ଭଞ୍ଜନଗରରେ ପ୍ରଧାନଶିକ୍ଷକ, ଶିକ୍ଷୟତ୍ରୀ, ପିଅନଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଭଞ୍ଜନଗର,୩୦।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତୁରୁମୁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦିଲୀପ ମିଶ୍ର ବୁଧବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ବିଦ୍ୟାଳୟ ପରିସରରେ ତାଙ୍କ ଉଦ୍ଧେଶ୍ୟରେ ଏକ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ବିଦ୍ୟାଳୟର ସମସ୍ତ ଶିକ୍ଷୟତ୍ରୀ, ଶିକ୍ଷକ ଯୋଗଦେଇ ମିଶ୍ରଙ୍କ କର୍ମମୟ ଜୀବନ ସମ୍ପର୍କରେ କହିଥିଲେ। ସେହିଭଳି ବଡକୋଦଣ୍ଡା ଜବାହର ନୋଡାଲ ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ଅନିମା ମିଶ୍ରଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ପ୍ରଧାନଶିକ୍ଷକ ମନୋରଞ୍ଜନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ପ୍ରାକ୍ତନ ପ୍ରଧାନଶିକ୍ଷକ ତଥା ଓଷ୍ଟl ଜିଲା ସଭାପତି ସନ୍ତୋଷ କୁମାର ଜେନା, ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘ ରାଜ୍ୟ ମୁଖ୍ୟ ଉପଦେଷ୍ଟା ଜଗବନ୍ଧୁ ଜେନା, ବରିଷ୍ଠ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ସ୍ବାଇଁ, ଶିକ୍ଷୟିତ୍ରୀ ସୁଜାତା ଦାସ, ପୂର୍ବତନ ସିଆର୍‌ସିସି ମୋହନ ସାହୁ ମଞ୍ଚାସୀନ ହୋଇ ଅନିମା ମିଶ୍ରଙ୍କ ଅତୀତ, ବର୍ତ୍ତମାନର ସ୍କୁଲ ଉପରେ ଥିବା ଦାୟିତ୍ୱ ଓ କର୍ତ୍ତବ୍ୟ ଉପରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମକୁ ରଶ୍ମିତା ସାହୁ, ସାଜନ ସୱାଇଁ, ରାଜଲକ୍ଷ୍ମୀ ସାହୁ, ଗୀତାଞ୍ଜଳି ମଳିକ, ଶରତ ଚନ୍ଦ୍ର ବେହେରା,ଶାନ୍ତିଲତା ପ୍ରଧାନ, ନୀଳାଞ୍ଚଳ ପ୍ରଧାନ, ବାଳକୃଷ୍ଟ ପାତ୍ର, ପୁଷ୍ପାଞ୍ଜଳି ନାୟକ ପ୍ରମୁଖ ପରିଚାଳନା କରିଥିଲେ । ସେହିଭଳି ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ପିଅନ ନୟନି ନାଇକ ଆଜି କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ ଆୟୋଜିତ ବିଦାୟ ସମ୍ବର୍ଦ୍ଧନା ସଭାରେ ଅଧକ୍ଷ ରାଜେନ୍ଦ୍ର ଦାସ ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପ୍ରାଧ୍ୟାପକ ବିଭାସ ଦାସ, ହର ପ୍ରସାଦ ଶତପଥୀ, ଅମିୟ ପଣ୍ଡା, ଡ ରବିନ୍ଦ୍ର ମିଶ୍ର, ଅଧ୍ୟାପିକା ରାଜ ଲକ୍ଷ୍ମୀ ରଥ ପ୍ରମୁଖ ଯୋଗଦେଇ ନିଜର ବକ୍ତବ୍ୟ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri