Posted inଖେଳ

ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ସ୍କ୍ବାଶ ଖେଳାଳି ରନିମଙ୍କ ଅବସର

କାଇରୋ, ୨୬ା୬ (ଏପି)-ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ମହିଳା ସ୍କ୍ବାଶ ଖେଳାଳି ଇଜିପ୍ଟର ରନିମ୍‌ ଏଲ୍‌. ଓ୍ବିଲିଲି ଗୁରୁବାର ଅବସର ଘୋଷଣା କରିଛନ୍ତି। କୌଣସି କ୍ରୀଡ଼ାରେ ବିଶ୍ୱର ନମ୍ବର ଓ୍ବାନ ମାନ୍ୟତା ହାସଲ କରିବାରେ ସେ ପ୍ରଥମ ଆରବୀୟ ମହିଳା ବୋଲି ପ୍ରଫେସନାଲ ସ୍କ୍ବାଶ ଆସୋସିଏଶନ କହିଛି। ୩୧ ବର୍ଷୀୟା ଓ୍ବିଲିଲି ୨୦୧୫ରେ ପ୍ରଥମେ ଶୀର୍ଷ ର଼୍ୟାଙ୍କିଙ୍ଗ ଖେଳାଳି ହୋଇଥିଲେ। ଏହାର ପରବର୍ଷ ସେ ଥରେ ମାତ୍ର ବିଶ୍ୱ ଚାମ୍ପିୟନ ହୋଇପାରିଥିଲେ। ସେ ୩ ଥର ରନର୍ସ ହୋଇପାରିଛନ୍ତି। ଗତ୨୫ ବର୍ଷ ଧରି ସ୍କ୍ବାଶ ମୋର ଜୀବନ ଥିଲା ବୋଲି କହିଲେ ଚଳେ। କିନ୍ତୁ ବର୍ତ୍ତମାନ ଏହାକୁ ମୋର ଗୁଡ୍‌ବାଏ କରିବାକୁ ସମୟ ଆସି ପହଞ୍ଚତ୍ଛି ବୋଲି ଓ୍ବିଲିଲି ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ପ୍ରକାଶ କରିଛନ୍ତି। ବର୍ତ୍ତମାନ ବିଶ୍ୱର ୨ନମ୍ବର ଖେଳାଳି ନୋରାନ ଗୋହର ଆସନ୍ତା ସପ୍ତାହରେ ଓ୍ବିଲିଲିଙ୍କ ସ୍ଥାନ ଅଧିକାର କରିବେ। ଫଳରେ ଇଜିପ୍ଟ ପୁଣି ନମ୍ବର ଓ୍ବାନ ସ୍ଥାନ ବଜାୟ ରଖିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର…

୪୦ମିନିଟ ଧରି କଥା ହେଲେ ମୋଦି-ଟ୍ରମ୍ପ, ଯୁଦ୍ଧକୁ ନେଇ କହିଦେଲେ ବଡ଼କଥା!

ନୂଆଦିଲ୍ଲୀ,୧୪।୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ବିଫଳ ହେବା ପରେ, ମଙ୍ଗଳବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

ଦେଶର ଏହି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇନି ଭାଜପା; ସଂଖ୍ୟା ଜାଣିଲେ ତାଜୁବ ହେବେ…

୧୪ ଏପ୍ରିଲ ୨୦୨୬ ବିହାର ରାଜନୀତିରେ ଏକ ପ୍ରମୁଖ ପରିବର୍ତ୍ତନର କାରଣ ହୋଇଥିଲା। ବିଶେଷକରି, ସମ୍ରାଟ ଚୌଧୁରୀଙ୍କୁ ବିହାରରେ ଭାଜପା ବିଧାୟକ ଦଳର ନେତା ଭାବରେ ନିର୍ୱାଚିତ…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri