ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି ।

ମିଳିଥିବା ସୂଚନା ମୁତାବକ, ଶନିବାର ବିରାଟ ଗାଧୋଇବାକୁ ଯାଇ ଆଉ ଘରକୁ ଫେରି ନ ଥିଲେ । ପରିବାର ଲୋକେ ଖୋଜାଖୁଜି କରିବା ପରେ ମଧ୍ୟ କୌଣସି ସନ୍ଧାନ ପାଇ ନ ଥିଲେ। ରବିବାର ଦମକଳ ବାହିନୀକୁ ଯୋଗାଯୋଗ କରାଯାଇଥିଲା । ଦମକଳ ବାହିନୀ ପୋଖରୀରେ ଖୋଜିବା ବେଳେ ବିରାଟଙ୍କ ମୃତଦେହ ପାଣିରେ ଭାସୁଥିବା ନଜରକୁ ଆସିବା ପରେ ମୃତ ଦେହ ଉଦ୍ଧାର କରିଥିଲେ । ଏନେଇ ଭଟଲି ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୨୯/୨୬) ରୁଜୁ ହୋଇଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରବାର ଲୋକଙ୍କୁ ହସ୍ତାନ୍ତର କରିଛି।