Odisha Elections 2024

୩୦ ସୁଦ୍ଧା ବନ୍ଧୁକ ଫେରାଅ, ନ ହେଲେ କାର୍ଯ୍ୟାନୁଷ୍ଠାନ

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ଠାକୁରମୁଣ୍ଡା(ତାରାକାନ୍ତ ପଟ୍ଟନାୟକ)୪ା୭: ଶିମିଳିପାଳ ଅଭୟାରଣ୍ୟରେ ଶିକାରୀ ଗୁଳିରେ ଦୁଇ ବନ କର୍ମଚାରୀ ନିହତ ହେବା ଘଟଣାରେ ମୟୂରଭଞ୍ଜ ଜିଲା ପୋଲିସ ପକ୍ଷରୁ ପ୍ରତିଦିନ ସର୍ଚ୍ଚ ଓ କୋମ୍ବିଂ ଅପରେଶନ ଜାରି ରହିଛି। ବନ କର୍ମଚାରୀ ଓ ପୋଲିସକୁ ନେଇ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇ ମାମଲାରେ ଜଡିତ ଅପରାଧୀଙ୍କୁ ଠାବ କରିବା ସହ ଦେଶୀ ବନ୍ଧୁକ ଜବତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ବେଆଇନ ଅସ୍ତ୍ରଶସ୍ତ୍ର ରଖୁଥିବା ବ୍ୟକ୍ତିମାନଙ୍କୁ ପୋଲିସ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଶିମିଳିପାଳ ସଂଲଗ୍ନ ଓ ନିଷିଦ୍ଧାଞ୍ଚଳରେ ରହୁଥିବା ଲୋକେ ଜୁଲାଇ ୩୦ ସୁଦ୍ଧା ବନ୍ଧୁକ ଓ କାରଖାନା ଯନ୍ତ୍ରାଂଶ ସ୍ବଇଚ୍ଛାରେ ପୋଲିସ ନିକଟରେ ଜମା ଦେଇ ପୁରସ୍କୃତ ହେବାକୁ ଏସ୍‌ପି ବି.ଗଙ୍ଗାଧର କହିଛନ୍ତି। ଅନ୍ୟଥା ଗିରଫ ପୂର୍ବକ ଆଇନ ଅନୁଯାୟୀ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୋମବାର ପୋଲିସ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ପ୍ରକାଶ କରିଛନ୍ତି ା
ସୋମବାର ଜିଲା ପୋଲିସର ସ୍ବତନ୍ତ୍ର ଟିମ୍‌ ଶିମିଳିପାଳ ନିଷିଦ୍ଧାଞ୍ଚଳରେ ଚଢ଼ାଉ କରି ଏକ ଦେଶୀ ବନ୍ଧୁକ କାରଖାନା ଠାବ କରିବା ସହ ଅଭିଯୁକ୍ତଙ୍କୁୁ କୋର୍ଟଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ମହୁଲଡିହା ଥାନା ଅଧୀନ ଭେଜଡିହା ଗ୍ରାମର ଜିତୁ ଲୋହାର(୨୫)। ସେଠାରୁ ଗୋଟିଏ ଦେଶୀ ବନ୍ଧୁକ, ୪ଟି ଷ୍ଟିଲ ବ୍ୟାରେଲ, ୨ଟି ସକେଟ, ଗୋଟିଏ ୱେଲ୍‌ଡିଂ ମେଶିନ ଓ ଏକ କୁରାଢ଼ି ସମେତ ବ୍ୟବହୃତ ସାମଗ୍ରୀ ଜବତ ହୋଇଛି। ଏ ସଂକ୍ରାନ୍ତରେ ପୋଲିସ ଆମର୍‌ସ ଆକ୍ଟ ଅନୁଯାୟୀ ଏକ ମାମଲା(ନଂ.୩୯/୨୩)ରୁଜୁ କରି ତଦନ୍ତ ଜାରି ରଖିଛି। ସେହିପରି ମହୁଲଡିହା ଥାନା ପାତ୍ରପଡା ଗ୍ରାମରେ ସ୍ବତନ୍ତ୍ର ଟିମ୍‌ ଚଢ଼ାଉ କରି ଗୋଟିଏ ବଜ୍ରକାପ୍ତା ଚମଡ଼ା ସହିତ ୧୧୦ଟି କାତି ଜବତ କରିଛି। ଏହି ଘଟଣାର ଅଭିଯୁକ୍ତ ଫେରାର ଥିବା ବେଳେ ପୋଲିସ ୱାଇଲ୍ଡ ଲାଇଫ ପ୍ରୋଟେକ୍ସନ ଆକ୍ଟ ଅନୁଯାୟୀ ଏକ ମାମଲା (ନଂ.୪୯/୨୩)ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ନିର୍ବାଚନୀ ସଭାରେ ବିଡିଓଙ୍କ ଉପସ୍ଥିତି : ଅଭିଯୋଗ ଆଣିଲା ବିରୋଧୀ

ହାଟଡିହୀ,୧୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ହାଟଡିହୀ ବ୍ଲକ ଛେନାପଦୀଠାରେ ରବିବାର ବିଜେଡି ପକ୍ଷରୁ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ...

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା...

ନିଆଁ ଲାଗି ଜଳିଗଲା ୨ ବଖରା ଘର: ଲିଭାଇବା ବେଳେ ୨ ଆହତ

ବାସୁଦେବପୁର,୧୯।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ସୁରେଶ୍ୱରପୁର ଗ୍ରାମର ୮ ନଂ. ୱାର୍ଡରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ଶାନ୍ତିଲତା ବେହେରାଙ୍କ ୨...

ପୋଲିଂ ଟିମରେ କର୍ତ୍ତବ୍ୟରତ ଶିକ୍ଷକଙ୍କ ମୃତ୍ୟୁ

ବଲାଙ୍ଗୀର, ୧୯ା୫( ସୁନୀଲ କୁମାର ମହାନ୍ତି): ନିର୍ବାଚନ ପାଇଁ ପୋଲିଂ ଡ୍ୟୁଟିରେ ଥିବା ଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ଶିକ୍ଷକଙ୍କ ନାଁ ସୁଶୀଲ...

ରାତି ପାହିଲେ ନିର୍ବାଚନ: ପୁରୁଷୋତ୍ତମପୁରର ୧୪୭ ବୁଥ୍‌ରେ ୧ ଲକ୍ଷ ୪୧ ହଜାର ୭୬୬ ଜଣ କରିବେ ମତଦାନ

ପୁରୁଷୋତ୍ତମପୁର,୧୯ା୫(ସିମାଞ୍ଚଳ ମିଶ୍ର): ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ରବିବାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୋମବାର...

ନିର୍ବାଚନୀ ହିଂସା: ଖଲ୍ଲିକୋଟ ହତ୍ୟା ଘଟଣାରେ ଆଉ ଦୁଇ ଗିରଫ

ଛତ୍ରପୁର,୧୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହତ୍ୟା ଘଟଣାରେ ପୁଣି ଦୁଇ ଗିରଫ ହୋଇଛନ୍ତି। ଗିରଫମାନେ ହେଲେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ସୁଦର୍ଶନ ପାହାନ ଓ ରାମଚନ୍ଦ୍ରପୁର...

ମାଟି ଅତଡ଼ା ଧସି ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

କୋରାପୁଟ,୧୯ା୫(ଅମିତାଭ ବେହେରା): କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକର ଲାଠିଗୁଡ଼ା ଗ୍ରାମ ନିକଟରେ ଏକ ପାହାଡ଼ରୁ ମାଟି ଅତଡ଼ା ଧସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ...

ଆନନ୍ଦପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଏସବୁ ପ୍ରତିଶ୍ରୁତି, କହିଲେ ବିଜେଡି ଆସିଲେ…

ହାଟଡିହୀ,୧୯ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଛେନାପଦୀଠାରେ ନିର୍ବାଚନୀ ପ୍ରଚାର ଏବଂ ବୈଠକରେ ଯୋଗ ଦେଇ ବିଜେଡିକୁ ଆଶୀର୍ବାଦ କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri