ଫେରାଇଲେଣି ଟଙ୍କା, ଚପାଇ ଦେବାକୁ ଉଦ୍ୟମ

ବଇଣ୍ଡା,୩।୭(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପାଇକସାହି ରାଧାମାଧବ ଉଚ୍ଚ ବିଦ୍ୟାଳୟରେ ମାଟ୍ରିକ୍‌ ସାର୍ଟିଫିକେଟ୍‌ ପ୍ରଦାନ ବେଳେ ଟଙ୍କା ଆଦାୟ ଘଟଣାକୁ ଚପାଇ ଦେବାକୁ ଉଦ୍ୟମ କରାଯାଉଛି। ଜଣେ ଶିକ୍ଷକ ଛାତ୍ରୀଛାତ୍ରଙ୍କୁ ଘରକୁ ଯାଇ ଟଙ୍କା ଫେରସ୍ତ କରିବା ସହ ଘଟଣା ପ୍ରଘଟ ନ କରିବାକୁ ଅନୁରୋଧ କରୁଛନ୍ତି। ଜଣେ ଅଭିଭାବକ ନାମଗୋପନ ରଖିବା ସର୍ତ୍ତରେ ଏ ସମ୍ପର୍କରେ ସୂଚନା ଦେବା ପରେ ସ୍କୁଲ କର୍ତ୍ତୃପକ୍ଷଙ୍କ ଅଡୁଆ ବଢ଼ିଛି।
ସୂଚନାଯୋଗ୍ୟ, ଗତ ସୋମବାର ମାଟ୍ରିକ୍‌ ପରୀକ୍ଷା ଦେଇଥିବା ଛାତ୍ରୀଛାତ୍ରଙ୍କୁ ସାର୍ଟିଫିକେଟ ବଣ୍ଟନ କରାଯାଇଥିଲା। ଏହି ସମୟରେ ଜଣେ ପିଲା ପିଛା ୨୦୦ ଟଙ୍କା ଲେଖାଏ ଆଦାୟ କରାଯାଇଥିଲା। ଏ ନେଇ କେତେଜଣ ଅଭିଭାବକ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହି ଘଟଣାର ତଦନ୍ତ କରିବାକୁ ଆଠମଲ୍ଲିକ ଅତିରିକ୍ତ ଶିକ୍ଷା ଅଧିକାରୀଙ୍କୁ ଆଠମଲ୍ଲିକ ଉପଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ତେବେ ସ୍କୁଲ କର୍ତ୍ତୃପକ୍ଷ ଘଟଣାକୁ ଚପାଇ ଦେବାକୁ ମସୁଧା କରୁଛନ୍ତି। ଜଣେ ଶିକ୍ଷକ ଛାତ୍ରୀଛାତ୍ରଙ୍କ ଘରକୁ ଯାଇ ମାମଲାକୁ ରଫାଦଫା କରିବାକୁ ଉଦ୍ୟମ ଚଳାଇଛନ୍ତି। ସାର୍ଟିଫିକେଟ ପ୍ରଦାନ ବେଳେ କୌଣସି ଟଙ୍କା ଆଦାୟ ହୋଇ ନ ଥିବା ତଦନ୍ତ ବେଳେ କହିବାକୁ ସେ ଅଭିଭାବକ ଏବଂ ପିଲାଙ୍କୁ ନିବେଦନ କରୁଛନ୍ତି। ଏହା ଜଣାପଡ଼ିବା ପରେ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସାର୍ଟିଫିକେଟ ବଣ୍ଟନରେ ୨୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଆଦାୟ ହୋଇଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ସେମାନେ ଦାବି କରିଛନ୍ତି।
ଏ ନେଇ ଜିଲା ଶିକ୍ଷାଧିକାରୀ ନିରଞ୍ଜନ ସାହୁ କୁହନ୍ତି, ପାଇକସାହି ରାଧାମାଧବ ଉଚ୍ଚ ବିଦ୍ୟାଳୟରେ ସାର୍ଟିଫିକେଟ ବଣ୍ଟନ ବେଳେ ଟଙ୍କା ଆଦାୟ କରାଯିବା ନେଇ ଅଭିଯୋଗ ଆସିଥିଲା। ଏହାର ତଦନ୍ତ ଚାଲିଛି। ରିପୋର୍ଟ ଆସିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍‌ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର…

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ…

ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri