Posted inଖେଳ

ତାରକା ଫରଓ୍ବାର୍ଡ ଥୋମାସ ମୁଲରଙ୍କ ଅବସର

ମ୍ୟୁନିଚ୍‌(ଜର୍ମାନୀ),୧୬।୭: ଅନ୍ତର୍ଜାତୀୟ ଫୁଟବଲରୁ ଜର୍ମାନୀର ତାରକା ଫରଓ୍ବାର୍ଡ ଥୋମାସ ମୁଲର ସୋମବାର ଅବସର ଘୋଷଣା କରିଛନ୍ତି। ଫଳରେ ୨୦୧୪ ବିଶ୍ୱକପ ଟାଇଟଲ ସହ ତାଙ୍କ ୧୪ ବର୍ଷ କ୍ୟାରିୟରର ପରିସମାପ୍ତି ଘଟିଛି। ୩୪ ବର୍ଷୀୟ ବେୟର୍ନ ମ୍ୟୁନିଚ୍‌ ଷ୍ଟ୍ରାଇକର ଦେଶପାଇଁ ୧୩୧ଟି ମ୍ୟାଚ ଖେଳି ୪୫ଟି ଗୋଲ ଦେଇଛନ୍ତି।

ରବିବାର ଶେଷ ହୋଇଥିବା ୟୁରୋ-୨୦୨୪ରେ ମୁଲର ଜର୍ମାନୀ ଦଳର ସଦସ୍ୟ ଥିଲେ। ସ୍ପେନ୍‌ ବିପକ୍ଷ କ୍ୱାର୍ଟର ଫାଇନାଲରେ ସେ ବଦଳ ଖେଳାଳିଭାବେ ଖେଳିଥିଲେ। ଏହା ତାଙ୍କ କ୍ୟାରିୟରର ଶେଷ ଅନ୍ତର୍ଜାତୀୟ ମ୍ୟାଚ ହୋଇ ଯାଇଥିଲା।

କାରଣ ଏହି ମ୍ୟାଚରେ ସ୍ପେନ୍‌ଠାରୁ ପରାସ୍ତ ହୋଇ ଜର୍ମାନୀ ଟୁର୍ନାମେଣ୍ଟରୁ ବିଦାୟ ନେଇଥିଲା। ଫାଇନାଲରେ ଇଂଲଣ୍ଡକୁ ହରାଇ ସ୍ପେନ୍‌ ଚାମ୍ପିୟନ ହୋଇଥିଲା। ୨୦୧୦ରେ ମୁଲରଙ୍କ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ ହୋଇଥିଲା। ଏହି ମ୍ୟାଚରେ ଜର୍ମାନୀ ୦-୧ ଗୋଲରେ ଆର୍ଜେଣ୍ଟିନାଠାରୁ ହାରିଥିଲା। ସେ କ୍ୟାରିୟରରେ ୪ ବିଶ୍ୱକପ ଏବଂ ୪ ୟୁରୋ ଚାମ୍ପିୟନଶିପ୍‌ ଖେଳିବାର ଗୌରବ ଅର୍ଜନ କରିଛନ୍ତି। ପ୍ରକାଶ ଯୋଗ୍ୟ ଯେ, ମୁଲରଙ୍କ ସାଥୀ ଭେଟେରାନ ଟୋନି କ୍ରୁସ୍‌ ମଧ୍ୟ ୟୁରୋ-୨୦୨୪ ପରେ ଫୁଟବଲରୁ ଅବସର ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri