Posted inଖେଳ

ରେକର୍ଡଧାରୀ ସ୍ପିନର ନଦିମଙ୍କ ଅବସର

କୋଲକାତା, ୬ା୩ (ପି.ଟି.): ଭାରତ ପାଇଁ ଦୁଇଟି ଟେଷ୍ଟ ମ୍ୟାଚ ଖେଳିଥିବା ଝାଡ଼ଖଣ୍ଡର ବାମହାତୀ ସ୍ପିନର ଶାହାବାଜ ନଦିମ ଅନ୍ତର୍ଜାତୀୟ କ୍ରିକେଟରୁ ତାଙ୍କ ଅବସର ଘୋଷଣା କରିଛନ୍ତି। ଜାତୀୟ ଦଳକୁ ଫେରିବା ସୁଯୋଗ ନ ଥିବା ଅନୁଭବ କରି ସେ ଏହି ନିଷ୍ପତ୍ତି ନେଇଥିବା କୁହାଯାଉଛି। ବର୍ତ୍ତମାନ ସେ ଫ୍ରାଞ୍ଚାଇଜ୍‌ ଭିତ୍ତିକ ଲିଗ୍‌ଗୁଡ଼ିକରେ ତାଙ୍କ ଭାଗ୍ୟ ପରୀକ୍ଷା କରିବେ। ଝାଡ଼ଖଣ୍ଡ ତରଫରୁ ଦୁଇ ଦଶନ୍ଧି ଧରି ଖେଳିଆସୁଥିବା ନଦିମଙ୍କର ଏକ ଲିଷ୍ଟ ‘ଏ’ କ୍ରିକେଟରେ ଶ୍ରେଷ୍ଠ ବୋଲିଂ ଫିଗର (୮/୧୦) ହେଉଛି ଏକ ବିଶ୍ୱ ରେକର୍ଡ। ୨୦୧୮-୧୯ ସିଜନରେ ଚେନ୍ନାଇଠାରେ ଏକ ବିଜୟ ହଜାରେ ଟ୍ରଫି ଲିଗ୍‌ ମ୍ୟାଚରେ ତାଙ୍କ ୧୦ ଓଭର ବୋଲିଂରେ ସେ ଏହି ସଫଳତା ହାସଲ କରିଥିଲେ। ରାଜସ୍ଥାନ ଏହି ମ୍ୟାଚରେ ୨୮. ୩ ଓଭରରେ ୭୩ ରନ ସ୍କୋରରେ ଅଲଆଉଟ ହୋଇଯାଇଥିଲା। ଝାଡ଼ଖଣ୍ଡ ଏହି ମ୍ୟାଚ ୭ ଉଇକେଟରେ ଜିତି ନେଇଥିଲା। ସେହିି ସିଜନରେ ବିଜୟ ହଜାରେ ଟ୍ରଫିରେ ସେ ୯ଟି ମ୍ୟାଚରୁ ୧୩.୦୪ ଆଭରେଜରେ ୨୪ ଉଇକେଟ ସହ ସବୁଠାରୁ ଅଧିକ ଉଇକେଟ ହାସଲକାରୀ ବୋଲର ବିବେଚିତ ହୋଇଥିଲେ। ୨୦୧୯ରେ ରାଞ୍ଚତ୍ସ୍ଥିତ ଜେଏସ୍‌ସିଏ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ତାଙ୍କୁ ଆଶ୍ଚର୍ଯ୍ୟଜନକ ଭାବେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟେଷ୍ଟ ପଦାର୍ପଣର ସୁଯୋଗ ମିଳିଥିଲା। ସେ ସମୟରେ କୁଲଦୀପ ଯାଦବ ଆଘାତପ୍ରାପ୍ତ ହେବାରୁ ମ୍ୟାଚ୍‌ର ୨୪ ଘଣ୍ଟା ପୂର୍ବରୁ ତାଙ୍କୁ ଦଳରେ ନିଆଯାଇଥିଲା। ଦକ୍ଷିଣ ଆଫ୍ରିକା ବିପକ୍ଷ ଏହି ତୃତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଇନିଂସରେ ନଦିମ ଟେମ୍ବା ବଭୁମାଙ୍କ ଉଇକେଟ ସମେତ ୪୦ ରନ ବିନିମୟରେ ୪ ଉଇକେଟ ଅକ୍ତିଆର କରିଥିଲେ। ଭାରତ ଏହି ମ୍ୟାଚ ଏକ ଇନିଂସ ୨୦୨ ରନରେ ଜିତି ନେଇଥିଲା। ଭାରତୀୟ ଦଳରେ ପୁଣି ସୁଯୋଗ ପାଇବା ଲାଗି ଏହି ଛାଡ଼ଖଣ୍ଡ ସ୍ପିନରଙ୍କୁ ଆଉ ଦୁଇ ବର୍ଷ ଅପେକ୍ଷା କରିବାକୁ ପଡ଼ିଥିଲା। ୨୦୨୧ରେ ଚେନ୍ନାଇଠାରେ ଇଂଲଣ୍ଡ ବିପକ୍ଷରେ ସେ ତାଙ୍କର ଅନ୍ତିମ ଟେଷ୍ଟ ମ୍ୟାଚ ଖେଳିଥିଲେ। ନଦିମ ତାଙ୍କ କ୍ୟାରିୟରରେ ୧୪୦ ପ୍ରଥମଶ୍ରେଣୀ ମ୍ୟାଚ ଖେଳି ୫୪୨ ଉଇକେଟ ନେଇଛନ୍ତି। ପ୍ରଥମଶ୍ରେଣୀ କ୍ରିକେଟରେ ତାଙ୍କର ଶ୍ରେଷ୍ଠ ଫିଗର ୭/୪୫ ରହିଛି। ସେ ଆହୁରି ମଧ୍ୟ ୨୦୧୫-୧୬ ଓ ୨୦୧୬-୧୭ କ୍ରମାଗତ ଦୁଇ ସିଜନରେ ସର୍ବାଧିକ ଉଇକେଟ ହାସଲକାରୀ ବୋଲର ବିବେଚିତ ହୋଇଛନ୍ତି। ଲିଷ୍ଟ ଏ’ କ୍ରିକେଟରେ ସେ ୧୩୪ ମ୍ୟାଚରେ ୧୭୫ ଉଇକେଟ ନେଇଛନ୍ତି। ଆଇପିଏଲ୍‌ରେ ସେ ଦିଲ୍ଲୀ ଡେୟାର ଡେଭିଲ୍ସ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ ତରଫରୁ ୭୨ ମ୍ୟାଚ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?