Posted inଖେଳ

ଆଲୋକ ମଙ୍ଗରାଜଙ୍କ ଅବସର

ଭୁବନେଶ୍ୱର, ୧୮।୨(କ୍ରୀଡ଼ା ପ୍ରତିନିଧି): ଦ୍ରୁତ ବୋଲର ଆଲୋକ ମଙ୍ଗରାଜ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ବୁଧବାର ଏହା ସ୍ପଷ୍ଟ କରାଯାଇଛି। ରାଜ୍ୟ ପକ୍ଷରୁ ସମସ୍ତ ଫର୍ମାଟରେ ଖେଳିଥିବା ଆଲୋକ ୨୦୧୧ ନଭେମ୍ବରରେ ମୋହାଲିଠାରେ ପଞ୍ଜାବ ବିପକ୍ଷରେ ଖେଳି ରଣଜୀ ଟ୍ରଫି କ୍ୟାରିୟର ଆରମ୍ଭ କରିଥିଲେ। ସେ ମୋଟ ୨୨ଟି ପ୍ରଥମଶ୍ରେଣୀ ମ୍ୟାଚ ଖେଳି ୧୬୫୨ ରନ କରିବା ସହ ୫୦ଟି ଉଇକେଟ ନେଇଛନ୍ତି। ଗୋଟିଏ ଇନିଂସରେ ତାଙ୍କର ଶ୍ରେଷ୍ଠ ବୋଲିଂ ୫/୧୯ ଓ ମ୍ୟାଚରେ ୭/୫୨। ସେହିପରି ସେ ଲିଷ୍ଟ-ଏ କ୍ରିକେଟରେ ୧୧ ମ୍ୟାଚରୁ ୩୯୯ ରନ କରିଛନ୍ତି ଏବଂ ୭ଟି ଉଇକେଟ ନେଇଛନ୍ତି। ୨/୧୬ ତାଙ୍କର ଶ୍ରେଷ୍ଠ ବୋଲିଂ ଫିଗର। ଟି୨୦ରେ ସେ ୧୧ ମ୍ୟାଚରୁ ୨୩୫ ରନ କରିଥିବାବେଳେ ୭ଟି ଉଇକେଟ ନେଇଛନ୍ତି। ଏଥିରେ ମଧ୍ୟ ତାଙ୍କର ଶ୍ରେଷ୍ଠ ବୋଲିଂ ହେଉଛି ୨/୯। ତାଙ୍କ ଭବିଷ୍ୟତ କାର୍ଯ୍ୟପନ୍ଥା ନେଇ ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତି ଓ ସମ୍ପାଦକ ସଞ୍ଜୟ ବେହେରା ଶୁଭକାମନା ଜଣାଇଛନ୍ତି। ”ଅବସର ନିଷ୍ପତ୍ତି ଅପ୍ରତ୍ୟାଶିତ ନୁହେଁ, କିଛି ପରିମାଣରେ ଆହତ ସମସ୍ୟା ରହିଲା। ଏହା ବ୍ୟତୀତ ଯୁବ ଖେଳାଳିଙ୍କ ବାଟ ଛାଡ଼ିବା ଉଦ୍ଦେଶ୍ୟରେ ମୁଁ ଏପରି ନିଷ୍ପତ୍ତି ନେଲି“ ବୋଲି ଆଲୋକ ନିଜ ପ୍ରତିକ୍ରୀୟାରେ ପ୍ରକାଶ କରିଛନ୍ତି। ଅତୀତରେ ସବୁପ୍ରକାର ସମର୍ଥନ ଯୋଗାଇଥିବାରୁ ଓଡ଼ିଶା କ୍ରିକେଟ ଆସୋସିଏଶନ ଏବଂ ଇଷ୍ଟକୋଷ୍ଟ ରେଲଓ୍ବେକୁ ଧନ୍ୟବାଦ ଜଣାଇଛନ୍ତି ଆଲୋକ। ଏହାଛଡ଼ା ତାଙ୍କ ପଥପ୍ରଦର୍ଶକ ଅନ୍ତର୍ଜାତୀୟ କ୍ରିକେଟର ଦେବାଶିଷ ମହାନ୍ତିଙ୍କୁ ସେ ସ୍ବତନ୍ତ୍ରଭାବେ ଧନ୍ୟବାଦ ଜଣାଇବାକୁ ଭୁଲି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri