Posted inଜାତୀୟ

କୋଭିଡ୍‌ ମୃତ୍ୟୁର ୨ ବର୍ଷ ପରେ ଘରକୁ ଫେରିଲେ

ଧର୍‌(ମଧ୍ୟପ୍ରଦେଶ), ୧୭ା୪ : ମଧ୍ୟପ୍ରଦେଶ ଧର୍‌ ଜିଲାର କମଲେଶ ପଟିଦାର(୩୫) ୨ ବର୍ଷ ପୂର୍ବେ କୋଭିଡ୍‌-୧୯ରେ ସଂକ୍ରମିତ ହୋଇ ଗୁଜରାଟର ବଡୋଦରସ୍ଥିତ ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଡାକ୍ତର ତାଙ୍କୁ ମୃତ ଘୋଷଣା କରିବା ପରେ ପରିବାର ଲୋକେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରିଥିଲେ। ଶନିବାର ସକାଳ ୬ଟାରେ ସେ କରୋଡକାଲା ଗ୍ରାମରେ ଥିବା ତାଙ୍କ ମାଇଁ ଘରେ ପହଞ୍ଚତ୍ କବାଟ ବାଡ଼େଇବାରୁ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଶେଷକୃତ୍ୟ ସମ୍ପନ୍ନର ଦୁଇବର୍ଷ ପରେ କମଲେଶ ଘରକୁ ଫେରିଥିବା ତାଙ୍କ ପରିବାର ଲୋକେ କହିଛନ୍ତି। କୋଭିଡ୍‌ ଦ୍ୱିତୀୟ ଲହର ବେଳେ ସେ ଆକ୍ରାନ୍ତ ହୋଇଥିଲେ। ହସ୍ପିଟାଲ ମୃତ ଘୋଷଣା କରିବା ପରେ ମୃତଦେହ ପରିବାରକୁ ହସ୍ତାନ୍ତର କରିଥିଲା ଓ ପରିବାର ଲୋକେ ଅନ୍ତିମ ସଂସ୍କାର କରିଥିଲେ ବୋଲି କମଲେଶଙ୍କ ସମ୍ପର୍କୀୟ ଭାଇ ମୁକେଶ ପଟିଦାର ଗଣମାଧ୍ୟମକୁ କହିଛନ୍ତି। ତେବେ କମଲେଶ ଦୁଇବର୍ଷ ହେଲା କେଉଁଠି ଥିଲେ, ତାହା କହିପାରି ନାହାନ୍ତି। କୋଭିଡ୍‌ରେ ପ୍ରାଣ ହରାଉଥିବା ରୋଗୀଙ୍କ ମୃତଦେହକୁ ଜରିରେ ଗୁଡ଼ାଇ ହସ୍ତାନ୍ତର କରାଯାଉଥିବାରୁ କୌଣସି ଭୁଲ୍‌ ରୋଗୀଙ୍କ ମୃତଦେହକୁ କମଲେଶଙ୍କ ପରିବାରକୁ ହସ୍ତାନ୍ତର କରାଯାଇଥିବା ସନ୍ଦେହ କରାଯାଉଛି। ଧର୍‌ ଜିଲା ପ୍ରଶାସନ ଘଟଣାର ତଦନ୍ତ ଆରମ୍ଭ କରିଛି। କମଲେଶଙ୍କ ବୟାନ ପରେ ସବୁକିଛି ସ୍ପଷ୍ଟ ହେବ ବୋଲି କୁହାଯାଉଛି। ୨୦୨୦ରେ ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲାରେ ଅନୁରୂପ ଏକ ଘଟଣା ଘଟିଥିଲା। ହସ୍ପିଟାଲ କର୍ମଚାରୀଙ୍କ ଭୁଲ୍‌ ଯୋଗୁ ଜଣେ କୋଭିଡ୍‌ ରୋଗୀଙ୍କ ମୃତଦେହକୁ ଅନ୍ୟ ଜଣକ ପରିବାରକୁ ହସ୍ତାନ୍ତର କରାଯାଇଥିଲା ଓ ସେମାନେ ତାଙ୍କର ଶେଷକୃତ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

‘ଭାରତ-ମାଲେସିଆ ସହଭାଗୀତା ଐତିହାସିକ’, ଦ୍ୱିପାକ୍ଷିକ ଆଲୋଚନା ସମୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ରବିବାର ମାଲେସିଆର ପ୍ରଶାସନିକ ରାଜଧାନୀ ପୁତ୍ରଜାୟାରେ ଥିବା ପର୍ଦାନା ପୁତ୍ରଜାୟା ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆନୁଷ୍ଠାନିକ ଭାବରେ ସ୍ବାଗତ କରାଯାଇଥିଲା ଏବଂ ଗାର୍ଡ ଅଫ…

ବଡ଼ ଧରଣର ଛଟେଇ ପରେ ଇସ୍ତଫା ଦେଲେ ୱାଶିଂଟନ ପୋଷ୍ଟର ସିଇଓ ୱିଲ ଲୁଇସ

ୱାଶିଂଟନ,୮।୨: ପ୍ରତିଷ୍ଠିତ ୱାଶିଂଟନ ପୋଷ୍ଟର ପ୍ରକାଶକ ଏବଂ ସିଇଓ ୱିଲ ଲୁଇସ ଇସ୍ତଫା ଦେଇଛନ୍ତି। ବହୁ ସଂଖ୍ୟାରେ କର୍ମଚାରୀ ଛଟେଇ ମଧ୍ୟରେ ଏହି ନିଷ୍ପତ୍ତି ଆସିଛି। ଲୁଇସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri