‘ରେଟ୍ରୋ ଟିକସ ଉଚ୍ଛେଦ ନିବେଶକଙ୍କ ପାଇଁ ଲାଭକାରୀ’

ନୂଆଦିଲ୍ଲୀ,୧୨।୮: ସରକାର ଏବଂ ଶିଳ୍ପଜଗତ ମଧ୍ୟରେ ଉତ୍ତମ ସହଯୋଗ ଦେଶବାସୀ ବର୍ତ୍ତମାନ ଦେଖିବାକୁ ପାଉଛନ୍ତି। ମହାମାରୀ ସମୟରେ ଶିଳ୍ପଜଗତ ଆଗେଇ ଆସିବା ସହ ମାସ୍କଠାରୁ ମେଡିକାଲ ଅକ୍ସିଜେନ ଯୋଗାଣ ଦ୍ୱାରା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସିଆଇଆଇର ଏକ କାର୍ଯ୍ୟକ୍ରମରେ ଏହା କହିଛନ୍ତି। ସେ କହିଛନ୍ତି, ଦେଶର ଅଭିବୃଦ୍ଧି କ୍ଷେତ୍ରରେ ଶିଳ୍ପଜଗତ ଏକ ପ୍ରମୁଖ ଭାଗୀଦାର ରହିଆସିଛି। ଶିଳ୍ପଜଗତର ଉଦ୍ୟମ ଦ୍ୱାରା ଅର୍ଥ ବ୍ୟବସ୍ଥା ପୁଣି ଥରେ ଛିଡ଼ାହେବାକୁ ଚେଷ୍ଟା କରୁଛି। କୌଣସି କମ୍ପାନୀ ଭାରତ ଭିତ୍ତିକ ନ ହେଉ ପଛେ କିନ୍ତୁ ଭାରତରେ ସାମଗ୍ରୀ ପ୍ରସ୍ତୁତ ହେଉ। ନିବେଶ ବୃଦ୍ଧି ସହ ନୂଆ ପୃଥିବୀ ଲାଗି ଭାରତ ନୂତନ ଭାବେ ଯୋଗଦାନ ରଖୁ। ଭାରତ ଡୁଇଁ ବିଜ୍‌ନେସ୍‌ ର଼୍ୟାଙ୍କିଙ୍ଗ୍‌ରେ ବେଶ୍‌ ଭଲ ପ୍ରଦର୍ଶନ କରିଛୁ। ସ୍ଥିତି ବର୍ତ୍ତମାନ ଦ୍ରୁତ ଭାବେ ପରିବର୍ତ୍ତନ ହେଉଥିବା ମୋଦି ମତ ପ୍ରକାଶ କରିଛନ୍ତି। ସରକାର ରେଟ୍ରୋସ୍ପେକ୍ଟିଭ (ପୂର୍ବ ପ୍ରଭାବୀ) ଟିକସ ହଟାଇବା ଦିଗରେ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଏହାଦ୍ୱାରା ନିବେଶକମାନେ ଲାଭବାନ ହେବା ସହ ସେମାନଙ୍କ ଆତ୍ମବିଶ୍ୱାସ ବଢ଼ାଇବା ଦିଗରେ ଏଭଳି ପଦକ୍ଷେପ ସହାୟକ ହେବ ବୋଲି ମୋଦି ଆଶାବାଦୀ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri