‘ବ୍ରିଟେନ ଫେରନ୍ତା ନିଜ ତଥ୍ୟ ଦିଅନ୍ତୁ’

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ବ୍ରିଟେନ୍‌ ଫେରନ୍ତାଙ୍କୁ ନେଇ ଚିନ୍ତା ବଢ଼ୁଛି। ପତ୍ତା ମିଳୁ ନ ଥିବା ବ୍ରିଟେନ ଫେରନ୍ତାଙ୍କୁ ନିଜ ନିଜର ତଥ୍ୟ ଦେବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିବେଦନ କରାଯାଇଛି। ନିଜ ଆଡୁ ସରକାରଙ୍କ ପାଖରେ ତଥ୍ୟ ରଖିବାକୁ ଜନସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ, ବ୍ରିଟେନରୁ ଫେରିଥିବା ୧୮୧ ଜଣ ଯାତ୍ରୀଙ୍କ ମଧ୍ୟରୁ ୧୧୯ ଜଣଙ୍କ ପତ୍ତା ମିଳିଥିବା ବେଳେ ସେମାନଙ୍କ ମଧ୍ୟରୁ ୬ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କିନ୍ତୁ ବାକି ୬୨ଜଣ ଭୁଲ୍‌ ନମ୍ବର ଓ ଠିକଣା ଦେଇଥିବାରୁ ସେମାନଙ୍କ ସମ୍ପର୍କରେ ସୂଚନା ମିଳିନାହିଁ। ତେବେ ନୂଆ ଷ୍ଟ୍ରେନ୍‌କୁ ନେଇ ଭୟ କରିବାର କୌଣସି କାରଣ ନାହିଁ। ବ୍ରିଟେନ୍‌ରେ ଦେଖାଦେଇଥିବା ନୂଆ କରୋନା ଆକ୍ରାନ୍ତ କେସ୍‌ ଦ୍ୱାରା କୌଣସି ବ୍ୟକ୍ତିଙ୍କ ମୃତ୍ୟୁ ହୋଇନାହିଁ। ତେଣୁ ଏଥିରେ ବିଚଳିତ ନ ହୋଇ ଏହାର ମୁକାବିଲା କରିବାକୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି। ଯଦି ବି ସେମାନଙ୍କ ମଧ୍ୟରୁ କିଏ ପଜିଟିଭ୍‌ ଚିହ୍ନଟ ହେବେ, ସେମାନଙ୍କର ଜେନମ୍‌ ସିକ୍ୱେନ୍ସିଂ ଦେଖିବୁ ଏବଂ ଆକାଡେମିକ୍‌ ରିସର୍ଚ୍ଚ କରିବୁ ବୋଲି ମିଶ୍ର କହିଛନ୍ତି।
ଅନ୍ୟପକ୍ଷରେ ଭାରତରେ ନୂଆ କରୋନା ଷ୍ଟ୍ରେନକୁ  ନେଇ ଡିଏମ୍‌ଇଟି ନିର୍ଦ୍ଦେଶକ ଡା. ସି.ବି.କେ. ମହାନ୍ତି କହିଛନ୍ତି ଯେ, ଏହି ଭୂତାଣୁ ପୂର୍ବ ଭୂତାଣୁଠାରୁ କ୍ଷିପ୍ର ଗତିରେ ସଂକ୍ରମିତ ହେବ। ଅଧିକ ଲୋକ ମଧ୍ୟ ସଂକ୍ରମଣର ଶିକାର ହେବେ। ଓଡ଼ିଶାରେ ପଜିଟିଭ୍‌ ଚିହ୍ନଟ ଲୋକଙ୍କ ଜେନମ୍‌ ସିକ୍ୱେନ୍ସିଂ ଜାଣିବା ପାଇଁ ସେମାନଙ୍କ ନମୁନା ପୁଣେକୁ ପଠାଯାଇଛି। ଏହି ନୂଆ ଭାଇରସ ସୁପର ସ୍ପ୍ରେଡର ହେବ କି ନାହିଁ ତାହା ଜଣାପଡ଼ିନାହିଁ। କିନ୍ତୁ ଜ୍ୱର, ଝାଡ଼ା ଓ କାଶ ଏହି ନୂଆ ଭୂତାଣୁର ଲକ୍ଷଣ ବୋଲି ଡିଏମ୍‌ଇଟି ନିର୍ଦ୍ଦେଶକ କହିଛନ୍ତି।
୧୮ଟି ଜିଲାର ବ୍ରିଟେନ ଫେରନ୍ତାଙ୍କ ମଧ୍ୟରୁ ଅଧିକାଂଶ ଭୁବନେଶ୍ୱର ବାସିନ୍ଦା ହୋଇଥିବାରୁ ବିଏମ୍‌ସି ପକ୍ଷରୁ ସେମାନଙ୍କୁ ଠାବ କରିବାକୁ ପ୍ରୟାସ ଜାରି ରହିଛି। ବ୍ରିଟେନରୁ ଭୁବନେଶ୍ୱର ଫେରିଥିବା ୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପରୀକ୍ଷା ପାଇଁ ସେମାନଙ୍କ ନମୁନା ପୁଣେ ପଠାଯାଇଥିବା ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୮ ବ୍ରିଟେନ୍‌ ଫେରନ୍ତାଙ୍କ ତାଲିକା ଆସିଥିଲା। ସେମାନଙ୍କ ମଧ୍ୟରୁ ୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନେ ନୂଆ ଷ୍ଟ୍ରେନ ଦ୍ୱାରା ଆକ୍ରାନ୍ତଙ୍କ କି ନାହିଁ ରିପୋର୍ଟ ଆସିଲା ପରେ ଜଣାପଡ଼ିବ। ଦ୍ୱିତୀୟ ପର୍ଯ୍ୟାୟରେ ୬୦ରୁ ୭୦ ଫେରନ୍ତାଙ୍କ ତାଲିକା ଆସିଛି। ସେମାନଙ୍କ ଫୋନ ନମ୍ବର ଓ ଅନ୍ୟାନ୍ୟ ତଥ୍ୟ ସଂଗ୍ରହ କରାଯାଉଛି। ଏଥିପାଇଁ ୩ଟି ଜୋନ ପାଇଁ ୬ଟି ଟିମ୍‌ ଗଠନ କରାଯାଇ ଯାଞ୍ଚ ଆରମ୍ଭ ହୋଇଥିବା କମିଶନର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri