‘କର୍ମ  ହିଁ ମାନବ ଜୀବନର ମାନଦଣ୍ଡ’: ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଅବସରକାଳୀନ…

ଦିଗପହଣ୍ଡି,୩୦|୪ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଚୁଡୁଙ୍ଗପୁର ଗ୍ରାମ ସ୍ଥିତ ପିଏମଶ୍ରୀ ସାନଖେମୁଣ୍ଡି ନୋଡାଲ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଗୁରୁବାର ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶୁ ସେଠୀଙ୍କୁ  ଅବସରକାଳୀନ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି। ଆୟୋଜିତ ସମ୍ବର୍ଦ୍ଧନା ସଭାରେ ସାନଖେମୁଣ୍ଡି ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ, ବିଆରସିସି  ରୀତାଞ୍ଜଳି ରଥ, ବ୍ଲକ ଅଧ୍ୟକ୍ଷ  ସିମାଞ୍ଚଳ ପାତ୍ର, ଉପାଧ୍ୟକ୍ଷା  ରିଙ୍କି ନାୟକ, ପାଟପୁର  ବିଜ୍ଞାନ କଲେଜ ରସାୟନ ବିଜ୍ଞାନ ଅଧ୍ୟାପକ ଡ. କୈଳାସ ଚନ୍ଦ୍ର ସ୍ୱାଇଁ ,ଏବିଓ ଶୁକଦେବ ମଲ୍ଲିକ, କିରାଣୀ ରଞ୍ଜନ ପଟ୍ଟନାୟକଙ୍କ ସମେତ ସମସ୍ତ ସିଆରସିସି ବିଭିନ୍ନ ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀ,ବିଆରସିସି ଏବଂ ଗଞ୍ଜାମ ଓ ଗଜପତି ଜିଲା ଅଧିନ ଅନେକ ସ୍କୁଲର  ଶିକ୍ଷୟିତ୍ରୀ ଶିକ୍ଷକ ଉପସ୍ଥିତ ଥିଲେ।

ଗତ ୧୯୮୭ ମସିହାରୁ କୋରେଶୁ ସେଠୀ ଶିକ୍ଷକତା ଜୀବନ ଆରମ୍ଭ କରିଥିଲେ। ଗତ ୨୦୧୮ଠାରୁ ସେ  ଗୋଷ୍ଠୀଶିକ୍ଷାଧିକାରୀ ଭାବେ ବିଭିନ୍ନ ବ୍ଲକରେ କାର୍ଯ୍ୟକାରୀ  ଶିକ୍ଷା କ୍ଷେତ୍ରରେ ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ ଭାବେ ଖ୍ୟାତି ଅର୍ଜନ କରିଥିଲେ। ସେ ଶୈକ୍ଷିକ ଭିତ୍ତିଭୂମିର ବିକାଶ, ପ୍ରଶାସନିକ ଦିଗଦର୍ଶନ ତଥା ଆନୁଷ୍ଠାନିକ ମହୋତ୍ସବ ପରିଚାଳନା କ୍ଷେତ୍ରରେ ଥିଲେ ସିଦ୍ଧହସ୍ତ । ସେ ଜଣେ କର୍ତ୍ତବ୍ୟନିଷ୍ଠ ,ନୀତିନିଷ୍ଠ , ସମୟାନୁବର୍ତ୍ତି ,ଛାତ୍ରବତ୍ସଳ ଶିକ୍ଷକ ଭାବେ ପରିଚିତ ଥିଲେ ବୋଲି ଅତିଥିବୃନ୍ଦ ମତପ୍ରକାଶ କରିଥିଲେ। ଏହି ସମ୍ବର୍ଦ୍ଧନା ସଭାରେ  ଅନ୍ୟ ୨ ଜଣ ବିଶିଷ୍ଟ ସୁନାମଧନ୍ୟ ଶିକ୍ଷକ  ସୂର୍ଯ୍ୟ ନାରାୟଣ ସୁଆର ଓ  ଜାଗିଲି ପଢ଼ିଆଳି ଙ୍କୁ ମଧ୍ୟ ଅବସର କାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। କର୍ମ  ହିଁ ମାନବ ଜୀବନର ମାନଦଣ୍ଡ। ଅବସରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶୁ ସେଠୀ ଥିଲେ ଜଣେ କର୍ମବୀର ବୋଲି ପ୍ରାଧ୍ୟାପକ ଡ. କୈଳାସ ଚନ୍ଦ୍ର ସ୍ୱାଇଁ ନିଜ ବକ୍ତବ୍ୟରେ କହିଥିଲେ।

ସେ ଗଞ୍ଜାମ ଗଜପତି ଜିଲାର ଅନେକ ଉପାନ୍ତ ଅନୁସୂଚିତ ଜାତି ଜନଜାତି ଅଧ୍ୟୁଷିତ ଅଞ୍ଚଳ ବୁଲି ବହୁ  ଗାଁର ଅଧାରୁ ପାଠ ଛାଡିଥିବା ପିଲାଙ୍କୁ ସ୍କୁଲରେ ପୁଣି ଥରେ ସେମାନଙ୍କ ନାମ ଲେଖାଇ ସୁନାମ ଅର୍ଜନ କରିଥିଲେ ବୋଲି ଅନେକ ଶିକ୍ଷୟତ୍ରୀ ଶିକ୍ଷକ  ସଭାରେ ଉଦବୋଧନ ଦେଇଥିଲେ।   ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଙ୍କ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ , ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ର କର୍ମକର୍ତ୍ତା ବୃନ୍ଦ ଓ ବହୁ ସଂଖ୍ୟକ ଶିକ୍ଷୟିତ୍ରୀ ଶିକ୍ଷକ ସଭାରେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ ୬୦ ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ…

ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ଚାରାରୋପଣ, ସବୁଜ ପରିବେଶ….

ଭଞ୍ଜନଗର,୧୮ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିନ ଭିନ୍ନ ଢଙ୍ଗରେ ପାଳିତ ହୋଇଯାଇଛି । ଏହି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?