୩୦ ସୁଦ୍ଧା ବନ୍ଧୁକ ଫେରାଅ, ନ ହେଲେ କାର୍ଯ୍ୟାନୁଷ୍ଠାନ

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ଠାକୁରମୁଣ୍ଡା(ତାରାକାନ୍ତ ପଟ୍ଟନାୟକ)୪ା୭: ଶିମିଳିପାଳ ଅଭୟାରଣ୍ୟରେ ଶିକାରୀ ଗୁଳିରେ ଦୁଇ ବନ କର୍ମଚାରୀ ନିହତ ହେବା ଘଟଣାରେ ମୟୂରଭଞ୍ଜ ଜିଲା ପୋଲିସ ପକ୍ଷରୁ ପ୍ରତିଦିନ ସର୍ଚ୍ଚ ଓ କୋମ୍ବିଂ ଅପରେଶନ ଜାରି ରହିଛି। ବନ କର୍ମଚାରୀ ଓ ପୋଲିସକୁ ନେଇ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇ ମାମଲାରେ ଜଡିତ ଅପରାଧୀଙ୍କୁ ଠାବ କରିବା ସହ ଦେଶୀ ବନ୍ଧୁକ ଜବତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ବେଆଇନ ଅସ୍ତ୍ରଶସ୍ତ୍ର ରଖୁଥିବା ବ୍ୟକ୍ତିମାନଙ୍କୁ ପୋଲିସ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଶିମିଳିପାଳ ସଂଲଗ୍ନ ଓ ନିଷିଦ୍ଧାଞ୍ଚଳରେ ରହୁଥିବା ଲୋକେ ଜୁଲାଇ ୩୦ ସୁଦ୍ଧା ବନ୍ଧୁକ ଓ କାରଖାନା ଯନ୍ତ୍ରାଂଶ ସ୍ବଇଚ୍ଛାରେ ପୋଲିସ ନିକଟରେ ଜମା ଦେଇ ପୁରସ୍କୃତ ହେବାକୁ ଏସ୍‌ପି ବି.ଗଙ୍ଗାଧର କହିଛନ୍ତି। ଅନ୍ୟଥା ଗିରଫ ପୂର୍ବକ ଆଇନ ଅନୁଯାୟୀ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୋମବାର ପୋଲିସ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ପ୍ରକାଶ କରିଛନ୍ତି ା
ସୋମବାର ଜିଲା ପୋଲିସର ସ୍ବତନ୍ତ୍ର ଟିମ୍‌ ଶିମିଳିପାଳ ନିଷିଦ୍ଧାଞ୍ଚଳରେ ଚଢ଼ାଉ କରି ଏକ ଦେଶୀ ବନ୍ଧୁକ କାରଖାନା ଠାବ କରିବା ସହ ଅଭିଯୁକ୍ତଙ୍କୁୁ କୋର୍ଟଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ମହୁଲଡିହା ଥାନା ଅଧୀନ ଭେଜଡିହା ଗ୍ରାମର ଜିତୁ ଲୋହାର(୨୫)। ସେଠାରୁ ଗୋଟିଏ ଦେଶୀ ବନ୍ଧୁକ, ୪ଟି ଷ୍ଟିଲ ବ୍ୟାରେଲ, ୨ଟି ସକେଟ, ଗୋଟିଏ ୱେଲ୍‌ଡିଂ ମେଶିନ ଓ ଏକ କୁରାଢ଼ି ସମେତ ବ୍ୟବହୃତ ସାମଗ୍ରୀ ଜବତ ହୋଇଛି। ଏ ସଂକ୍ରାନ୍ତରେ ପୋଲିସ ଆମର୍‌ସ ଆକ୍ଟ ଅନୁଯାୟୀ ଏକ ମାମଲା(ନଂ.୩୯/୨୩)ରୁଜୁ କରି ତଦନ୍ତ ଜାରି ରଖିଛି। ସେହିପରି ମହୁଲଡିହା ଥାନା ପାତ୍ରପଡା ଗ୍ରାମରେ ସ୍ବତନ୍ତ୍ର ଟିମ୍‌ ଚଢ଼ାଉ କରି ଗୋଟିଏ ବଜ୍ରକାପ୍ତା ଚମଡ଼ା ସହିତ ୧୧୦ଟି କାତି ଜବତ କରିଛି। ଏହି ଘଟଣାର ଅଭିଯୁକ୍ତ ଫେରାର ଥିବା ବେଳେ ପୋଲିସ ୱାଇଲ୍ଡ ଲାଇଫ ପ୍ରୋଟେକ୍ସନ ଆକ୍ଟ ଅନୁଯାୟୀ ଏକ ମାମଲା (ନଂ.୪୯/୨୩)ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri