ନିରାଶରେ ଘରକୁ ଫେରିଲେ ….

ଅତାବିରା,୧୬।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଅତାବିରା ବ୍ଲକ ଶିକ୍ଷା ବିଭାଗ ଆନୁକୂଲ୍ୟରେ ଚାଲିଥିବା କବାଡ଼ି ପ୍ରତିଯୋଗିତାରେ ଜଣେ ଛାତ୍ରୀ ସବ୍‌ବ୍ଲକସ୍ତରରେ ଉନ୍ନୀତ ହେବା ଏବଂ ଓଜନ ବୃଦ୍ଧି ଦର୍ଶାଇ ବ୍ଲକସ୍ତର ପ୍ରତିଯୋଗିତାରେ ଭାଗନେବାକୁ ଅଯୋଗ୍ୟ ଘୋଷିତ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଝିଲିମିଣ୍ଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀ ତନୁ ବଢ଼େଇଙ୍କ କ୍ଷେତ୍ରରେ ଏଭଳି ସମସ୍ୟା ଉପୁଜିଛି।
ସୂଚନା ଅନୁଯାୟୀ, ଉକ୍ତ ପ୍ରତିଯୋଗିତାରେ ପ୍ରତିଯୋଗୀଙ୍କ ଓଜନ ୫୫କି.ଗ୍ରାରୁ ଅଧିକ ହେଲେ ପ୍ରତିଯୋଗିତାରେ ଭାଗ ନେଇପାରିବେ ନାହିଁ। ତେବେ ପତ୍ରାପାଲି ହାଇସ୍କୁଲରେ ଅନୁଷ୍ଠିତ କବାଡ଼ି ପ୍ରତିଯୋଗିତାରେ ଭାଗ ନେବାବେଳେ ତନୁଙ୍କ ଓଜନ ୫୪ କି.ଗ୍ରା ରହିଥିବା ଦର୍ଶାଯାଇଥିଲା ଏବଂ ସେ ପ୍ରତିଯୋଗିତାରେ ଭାଗ ନେଇଥିଲେ। ଉକ୍ତ ପ୍ରତିଯୋଗିତାରେ ସେ ଭଲ ପ୍ରଦର୍ଶନ କରି ବ୍ଲକସ୍ତରୀୟ କବାଡ଼ି ପ୍ରତିଯୋଗିତାକୁ ମନୋନୀତ ହୋଇଥିଲେ। ଶନିବାର ଅତାବିରା ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ ବ୍ଲକସ୍ତରୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବା ପାଇଁ ତନୁ ତାଙ୍କ ବାପା ରମେଶଙ୍କ ସହିତ ଯାଇଥିଲେ। କିନ୍ତୁ ସେଠାରେ ତାଙ୍କ ଓଜନ ୬୦ କି.ଗ୍ରା ହୋଇଥିବା ଦର୍ଶାଇ ପ୍ରତିଯୋଗିତାରୁ ତାଙ୍କୁ ବାଦ୍‌ ଦିଆଯାଇଥିଲା। ଫଳରେ ତନୁ ନିରାଶ ହୋଇ ଫେରି ଯାଇଥିଲେ। ତେବେ ୨ଦିନ ମଧ୍ୟରେ ତନୁଙ୍କ ଓଜନ କିଭଳି ୬କି.ଗ୍ରା ବୃଦ୍ଧି ପାଇଲା, ତାକୁ ନେଇ ନାନା ଦ୍ୱନ୍ଦ୍ୱ ଉପୁଜିଛି। ଏ ନେଇ ପତ୍ରାପାଲି ହାଇସ୍କୁଲର କ୍ରୀଡ଼ା ଶିକ୍ଷକ ସୁନୀଲ ଭୋଇଙ୍କୁ ପଚାରିବାରୁ ସବ୍‌ ବ୍ଲକସ୍ତରୀୟ ପ୍ରତିଯୋଗିତାରେ ତନୁଙ୍କ ଓଜନ ୫୪କି.ଗ୍ରା ରହିଥିବା ସେ କହିଥିଲେ। ସେହିପରି ଅତାବିରା ବ୍ଲକ କ୍ରୀଡ଼ା ସମ୍ପାଦକ ସୁଦୀପ କୁମାର ନାୟକଙ୍କୁ ପଚାରିବାରୁ ତନୁଙ୍କ ଓଜନ ୬୦ କି.ଗ୍ରା ହେବାରୁ ତାଙ୍କୁ ପ୍ରତିଯୋଗିତାରୁ ବାଦ୍‌ ଦିଆଯାଇଥିଲା ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

ଭୟଙ୍କର ଦୁର୍ଘଟଣା :ବସ୍ ସହ ଲୁହାପଥର ବୋଝେଇ ଟ୍ରେଲର ଧକ୍କା

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଯୋଡା ଥାନା ଅନ୍ତର୍ଗତ ଏନ୍‌ଏଚ୍–୫୨୦ର ଲହଣ୍ଡା ନିକଟସ୍ଥ ରେଳୱେ ଅଣ୍ଡରପାସ୍‌ରେ ଏକ ଟ୍ରେଲର ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା…

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହଁନ୍ତି; ଏହି ଖେଳାଳି ବି ପ୍ରଥମ ଥର ପାଇଁ ଭାରତର ଟି-୨୦ ଦଳରେ ସ୍ଥାନ ପାଇଛନ୍ତି

ନୂଆଦିଲ୍ଲୀ,୬।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଚୟନ କରାଯାଇଛି। ଶନିବାର ବିସିସିଆଇ ଏହି ଦୁଇଟି ସିରିଜ ଏବଂ ଏସୀୟ କ୍ରୀଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri