ଜମିବାଡ଼ିକୁ କେନ୍ଦ୍ର କରି ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା: ୩ କୋର୍ଟ ଚାଲାଣ

ଭବାନୀପାଟଣା,୨୮ା୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଦେଉଣ୍ଡି ଗ୍ରାମରେ ଏକ ଅଭାବନୀୟ ଘଟଣା ସାମନାକୁ ଆସିଛି। ଜମିବାଡ଼ିକୁ କେନ୍ଦ୍ର କରି କାହ୍ନୁ ଚରଣ ଠାକୁର ନାମକ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା କରା ଯାଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ମୃତକଙ୍କ ପୁଅ ସର୍ବେଶ୍ୱର ଠାକୁର ଜୁନାଗଡ଼ ଥାନାରେ ଏତଲା ଦେଇଛନ୍ତି। ପରେ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଏହି ଘଟଣାରେ ସଂପୃକ୍ତ ଥିବା ୩ ଜଣକୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଗ୍ରାମର ମାନସ ଗୋପାଲ, ବିମଲ ଗୋପାଲ ଓ ଅଶୋକ ଗୋପାଲ।

ମିଳିଥିବା ସୂଚନାନୁଯାୟୀ ମୃତ କାହ୍ନୁ ଠାକୁର ଏକ ସରକାରୀ ଜାଗାକୁ ରାସ୍ତା ରୂପେ ବ୍ୟବହାର କରୁଥିଲେ। ତେବେ ଉପରୋକ୍ତ ଅଭିଯୁକ୍ତମାନେ ଉକ୍ତ ରାସ୍ତାକୁ କାଟି ଦେଇଥିଲେ। ଏହାକୁ କେନ୍ଦ୍ର କରି ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଅଭିଯୁକ୍ତମାନେ କାହ୍ନୁଙ୍କୁ ଲାତ, ବିଧା ମାରିବା ସହ ତଣ୍ଟି ଚିପି ଦେଇଥିଲେ। ଫଳରେ ଗୁରୁତର ଅବସ୍ଥାରେ କାହ୍ନୁଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri