଟରେ ବୁଧବାର ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଅବସରପ୍ରାପ୍ତ ଶିକ୍ଷକ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ ହେଉଛନ୍ତି କୋକସରା ପଞ୍ଚାୟତ ଚିଲିଗୁଡ଼ା ଗ୍ରାମର ସତ୍ୟାନନ୍ଦ ବାଗ୍‌(୭୦)। ବୁଧବାର ସକାଳେ ଚିଲିଗୁଡ଼ାରୁ ସାଇକେଲରେ କୋକସରାକୁ ଆସୁଥିବା ବେଳେ କୌଣସି ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ କୋକସରା ପୋଲିସ ଓ ଆମ୍ବୁଲାନ୍ସକୁ ଖବର ଦେଇଥିଲେ। କୋକସରା ପୋଲିସ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ କୋକସରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଜିଲା ମୁଖ୍ୟ ଡାକ୍ତରଖାନା ଭବାନୀପାଟଣା ସ୍ଥାନାନ୍ତର କରାଯାଇଥିଲା। ସେଠାରେ ମଧ୍ୟ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରୁଥିବା ବେଳେ କେସିଙ୍ଗା ନିକଟରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। କୋକସରା ପୋଲିସ ଦୁର୍ଘଟଣା ଜନିତ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି। ଦୁର୍ଘଟଣା କରି ଫେରାର ଥିବା ଗାଡ଼ିକୁ ଧରିବା ପାଇଁ ତଦନ୍ତ ଜାରି ରହିଛି ବୋଲି କୋକସରା ପୋଲିସ ଥାନାଧିକାରୀ ପ୍ରସନ୍ନ କୁମାର ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଚର୍ଚ୍ଚାରେ କଳାହାଣ୍ଡିର ଅଧ୍ୟାପକ, ଭିଏତନାମରେ କଲେ….

ଭବାନୀପାଟଣା,୪।୧୦( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂଲିଶ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?