Posted inଖେଳ

ବାର୍ବରା ଷ୍ଟ୍ରାଇକୋଭାଙ୍କ ଅବସର

ପ୍ରାଗ,୬।୫(ପି.ଟି.): ପୂର୍ବତନ ତାରକା ଡବଲ୍ସ ଖେଳାଳି ତଥା ଓ୍ବିମ୍ବେଲଡନ ସିଙ୍ଗଲ୍ସ ସେମିଫାଇନାଲିଷ୍ଟ ଚେକ ଗଣରାଜ୍ୟର ବାର୍ବରା ଷ୍ଟ୍ରାଇକୋଭା ବୁଧବାର ଟେନିସରୁ ଅବସର ଘୋଷଣା କରିଛନ୍ତି। ୩୫ ବର୍ଷୀୟା ଷ୍ଟ୍ରାଇକୋଭା ପୂର୍ବରୁ ଗର୍ଭଧାରଣ କରିବା ନେଇ ସୂଚନା ଦେଇଥିଲେ। ମା’ ହେବା ପରେ ସେ ଟେନିସ୍‌କୁ ଫେରିବା ନେଇ ତାଙ୍କର କୌଣସି ଯୋଜନା ନାହିଁ ବୋଲି ସ୍ପଷ୍ଟ କରିଥିଲେ।
କରୋନା ମହାମାରୀର ପ୍ରକୋପ ଜାରି ରହିଥିବା ବେଳେ ଅବସର ନେବି ବୋଲି କୌଣସି ଯୋଜନା କରି ନ ଥିଲି। ତେବେ ଶେଷରେ ଏହି ନିଷ୍ପତ୍ତି ନେବାକୁ ହେଲା। ମା’ ହେବାକୁ ଅପେକ୍ଷା କରିଛି ଓ ମା’ ହେବା ପରର ଜୀବନ ନେଇ ବେଶ୍‌ ଉତ୍ସୁକତାର ସହ ଅପେକ୍ଷା କରିଛି ବୋଲି ସେ କହିଛନ୍ତି। ଷ୍ଟ୍ରାଇକୋଭା ତାଙ୍କ କ୍ୟାରିୟରରେ ୨ଟି ଡବ୍ଲ୍ୟୁଟିଏ ସିଙ୍ଗଲ୍ସ ଟାଇଟଲ ହାସଲ କରିଥିଲେ। ସେହିପରି ସେ ୩୧ଟି ଡବଲ୍ସ ଟାଇଟଲ ମଧ୍ୟ ଜିତିଥିଲେ। ୨୦୧୯ ଓ୍ବିମ୍ବେଲଡନରେ ତାଙ୍କ କ୍ୟାରିୟର ସଫଳତାର ଶୀର୍ଷକୁ ଛୁଇଁଥିଲା। ସିଏ ସୁ- ଓ୍ବେଇଙ୍କ ସହ ସେ ଓ୍ବିମ୍ବେଲଡନ ମହିଳା ଡବଲ୍ସ ଟାଇଟଲ ଜିତିଥିଲେ ଓ ୧ ନମ୍ବର ସ୍ଥାନ ହାସଲ କରିଥିଲେ। ସେହିପରି ଓ୍ବିମ୍ବେଲଡନ ସିଙ୍ଗଲ୍ସ ଇଭେଣ୍ଟରେ ସେ ସେମିଫାଇନାଲରେ ପ୍ରବେଶ କରିଥିଲେ ମଧ୍ୟ ଆମେରିକାର ସେରେନା ଓ୍ବିଲିୟମ୍ସଙ୍କଠାରୁ ପରାସ୍ତ ହୋଇଥିଲେ। ସିଙ୍ଗଲ୍ସରେ ୧୬ ନମ୍ବର ସ୍ଥାନ ତାଙ୍କ କ୍ୟାରିୟର ଶ୍ରେଷ୍ଠ। ୨୦୧୬ ରିଓ ଅଲିମ୍ପିକ୍ସରେ ସେ ଲୁସି ସାଫାରୋଭାଙ୍କ ସହ ସାଥି ହୋଇ ଡବଲ୍ସରେ ବ୍ରୋଞ୍ଜ୍‌ ପଦକ ଜିତିଥିଲେ।
ଗତ ଜାନୁୟାରୀରେ ଅଷ୍ଟ୍ରେଲିଆନ ଓପନ୍‌ ଖେଳି ଶେଷଥର ପାଇଁ କୌଣସି ଟେନିସ ମ୍ୟାଚ୍‌ ଖେଳିଥିଲେ। ଟେନିସ୍‌କୁ ଭଲ ପାଏ ଓ ସବୁବେଳେ ଶ୍ରେଷ୍ଠ ପ୍ରଦର୍ଶନ କରିବାକୁ ପ୍ରୟାସ କରିଆସିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଟେନିସ ଛଡା କିଛି ଜାଣିନାହିଁ ବୋଲି ସେ କହିଛନ୍ତି। ସେ ଅଷ୍ଟ୍ରେଲିଆନ ଓପନରେ ୩ଥର (୨୦୧୬, ୨୦୧୭, ୨୦୧୮) ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଥିଲେ। ସେହିପରି ୨୦୧୮ ଫ୍ରେଞ୍ଚ୍‌ ଓପନ୍‌ରେ ଓ ୟୁଏସ୍‌ ଓପନ୍‌ରେ ୩ଥର (୨୦୧୪, ୨୦୧୫, ୨୦୧୮) ମଧ୍ୟ ଚତୁର୍ଥ ରାଉଣ୍ଡକୁ ଉଠିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri