ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଦିଗପହଣ୍ଡି,୩୦ା୪(ଅଶେଷ ନାଥ ମିଶ୍ର): ଚୁଡୁଙ୍ଗପୁର ସ୍ଥିତ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଚାକିରିରୁ ଅବସର ଗ୍ରହଣ କରିଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ବୁଧବାର ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକ ଗୋଷ୍ଠୀ ଶିକ୍ଷାଅଧିକାରୀ କୋରେଶୁ ସେଠୀ ପୌରହିତ୍ୟ କରିଥିଲେ। ଅବସର ଗ୍ରହଣ କରିଥିବା ସାନଖେମୁଣ୍ଡି ବିଆର୍‌ସିସି ତଥା ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ରାମ ଚନ୍ଦ୍ର ପଣ୍ଡା, ଆମ୍ବ ଗାଁ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅଜିତ ପଟ୍ଟନାୟକ, ଦୋଳବ ଗ୍ରାମ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ କୃଷ୍ଣଚନ୍ଦ୍ର ନାୟକ ଏବଂ ପାଟପୁର ବାଳିକା ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷୟତ୍ରୀ ଆତସି ପାଣିଗ୍ରାହୀଙ୍କୁ ଉପଢୌକନ ପ୍ରଦାନ କରାଯାଇଥିଲା। ଅବସରପ୍ରାପ୍ତ ଏବିଇଓ ତଥା ଶିକ୍ଷୟିତ୍ରୀ ଶିକ୍ଷକ ବୃନ୍ଦ ସେମାନଙ୍କ ଶିକ୍ଷକତା ଜୀବନର କିଛି ସ୍ମୃତି ଓ ଅଭିଜ୍ଞତା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏବିଇଓ ରୀତାଞ୍ଜଳି ରଥ, ବରିଷ୍ଠ କିରାଣୀ ପରମାନନ୍ଦ ବେହେରା, ରଞ୍ଜନ ପଟ୍ଟନାୟକ, ଜିତେନ୍ଦ୍ର ପ୍ରଧାନ, ଜିତେନ୍ଦ୍ର ନାୟକ, ବିନାୟକ ତ୍ରିପାଠୀ, ମନୋଜ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri