ଭଞ୍ଜନଗରରେ ଏଡିପିଆର୍‌ଓଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ଭଞ୍ଜନଗର,୨୫।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିକାରୀ (ଏଡିପିଆର୍‌ଓ) ଗୌରୀ ଶଙ୍କର ଶତପଥୀ ଚଳିତ ମାସରେ ସରକାରୀ ଚାକିରିରୁ ଅବସର ନେବେ। ଏହାପୂର୍ବରୁ ଭଞ୍ଜନଗର ପ୍ରେସ କ୍ଲବ ପକ୍ଷରୁ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ପରିସରରେ ଅନୁଷ୍ଠିତ ହୋଇଛି। ଏଥିରେ ସଭାପତି ଲୋକନାଥ କର ଅଧ୍ୟକ୍ଷତା କରିଥିବା ବେଳେ ଉପ ଜିଲାପାଳ ଉମା ଶଙ୍କର ବେହେରା, ତହସିଲଦାର ଅଭିପ୍ସା ପଟ୍ଟନାୟକ, ବିଡିଓ ଭାରତୀ ଦେବୀ,ଡେପୁଟି କଲେକ୍ଟର ସୁମନ ଘୋଷ, ସହକାରୀ ଜିଲାପାଳ ରାମ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ତହସିଲଦାର ଅବିନାଶ ମହାର, ଏ ବି ଡି ଓ ପୂର୍ଣ୍ଣ ଚନ୍ଦ୍ର ପାଢ଼ୀ ଅତିଥି ଭାବେ ଯୋଗଦେଇ କ୍ଲବର ଏହିଭଳି କାର୍ଯ୍ୟକ୍ରମ ପ୍ରଶାସନ ଓ ଗଣମଧ୍ୟାମ ମଧ୍ୟରେ ଥିବା ସୁସମ୍ପର୍କର ପ୍ରତିଫଳନ ବୋଲି କହିଥିଲେ। କ୍ଲବର ଉପଦେଷ୍ଟା ରବିନ୍ଦ୍ର ପାତ୍ର, ନେତାଜୀ ବିଷୋୟୀ, ସୁଶାନ୍ତ ସାହୁ, ବିଶ୍ବମ୍ବର ଜେନା, ଅରକ୍ଷିତ ପରିଚ୍ଛା, ନଚିକେତା ପ୍ରଧାନ, ଆଇନ ପରାମର୍ଶଦାତା ରାଜେନ୍ଦ୍ର ପ୍ରଧାନ, ବିରେନ୍ଦ୍ର ସାଇଁ,
ନିଲୁ ବିଷୋୟୀ, ମନୋଜ କର, ସନ୍ତୋଷ ସାହୁ, ରଞ୍ଜନ ସ୍ବାଇଁ, ଶିବ ଦାସ, ରତ୍ନାକର ସାହୁ,ଭବାନୀ ଶଙ୍କର ପାଳ, ସୁଜିତ ବିଷୋୟୀ, ଗୋବିନ୍ଦ ଗୌଡ, ପ୍ରଶାନ୍ତ, ନାରାୟଣ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ। ଶେଷରେ କ୍ଲବ ପକ୍ଷରୁ ମାନପତ୍ର ଏବଂ ଅଙ୍ଗବସ୍ତ୍ର ଦେଇ ଶତପଥୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

ବରଗଡ଼ ଧନୁଯାତ୍ରା: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ବରଗଡ଼

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri