ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦେଇ…

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଘୋଡ଼ାହାଡ଼ ଜଳସେଚନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ.ଏ ଗୋପାଳ ରାଓଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିବା ଜଣାପଡ଼ିଛି। ଦୀର୍ଘ ୫ ବର୍ଷ ଧରି ଦିଗପହଣ୍ଡି ଘୋଡ଼ାହାଡ଼ ଜଳସେଚନ ପ୍ରକଳ୍ପର ବହୁ ଉନ୍ନତିମୂଳକ କାର୍ଯ୍ୟ କରି ପ୍ରକଳ୍ପକୁ ଶ୍ରେଷ୍ଠ ମାନ୍ୟତା ପ୍ରାପ୍ତ ପୂର୍ବକ ରାଜ୍ୟସ୍ତରରେ ପୁରସ୍କାର ହାସଲ କରି ସେ ଗୌରବ ଅର୍ଜନ କରିଥିଲେ। ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଅବସର ପରେ ତାଙ୍କ ସ୍ଥାନରେ ପଦୋନ୍ନତି ପାଇଥିବା ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ନିରଞ୍ଜନ ସାହୁଙ୍କୁ ନୂତନ ଭାବେ ଏହି ଜଳସେଚନ ପ୍ରକଳ୍ପର ଦାୟିତ୍ୱ ପ୍ରଦାନ କରାଯାଇଛି। ଏହି ଅବସରକାଳୀନ ସମ୍ବର୍ଦ୍ଧନା ସଭାରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. କିଶୋର ଚନ୍ଦ୍ର ପାତ୍ର, ଇଂ. କ୍ଷୀରୋଦ ବେହେରା, ଦେବରାଜ ଗୌଡ଼, କୋଷାଧ୍ୟକ୍ଷ ପ୍ରଦୀପ କୁମାର ମହାନ୍ତି, ଘୋଡ଼ାହାଡ଼ ପାଣିପଞ୍ଚାୟତ ଶୀର୍ଷ କମିଟି ସଭାପତି ରମେଶ ଚନ୍ଦ୍ର ପାତ୍ର, ସମ୍ପାଦକ କୀର୍ତ୍ତିଚନ୍ଦ୍ର ଗୌଡ଼, ସ୍ବତନ୍ତ୍ର ଠିକାଦାର ସରୋଜ ପାତ୍ର, ଉମାକାନ୍ତ ସାହୁ, ପଦ୍ମନାଭ ମହାରଣା, ଭି. କାମ ରାଜୁ , କାଳୀଚରଣ ରାଉଳ , ପବିତ୍ର ପାଣିଗ୍ରାହୀ, ମହେନ୍ଦ୍ର ପାଢ଼ୀଙ୍କ ସମେତ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

ଶ୍ରୀ ରାଧାକୃଷ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି,୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପାଇକ ସାହି ନିକଟ ଶ୍ରୀକୃଷ୍ଣ ଚୈତନ୍ୟ ଆଶ୍ରମ ପରିସରରେ ଥିବା ଶ୍ରୀ ରାଧା ବିନୋଦ ବିହାରୀଜୀଉ(ରାଧାକୃଷ୍ଣ) ମନ୍ଦିରରେ ଭାଦ୍ରବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri