ଫେରାଇଲେଣି ଟଙ୍କା, ଚପାଇ ଦେବାକୁ ଉଦ୍ୟମ

ବଇଣ୍ଡା,୩।୭(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପାଇକସାହି ରାଧାମାଧବ ଉଚ୍ଚ ବିଦ୍ୟାଳୟରେ ମାଟ୍ରିକ୍‌ ସାର୍ଟିଫିକେଟ୍‌ ପ୍ରଦାନ ବେଳେ ଟଙ୍କା ଆଦାୟ ଘଟଣାକୁ ଚପାଇ ଦେବାକୁ ଉଦ୍ୟମ କରାଯାଉଛି। ଜଣେ ଶିକ୍ଷକ ଛାତ୍ରୀଛାତ୍ରଙ୍କୁ ଘରକୁ ଯାଇ ଟଙ୍କା ଫେରସ୍ତ କରିବା ସହ ଘଟଣା ପ୍ରଘଟ ନ କରିବାକୁ ଅନୁରୋଧ କରୁଛନ୍ତି। ଜଣେ ଅଭିଭାବକ ନାମଗୋପନ ରଖିବା ସର୍ତ୍ତରେ ଏ ସମ୍ପର୍କରେ ସୂଚନା ଦେବା ପରେ ସ୍କୁଲ କର୍ତ୍ତୃପକ୍ଷଙ୍କ ଅଡୁଆ ବଢ଼ିଛି।
ସୂଚନାଯୋଗ୍ୟ, ଗତ ସୋମବାର ମାଟ୍ରିକ୍‌ ପରୀକ୍ଷା ଦେଇଥିବା ଛାତ୍ରୀଛାତ୍ରଙ୍କୁ ସାର୍ଟିଫିକେଟ ବଣ୍ଟନ କରାଯାଇଥିଲା। ଏହି ସମୟରେ ଜଣେ ପିଲା ପିଛା ୨୦୦ ଟଙ୍କା ଲେଖାଏ ଆଦାୟ କରାଯାଇଥିଲା। ଏ ନେଇ କେତେଜଣ ଅଭିଭାବକ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହି ଘଟଣାର ତଦନ୍ତ କରିବାକୁ ଆଠମଲ୍ଲିକ ଅତିରିକ୍ତ ଶିକ୍ଷା ଅଧିକାରୀଙ୍କୁ ଆଠମଲ୍ଲିକ ଉପଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ତେବେ ସ୍କୁଲ କର୍ତ୍ତୃପକ୍ଷ ଘଟଣାକୁ ଚପାଇ ଦେବାକୁ ମସୁଧା କରୁଛନ୍ତି। ଜଣେ ଶିକ୍ଷକ ଛାତ୍ରୀଛାତ୍ରଙ୍କ ଘରକୁ ଯାଇ ମାମଲାକୁ ରଫାଦଫା କରିବାକୁ ଉଦ୍ୟମ ଚଳାଇଛନ୍ତି। ସାର୍ଟିଫିକେଟ ପ୍ରଦାନ ବେଳେ କୌଣସି ଟଙ୍କା ଆଦାୟ ହୋଇ ନ ଥିବା ତଦନ୍ତ ବେଳେ କହିବାକୁ ସେ ଅଭିଭାବକ ଏବଂ ପିଲାଙ୍କୁ ନିବେଦନ କରୁଛନ୍ତି। ଏହା ଜଣାପଡ଼ିବା ପରେ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସାର୍ଟିଫିକେଟ ବଣ୍ଟନରେ ୨୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଆଦାୟ ହୋଇଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ସେମାନେ ଦାବି କରିଛନ୍ତି।
ଏ ନେଇ ଜିଲା ଶିକ୍ଷାଧିକାରୀ ନିରଞ୍ଜନ ସାହୁ କୁହନ୍ତି, ପାଇକସାହି ରାଧାମାଧବ ଉଚ୍ଚ ବିଦ୍ୟାଳୟରେ ସାର୍ଟିଫିକେଟ ବଣ୍ଟନ ବେଳେ ଟଙ୍କା ଆଦାୟ କରାଯିବା ନେଇ ଅଭିଯୋଗ ଆସିଥିଲା। ଏହାର ତଦନ୍ତ ଚାଲିଛି। ରିପୋର୍ଟ ଆସିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri