ଛାଡ଼ିଲେନି ଗାଡ଼ି: ଫେରିଗଲେ ପୋଲିଂ କର୍ମଚାରୀ

ଭବାନୀପାଟଣା,୧୨।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅଧୀନ ଦୁନ୍ଦେଲମାଲ ପଞ୍ଚାୟତର ଦୁଣ୍ଡା ଗ୍ରାମବାସୀ ରାସ୍ତା ଓ ପାନୀୟ ଜଳ ଦାବି ନେଇ ଚଳିତ ସାଧାରଣ ନିର୍ବାଚନ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସେମାନେ ପୂର୍ବରୁ ଜିଲାପାଳଙ୍କୁ ମଧ୍ୟ ଲିଖିତ ଅଭିଯୋଗ କରିଥିଲେ। ସୋମବାର ନିର୍ବାଚନ ଥିବାରୁ ପୋଲିଂ କର୍ମଚାରୀ ରବିବାର ଦୁଣ୍ଡା ଗ୍ରାମକୁ ଯାଉଥିବା ବେଳେ ଗ୍ରାମବାସୀ ସେମାନଙ୍କ ଗାଡିକୁ ଭିତରକୁ ନ ଛାଡିବା ସହ ଗାଡି ଆଗରେ ବିକ୍ଷୋଭ କରିଥିଲେ। ଫଳରେ ବାଧ୍ୟ ହୋଇ ପୋଲିଂ କର୍ମଚାରୀ ସେଠାରୁ ଫେରିଯାଇଥିବା ଜଣାପଡିଛି।

ଗତ ୭ ତାରିଖ ସ୍ଥାନୀୟ ବ୍ଲକ ପ୍ରଶାସନ ପକ୍ଷରୁ ହୋମଭୋଟିଂ ପାଇଁ ଗାଁକୁ ଯାଇଥିବା ବେଳେ ଗ୍ରାମବାସୀ ସେମାନଙ୍କୁ ଗାଁରେ ପୁରାଇ ଦେଇ ନ ଥିଲେ। ଫଳରେ ନିରାଶ ହୋଇ ନିର୍ବାଚନ ପାଇଁ ନିଯୁକ୍ତ କର୍ମଚାରୀମାନେ ଫେରି ଆସିଥିଲେ। ଦୁର୍ଗମ ମାଓବାଦୀ ଅଧ୍ୟୁଷିତ ଅଞ୍ଚଳ ଗାଁ ହେଉଛି ଦୁଣ୍ଡା ଗାଁ। ଏହି ଗ୍ରାମରେ ଲୋକେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପାନୀୟଜଳ, ବିଜୁଳି, ମୋବାଇଲ ନେଟୱାର୍କ ଭଳି ମୌଳିକ ସୁବିଧାରୁ ସେମାନେ ବଞ୍ଚିତ ରହିଛନ୍ତି । ଏହି ସବୁ ସମସ୍ୟାର ସମାଧାନ ନ ହେଉଥିବାରୁ ଗତ ପଞ୍ଚାୟତ ନିର୍ବାଚନ ମଧ୍ୟ ବର୍ଜନ କରିଥିଲେ ଗ୍ରାମବାସୀ। ଏହାପରେ ବି ପ୍ରଶାସନର ଦୃଷ୍ଟି ନ ପଡିବାରୁ ଚଳିତ ସାଧାରଣ ନିର୍ବାଚନ ମଧ୍ୟ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି ଗ୍ରାମବାସୀ। ଦୁଣ୍ଡାରେ ପ୍ରାୟ ୪ଶହ ଜଣ ଭୋଟର ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୃଶଂସ କାଣ୍ଡ: ପୁଅର ଶିଳପୁଆ ମାଡରେ ବାପର ମୃତ୍ୟୁ

ଆଠଗଡ,୨।୫(ସତ୍ୟ ପ୍ରସାଦ ରଥ): ଆଠଗଡ ଥାନା ଅନ୍ତର୍ଗତ ଜାଗିଆପଡା ଗ୍ରାମ ତଅଁଳା ସାହିରେ ଶନିବାର ସକାଳୁ ଘଟିଯାଇଛି ଅଘଟଣ।ନିଶାଶକ୍ତ ପୁଅ ବିଭୂତି ନାଏକ(୪୦)ର ଶିଳପୁଆ ମାଡରେ ବାପା…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଚିଡ଼ାଇବା ପଡ଼ିଲା ମହଙ୍ଗା: ଏହି କ୍ରିକେଟର୍‌ଙ୍କୁ ଦଣ୍ଡ ଦେଲା BCCI

ନୂଆଦିଲ୍ଲୀ,୨।୫: IPL 2026 ର ୪୩ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିଲା। ରାଜସ୍ଥାନର ଜୟପୁରର ସୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଇଥିବା ଏହି…

ଅଣ୍ଟା ଭାଙ୍ଗି ଖଟରେ ପଡ଼ିଛନ୍ତି ରୋଜଗାରିଆ ପୁଅ: ଅର୍ଥ ଅଭାବରୁ ଅଧାରେ ଚିକିତ୍ସା

ଥୁଆମୂଳ ରାମପୁର,୨।୫(ଦୁର୍ଗା କୀର୍ତ୍ତି): ବଡ଼ ବଡ଼ କମ୍ପାନୀର ବେପରୁଆ କାର୍ଯ୍ୟଶୈଳୀ କେମିତି ଜଣେ ଗରିବ ପରିବାରର ହସଖୁସି ଛଡ଼ାଇ ନିଏ, ତାହାର କରୁଣ ଚିତ୍ର ଦେଖିବାକୁ ମିଳିଛି…

ସକାଳୁ ସକାଳୁ ଥରିଲା ବଲାଙ୍ଗୀର: ଲୋକେ ଭୟଭୀତ

ବଲାଙ୍ଗୀର, ୨।୫ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାରେ ଶନିବାର ଭୋର ସକାଳେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଭୋର ପ୍ରାୟ ୪ଟା ୪୦ ମିନିଟ ସମୟରେ…

ଯୁଦ୍ଧ ମଧ୍ୟରେ ନୂଆ ଚକ୍ରବ୍ୟୁହ ରଚିଲା ଆମେରିକା: ଛାନିଆ ହେଲା ଇରାନ

ଓ୍ବାଶିଂଟନ୍‌,୨।୫: ଇରାନ ସହିତ ଚାଲିଥିବା ସଂଘର୍ଷ ଏକ ନୂତନ ମୋଡ଼ରେ ପହଞ୍ଚିବା ପରି ମନେ ହେଉଛି। ପ୍ରାୟ ଦୁଇ ମାସ ଧରି ଚାଲିଥିବା ଯୁଦ୍ଧର ଗତି କିଛିଟା…

ଦେଢବର୍ଷ ବିତିଗଲା,ସମ୍ପୂର୍ଣ୍ଣ ହୋଇପାରୁନି ଅଙ୍ଗନବାଡି କେନ୍ଦ୍ର: ଶିକ୍ଷାଦାନ କ୍ଷେତ୍ରରେ ଘୋର ସମସ୍ୟା

କେସିଙ୍ଗା,୨।୫.(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ପଞ୍ଚାୟତର କଛାରପଦର ଗ୍ରାମର ଅଙ୍ଗନବାଡି କେନ୍ଦ୍ର ଆଜିକୁ ଏକ ବର୍ଷ ୫ ମାସ ବିତିଗଲାଣି…

କାଳବୈଶାଖୀର କରାଳ ରୂପ: ଉଡ଼ିଗଲା ଗରିବଙ୍କ ଘରର ଛାତ, ଗଛ ପଡ଼ି ଗାଈ- ବାଛୁରୀର ମୃତ୍ୟୁ

ଥୁଆମୂଳ ରାମପୁର, ୨।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ୩୦ ତାରିଖ ରାତିରୁ ଆରମ୍ଭ କରି ୧ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ କାଳବୈଶାଖୀ…

ପୁଣି ଟାରିଫ୍‌ ଝଟକା ଦେଲେ ଟ୍ରମ୍ପ: ୟୁରୋପୀୟ ସଂଘ ସହିତ ଭାଙ୍ଗିଲେ ବାଣିଜ୍ୟ ଚୁକ୍ତି, ଏହି ଜିନିଷ ଉପରେ ଲଗାଇଲେ ୨୫% ଟ୍ୟାକ୍ସ

ଓ୍ବାଶିଂଟନ୍‌,୨।୫: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ଟାରିଫ୍‌ ବୋମା ପକାଇଛନ୍ତି। ସେ ୟୁରୋପୀୟ ସଂଘ ସହିତ ବାଣିଜ୍ୟ ଚୁକ୍ତି ଭାଙ୍ଗିଛନ୍ତି ଏବଂ ୟୁରୋପୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri