ଭୁବନେଶ୍ୱର,୨୭।୧୧ (ଅଭୟ ଦାଶ): ଓଡ଼ିଶା ବୁଣାକାରମାନଙ୍କର ସର୍ବବିଧ ଉନ୍ନତି ତଥା ରାଜ୍ୟ ସରକାରଙ୍କ ବୟନ, ହସ୍ତତନ୍ତ ଓ ହସ୍ତଶିଳ୍ପର ପ୍ରଚାର ଓ ପ୍ରସାର ପାଇଁ ରିଟାୟର୍ଡ ଟେକ୍ସଟାଇଲ ଅଫିସର୍ସ ରି-ନାଟିଭ(ରେଟର୍ନ)ର ରାଜ୍ୟ କାର୍ଯ୍ୟାଳୟ ଶନିବାର ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରେଟର୍ନ ପକ୍ଷରୁ ଭୁବନେଶ୍ୱରର ରୋଟାରି ଭବନଠାରେ ଏକ ଉଦ୍ଘାଟନୀ ସଭାର ଆୟୋଜନ କରାଯାଇଥିଲା। ଏହି ଅବସରରେ ପଞ୍ଚାୟତିରାଜ ବିଭାଗର ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ଜ୍ୟୋତି ପ୍ରକାଶ ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉକ୍ତ କାର୍ଯ୍ୟାଳୟର ଉଦ୍ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସଂସ୍ଥାର ସମସ୍ତ ବୈଷୟିକ କର୍ମଚାରୀଙ୍କ ସମେତ ସେଦ୍ରା ଫିଲ୍ଟ୍ରେସନ ପ୍ରାଇଭେଟ ଲିଃର ପରିଚାଳନା ନିର୍ଦ୍ଦେଶକ ମୁକେଶ ନାୟକ ମୁଖ୍ୟବକ୍ତା ରୂପେ ଯୋଗଦେଇଥିବାବେଳେ ଗ୍ରାଣ୍ଟ ଥରଣ୍ଟନ ଭାରତ ଏଲ୍ଏଲ୍ପିର ଅଂଶୀଦାର ମନୋଜ ଖରବ ଓ ବୟନ, ହସ୍ତତନ୍ତ ଓ ହସ୍ତଶିଳ୍ପ ବିଭାଗର ଅତିରିକ୍ତ ସଚିବ ବିକ୍ରମାଦିତ୍ୟ ବାରିକ ପ୍ରମୁଖ ସମ୍ମାନିତ ଅତିଥି ରୂପେ ଯୋଗଦାନ କରିଥିଲେ। ଉକ୍ତ ଉତ୍ସବରେ ରାଜ୍ୟର ସମସ୍ତ ଅବସରପ୍ରାପ୍ତ ବୟନ ବୈଷୟିକ କର୍ମକର୍ତ୍ତାମାନେ ଯୋଗଦାନ କରିଥିଲେ। ଅପରପକ୍ଷରେ ରେଟର୍ନର ସଭାପତି ଇଂ. ଅନନ୍ତପଦ ଦାସ ସ୍ବାଗତ ଅଭିଭାଷଣ ଦେଇଥିବାବେଳେ ସାଧାରଣ ସମ୍ପାଦକ ଡ. ସୁଦର୍ଶନ ବେହେରା ସଂସ୍ଥାର ଆଭିମୁଖ୍ୟ ଓ କାର୍ଯ୍ୟକଳାପ ସମ୍ପର୍କରେ ସମ୍ୟକ ସୂଚନା ପ୍ରଦାନ କରିଥିଲେ। ସେହିଭଳି ବୟନଶିଳ୍ପ ଓ ପୋଷାକ ପ୍ରସ୍ତୁତି କ୍ଷେତ୍ରରେ ଉଲେଖନୀୟ ଅବଦାନ ପାଇଁ ସଂସ୍ଥାର ସଦସ୍ୟ ଇଂ. ରାମକୃଷ୍ଣ ମେହେର, ଇଂ.ଉମାକାନ୍ତ ରାଉତ ଏବଂ ବରିଷ୍ଠ ଉଦ୍ୟୋଗୀ ସୀମା ମହାନ୍ତିଙ୍କୁ ସମ୍ମାନିତ କରାଯାଇଥିଲା।
IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!
ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍ଜା…
ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!
୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…
SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ
ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…
ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ
କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…
ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ
ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…
କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ
ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…
ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ
ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…
ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…
ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

