Posted inଖେଳ

ତାରକା ଫରଓ୍ବାର୍ଡ ଥୋମାସ ମୁଲରଙ୍କ ଅବସର

ମ୍ୟୁନିଚ୍‌(ଜର୍ମାନୀ),୧୬।୭: ଅନ୍ତର୍ଜାତୀୟ ଫୁଟବଲରୁ ଜର୍ମାନୀର ତାରକା ଫରଓ୍ବାର୍ଡ ଥୋମାସ ମୁଲର ସୋମବାର ଅବସର ଘୋଷଣା କରିଛନ୍ତି। ଫଳରେ ୨୦୧୪ ବିଶ୍ୱକପ ଟାଇଟଲ ସହ ତାଙ୍କ ୧୪ ବର୍ଷ କ୍ୟାରିୟରର ପରିସମାପ୍ତି ଘଟିଛି। ୩୪ ବର୍ଷୀୟ ବେୟର୍ନ ମ୍ୟୁନିଚ୍‌ ଷ୍ଟ୍ରାଇକର ଦେଶପାଇଁ ୧୩୧ଟି ମ୍ୟାଚ ଖେଳି ୪୫ଟି ଗୋଲ ଦେଇଛନ୍ତି।

ରବିବାର ଶେଷ ହୋଇଥିବା ୟୁରୋ-୨୦୨୪ରେ ମୁଲର ଜର୍ମାନୀ ଦଳର ସଦସ୍ୟ ଥିଲେ। ସ୍ପେନ୍‌ ବିପକ୍ଷ କ୍ୱାର୍ଟର ଫାଇନାଲରେ ସେ ବଦଳ ଖେଳାଳିଭାବେ ଖେଳିଥିଲେ। ଏହା ତାଙ୍କ କ୍ୟାରିୟରର ଶେଷ ଅନ୍ତର୍ଜାତୀୟ ମ୍ୟାଚ ହୋଇ ଯାଇଥିଲା।

କାରଣ ଏହି ମ୍ୟାଚରେ ସ୍ପେନ୍‌ଠାରୁ ପରାସ୍ତ ହୋଇ ଜର୍ମାନୀ ଟୁର୍ନାମେଣ୍ଟରୁ ବିଦାୟ ନେଇଥିଲା। ଫାଇନାଲରେ ଇଂଲଣ୍ଡକୁ ହରାଇ ସ୍ପେନ୍‌ ଚାମ୍ପିୟନ ହୋଇଥିଲା। ୨୦୧୦ରେ ମୁଲରଙ୍କ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ ହୋଇଥିଲା। ଏହି ମ୍ୟାଚରେ ଜର୍ମାନୀ ୦-୧ ଗୋଲରେ ଆର୍ଜେଣ୍ଟିନାଠାରୁ ହାରିଥିଲା। ସେ କ୍ୟାରିୟରରେ ୪ ବିଶ୍ୱକପ ଏବଂ ୪ ୟୁରୋ ଚାମ୍ପିୟନଶିପ୍‌ ଖେଳିବାର ଗୌରବ ଅର୍ଜନ କରିଛନ୍ତି। ପ୍ରକାଶ ଯୋଗ୍ୟ ଯେ, ମୁଲରଙ୍କ ସାଥୀ ଭେଟେରାନ ଟୋନି କ୍ରୁସ୍‌ ମଧ୍ୟ ୟୁରୋ-୨୦୨୪ ପରେ ଫୁଟବଲରୁ ଅବସର ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ,...

LICକୁ ଲାଗିଲା ଝଟକା: ୨ ଦିନରେ ବୁଡିଗଲା ୧୧୪୦୦ କୋଟି ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୧: ସରକାରଙ୍କ ସିଗାରେଟ୍‌ ବିଡ଼ି ଏବଂ ପାନ ମସଲା ଗୁଟଖାର ମୂଲ୍ୟ ବୃଦ୍ଧି ନିଷ୍ପତ୍ତି ପରେ, ITC ଶେୟାରରେ ତୀବ୍ର ହ୍ରାସ ଘଟୁଛି। ଏହା ଉଲ୍ଲେଖନୀୟ...

ଏହା ଡବଲ ଗେମ୍‌…, କ୍ରିକେଟର୍ସଙ୍କ ସହ ହ୍ୟାଣ୍ଡସେକ୍‌ ପାଇଁ କାହିଁକି ନାହିଁ ଅନୁମତି? ଜୟଶଙ୍କରଙ୍କ ସହ PAK ସ୍ପିକରଙ୍କ ହାତ ମିଳାଇବାକୁ ନେଇ…

ଇସଲାମାବାଦ/ନୂଆଦିଲ୍ଲୀ,୨।୧: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଢାକାରେ ପାକିସ୍ତାନ ଜାତୀୟ ପରିଷଦର ବାଚସ୍ପତି ଆୟାଜ ସାଦିକଙ୍କ ସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ହାତ...

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

ଖୋଲିଲା ମଣ୍ଡି: ପ୍ରଥମ ଦିନରେ ଧାନ ଦେଲେ ଏତିକି ଚାଷୀ

ପାଟଣା,୨।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ଶୁକ୍ରବାର ରାଜ୍ୟ ଯୋଗାଣ ନିଗମ ତରଫରୁ ଧାନ ମଣ୍ଡି ଖୋଲିଛି। ପ୍ରଥମ ଦିନରେ ପାଟଣା...

ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…

ଭୁବନେଶ୍ବର, ୨/୧:  ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ...

‘କେହି ଟି-୨୦ ବିଶ୍ୱକପ ଦେଖିବେ ନାହିଁ…’ ଆଇସିସି ଉପରେ ବର୍ଷିଲେ ଅଶ୍ୱିନ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୧: ପୂର୍ବତନ ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରବିଚନ୍ଦ୍ରନ ଅଶ୍ୱିନ ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ସମ୍ପର୍କରେ ନିଜର ନିରାଶା ପ୍ରକାଶ କରିଛନ୍ତି। ଅଶ୍ୱିନ କହିଛନ୍ତି ,...

ଯୁବକଙ୍କୁ ଦଳି ମାରିବା ପରେ ବି ଜଗି ରହିଛି ହାତୀ 

ଖୋର୍ଦ୍ଧା,୨।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଭୂଆସୁଣି ପାଟଣା ଗାଁରେ ଯୁବକଙ୍କୁ ଜଣେ ଯୁବକଙ୍କୁ ଏକ ଦନ୍ତା ଦଳି ଦେଇଛି। ମୃତକ ହେଲେ ପ୍ରିୟବ୍ରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri