ରେଟର୍ନ କାର୍ଯ୍ୟାଳୟ ଉଦ୍‌ଘାଟିତ

ଭୁବନେଶ୍ୱର,୨୭।୧୧ (ଅଭୟ ଦାଶ): ଓଡ଼ିଶା ବୁଣାକାରମାନଙ୍କର ସର୍ବବିଧ ଉନ୍ନତି ତଥା ରାଜ୍ୟ ସରକାରଙ୍କ ବୟନ, ହସ୍ତତନ୍ତ ଓ ହସ୍ତଶିଳ୍ପର ପ୍ରଚାର ଓ ପ୍ରସାର ପାଇଁ ରିଟାୟର୍ଡ ଟେକ୍ସଟାଇଲ ଅଫିସର୍ସ ରି-ନାଟିଭ(ରେଟର୍ନ)ର ରାଜ୍ୟ କାର୍ଯ୍ୟାଳୟ ଶନିବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରେଟର୍ନ ପକ୍ଷରୁ ଭୁବନେଶ୍ୱରର ରୋଟାରି ଭବନଠାରେ ଏକ ଉଦ୍‌ଘାଟନୀ ସଭାର ଆୟୋଜନ କରାଯାଇଥିଲା। ଏହି ଅବସରରେ ପଞ୍ଚାୟତିରାଜ ବିଭାଗର ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ଜ୍ୟୋତି ପ୍ରକାଶ ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉକ୍ତ କାର୍ଯ୍ୟାଳୟର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସଂସ୍ଥାର ସମସ୍ତ ବୈଷୟିକ କର୍ମଚାରୀଙ୍କ ସମେତ ସେଦ୍ରା ଫିଲ୍‌ଟ୍ରେସନ ପ୍ରାଇଭେଟ ଲିଃର ପରିଚାଳନା ନିର୍ଦ୍ଦେଶକ ମୁକେଶ ନାୟକ ମୁଖ୍ୟବକ୍ତା ରୂପେ ଯୋଗଦେଇଥିବାବେଳେ ଗ୍ରାଣ୍ଟ ଥରଣ୍ଟନ ଭାରତ ଏଲ୍‌ଏଲ୍‌ପିର ଅଂଶୀଦାର ମନୋଜ ଖରବ ଓ ବୟନ, ହସ୍ତତନ୍ତ ଓ ହସ୍ତଶିଳ୍ପ ବିଭାଗର ଅତିରିକ୍ତ ସଚିବ ବିକ୍ରମାଦିତ୍ୟ ବାରିକ ପ୍ରମୁଖ ସମ୍ମାନିତ ଅତିଥି ରୂପେ ଯୋଗଦାନ କରିଥିଲେ। ଉକ୍ତ ଉତ୍ସବରେ ରାଜ୍ୟର ସମସ୍ତ ଅବସରପ୍ରାପ୍ତ ବୟନ ବୈଷୟିକ କର୍ମକର୍ତ୍ତାମାନେ ଯୋଗଦାନ କରିଥିଲେ। ଅପରପକ୍ଷରେ ରେଟର୍ନର ସଭାପତି ଇଂ. ଅନନ୍ତପଦ ଦାସ ସ୍ବାଗତ ଅଭିଭାଷଣ ଦେଇଥିବାବେଳେ ସାଧାରଣ ସମ୍ପାଦକ ଡ. ସୁଦର୍ଶନ ବେହେରା ସଂସ୍ଥାର ଆଭିମୁଖ୍ୟ ଓ କାର୍ଯ୍ୟକଳାପ ସମ୍ପର୍କରେ ସମ୍ୟକ ସୂଚନା ପ୍ରଦାନ କରିଥିଲେ। ସେହିଭଳି ବୟନଶିଳ୍ପ ଓ ପୋଷାକ ପ୍ରସ୍ତୁତି କ୍ଷେତ୍ରରେ ଉଲେଖନୀୟ ଅବଦାନ ପାଇଁ ସଂସ୍ଥାର ସଦସ୍ୟ ଇଂ. ରାମକୃଷ୍ଣ ମେହେର, ଇଂ.ଉମାକାନ୍ତ ରାଉତ ଏବଂ ବରିଷ୍ଠ ଉଦ୍ୟୋଗୀ ସୀମା ମହାନ୍ତିଙ୍କୁ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆଇନଶୃଙ୍ଖଳା ଅଣାୟତ୍ତ: ପୁଣି ଛୁରାମାଡ, ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। ଏଠାକାର ବିଚ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି । ଛୁରି, ଭୁଜାଲି ଆକ୍ରମଣରେ ଲୋକେ…

ଦିନ ଦ୍ବିପ୍ରହରରେ ଝାମ୍ପିନେଲେ ୨ ଲକ୍ଷ ଟଙ୍କା

ରାୟଗଡ଼ା,୯।୩(ଆଶିଷ ରଞ୍ଜନ ପଣ୍ଡା) ଜଣେ ବ୍ୟକ୍ତି ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍‌ କରିବାକୁ ଯିବା ସମୟରେ ଲୁଟେରାମାନେ ଦିନ ଦ୍ବିପ୍ରହରରେ ତାଙ୍କଠାରୁ ୨ ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି।…

ନେପାଳରେ RSPର ଜବରଦସ୍ତ ବିଜୟ: ମୋଦି କହିଲେ…

କାଠମାଣ୍ଡୁ,୯।୩: ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି (RSP) ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି। ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ନେତୃତ୍ୱରେ RSP ପୂର୍ବତନ ପ୍ରଧାନମନ୍ତ୍ରୀ କେପି…

ବିବାହ ପ୍ରୋସେସନ ବେଳେ ବାଣ ଫୁଟି ୪ ଛାତ୍ରୀ ଆହତ

ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ…

ଇରାନରେ ଏସିଡ୍‌ ବର୍ଷା: ତୈଳ ଡିପୋ ଉପରେ ବୋମାମାଡ଼ ପରେ…

ତେହରାନ,୯ା୩:ଇରାନ ରାଜଧାନୀ ତେହରାନରେ ଥିବା ୩୦ଟି ତୈଳ ଡିପୋ ଉପରେ ଇସ୍ରାଏଲ୍‌ର ଆକ୍ରମଣ କରିବାରୁ ରବିବାର ସେଠାରେ କଳା ଏସିଡ୍‌ ବର୍ଷା ହୋଇଛି। ତୈଳ ଡିପୋଗୁଡ଼ିକ ଜଳୁଥିବାରୁ…

ଅଷ୍ଟମ ବେତନ କମିଶନ ଲାଗି ଚିଠି

ଭୁବନେଶ୍ୱର,୯।୩: ଅଷ୍ଟମ ବେତନ କମିଶନ ପାଇଁ ଅର୍ଥ ବିଭାଗ ପକ୍ଷରୁ ଚିଠି। ଚିଠିରେ ସମସ୍ତ ଜିଲାପାଳ ଏବଂ ସରକାରୀ ବିଭାଗ ମୁଖ୍ୟଙ୍କଠାରୁ ମତାମତ ଲୋଡ଼ିଲେ ରାଜ୍ୟ ସରକାର।…

ଖେଳୁଥିବା ବେଳେ ୧୮ ମାସର ଶିଶୁକନ୍ୟାଙ୍କୁ କାମୁଡ଼ିଲା ସାପ, ଦେଖୁଦେଖୁ…

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ପଞ୍ଚାୟତ ଦେଉଳପେଡ଼ି ଗ୍ରାମର ଭରତ ବେହେରାଙ୍କ ୧୮ ମାସର ଶିଶୁକନ୍ୟା ରିୟାଂଶି ବେହେରା ସାପ କାମୁଡ଼ାରେ…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୦ ପ୍ରାର୍ଥୀ

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri