Posted inଖେଳ

ସ୍ବାଗତିକା ରଥଙ୍କ ଅବସର

ଭୁବନେଶ୍ୱର,୩ା୫ (ସ୍ପୋଟର୍‌ସ ବ୍ୟୁରୋ): ଅନ୍ତର୍ଜାତୀୟ ମହିଳା କ୍ରିକେଟରେ ଭାରତର ପ୍ରତିନିଧିତ୍ୱ କରିଥିବା ଓଡ଼ିଶା ଖେଳାଳି ସ୍ବାଗତିକା ରଥ ଅବସର ଘୋଷଣା କରିଛନ୍ତି। ଓଡ଼ିଶା ଓ ରେଲଓ୍ବେଜ୍‌ ପକ୍ଷରୁ ଘରୋଇ କ୍ରିକେଟ ଖେଳିଥିବା ସ୍ବାଗତିକା ଭାରତ ପାଇଁ ଯଥାକ୍ରମେ ଦିନିକିଆ ଓ ଟି୨୦ରେ ୩ ଓ ୨ଟି ମ୍ୟାଚ୍‌ ଖେଳିଛନ୍ତି। ୨୦୦୭-୦୮ରୁ ୨୦୧୫-୧୬ ଯାଏ ସେ ଓଡ଼ିଶା ଓ ୨୦୧୬-୧୭ରୁ ୨୦୨୨-୨୩ ଯାଏ ରେଲଓ୍ବେଜ ପାଇଁ ଖେଳିଥିଲେ। ଭଦ୍ରକର ଏହି ଖେଳାଳି ଜଣଙ୍କ ବାଂଲାଦେଶ ବିପକ୍ଷରେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। ୪ ଏପ୍ରିଲ ୨୦୧୩ରେ ଟି୨୦ ଡେବ୍ୟୁ କରିଥିବା ବେଳେ ଏହାର ୪ ଦିନ ପରେ ସମାନ ଦଳ ବିପକ୍ଷରେ ଦିନିକିଆ ପଦାର୍ପଣ କରିଥିଲେ। ୩ ଦିନିକିଆରୁ ସେ ୫୮ ରନ୍‌ ସ୍କୋର କରିଥିବା ବେଳେ ୩ ଉଇକେଟ ମଧ୍ୟ ନେଇଛନ୍ତି। ଭାରତୀୟ ଦଳରେ ନିୟମିତ ସୁଯୋଗ ମିଳି ନ ଥିବା ବେଳେ ସ୍ବାଗତିକା ମାତ୍ର ୨୮ ବର୍ଷ ବୟସରେ ଅବସର ଘୋଷଣା କରିଛନ୍ତି। ଓଡ଼ିଶା କ୍ରିକେଟ ଆସୋସିଏଶନ ସଭାପତି ପ୍ରଣବ ପ୍ରକାଶ ଦାସ, ସମ୍ପାଦକ ସଞ୍ଜୟ ବେହେରା ଓ ଅନ୍ୟ କର୍ମକର୍ତ୍ତା ତାଙ୍କ ଭବିଷ୍ୟତ ପାଇଁ ଶୁଭକାମନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri